ଗାଁ ଦାଣ୍ଡରେ ଶାଶୁଙ୍କୁ ଘୋଷାଡ଼ି ପିଟିଲେ ବୋହୂ

ପରଜଙ୍ଗ, ୯।୮(ଡି.ଏନ.ଏ.)-ଢେଙ୍କାନାଳ ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ଗେହ୍ଲେଇକାଟେଣୀ ଗ୍ରାମର ଜଣେ ମହିଳା ତାଙ୍କ ବୃଦ୍ଧା ଶାଶୁଙ୍କୁ ଗଁା ଦାଣ୍ଡରେ ଘୋଷାଡ଼ି ନିସ୍ତୁକ ମାଡ଼ ମାରୁଥିବା ଭିଡ଼ିଓ ଭାଇରାଲ ହୋଇଛି। ଏ ନେଇ ଥାନାରେ ବିଧିବଦ୍ଧ ଭାବେ ଅଭିଯୋଗ ହୋଇନାହିଁ। ଅନ୍ୟପଟେ ଭିଡ଼ିଓରେ ସ୍ପଷ୍ଟ ଭାବେ ବୋହୂ ମାଡ଼ ମାରୁଥିବା ଜଣାପଡୁଥିଲେ ମଧ୍ୟ ପୋଲିସ ନିଜ ଆଡୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପଛଘୁଞ୍ଚା ଦେଇଛି। ମହିଳାଙ୍କୁ ସାମାନ୍ୟ ଚିକିତ୍ସା କରାଇ ନିଜ ଦାୟିତ୍ୱ ସାରିଦେଇଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।
ପୀଡ଼ିତା ବୃଦ୍ଧା ପାରେଇ ନାୟକ (୮୨) କହିଛନ୍ତି, ପୁଅ ଲଛମନ ନାୟକ ଏବଂ ବୋହୂ ସବିତା ତାଙ୍କୁ ଅକଥନୀୟ ନିର୍ଯାତନା ଦେଉଛନ୍ତି। ଏପରି କି ଭଲରେ ଖାଇବାକୁ ଗଣ୍ଡେ ଦେଉନାହାନ୍ତି। ବୋହୂ ଅଧିକାଂଶ ଦିନ ମାରପିଟ କରୁଛନ୍ତି। ସେ ଦୟନୀୟ ଅବସ୍ଥାରେ ରହୁଛନ୍ତି। ମିଳୁଥିବା ଭତ୍ତା ଟଙ୍କାରେ ବହୁ କଷ୍ଟରେ ଚଳୁଛନ୍ତି। ତାଙ୍କୁ ନ୍ୟାୟ ଦେବାକୁ ସେ ଗଣମାଧ୍ୟମ ମାଧ୍ୟମରେ ପ୍ରଶାସନକୁ ନିବେଦନ କରିଛନ୍ତି।
ଏ ନେଇ ଥାନାଧିକାରୀ ଆନନ୍ଦ ଡୁଙ୍ଗ୍‌ଡୁଙ୍ଗ କୁହନ୍ତି, ସୂଚନା ମିଳିବା ପରେ ପୋଲିସ କର୍ମଚାରୀ ପହଞ୍ଚତ୍ ବୃଦ୍ଧାଙ୍କୁ ଉଦ୍ଧାର କରି ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଇଥିଲେ। ଏହାପରେ ତାଙ୍କୁ ଘରେ ଛାଡ଼ି ଦିଆଯାଇଛି। ବୃଦ୍ଧା ଜଣକ ଅଭିଯୋଗ କରିନାହାନ୍ତି। ଥାନାରେ ବିଧିବଦ୍ଧ ଭାବେ ଲିଖିତ ଅଭିଯୋଗ ହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ପ୍ରମାଣ ଥିବା ସତ୍ତ୍ୱେ ପୋଲିସ କାହିଁକି ନିଜଆଡ଼ୁ ମାମଲା ରୁଜୁ କରୁନାହିଁ ବୋଲି ପଚାରିବାରୁ ସେ ପ୍ରସଙ୍ଗ ଏଡ଼ାଇ ଯାଇଥିଲେ। ନିର୍ଯାତନାର ଶିକାର ହୋଇଥିବା ଜଣେ ବୟସ୍କ ମହିଳାଙ୍କୁ ପୋଲିସ ନ୍ୟାୟ ଦେଇ ନ ପାରିବା ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri