ଗାଁ ଫେରିବାକୁ ବଢ଼ିଲା ଉତ୍କଣ୍ଠା: ୪୮ ଘଣ୍ଟାରେ ପଞ୍ଜୀକରଣ କଲେ ୪.୮୬ ଲକ୍ଷ

ଭୁବନେଶ୍ୱର, ୨୮।୪(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ଓଡ଼ିଶା ବାହାରେ ଲକ୍ଷ ଲକ୍ଷ ଓଡ଼ିଆ ଫସି ରହି ହଇରାଣ ହେଉଛନ୍ତି। ତେବେ ସେମାନଙ୍କୁ ଓଡ଼ିଶା ଫେରାଇ ଆଣିବାକୁ ରାଜ୍ୟ ସରକାର ଘୋଷଣା କରିବା ସହ ଏଥିପାଇଁ ପଞ୍ଜୀକରଣ ବ୍ୟବସ୍ଥା କରିଛନ୍ତି। ଏଥିପାଇଁ ଗାଁ ଫେରିବାକୁ ପ୍ରବାସୀ ଓଡ଼ିଆଙ୍କ ଉତ୍କଣ୍ଠା ବଢ଼ିଯାଇଛି। ପଞ୍ଜୀକରଣରୁ ଯେମିତି ବଞ୍ଚତ୍ତ ନ ହେବେ ସେଥିପାଇଁ ପ୍ରବାସୀ ଓଡ଼ିଆ ଓ ସେମାନଙ୍କ ପରିବାର ବ୍ୟତିବ୍ୟସ୍ତ ହୋଇପଡୁଥିବା ଦେଖିବାକୁ ମିଳୁଛି। ପଞ୍ଚାୟତ ପ୍ରତିନିଧିଙ୍କଠାରୁ ଆରମ୍ଭ କରି ସରକାରଙ୍କ ଟୋଲ୍‌ ଫ୍ରି ନମ୍ବରକୁ ବାରମ୍ବାର ଫୋନ୍‌ କରି ପଚାରି ବୁଝୁଛନ୍ତି। ଇତିମଧ୍ୟରେ ପଞ୍ଚାୟତ ସ୍ତରରେ ଓ ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ପୋର୍ଟାଲରେ ପଞ୍ଜୀକରଣ ଦ୍ରୁତ ଗତିରେ ଚାଲିଛି। କେହି ନିଜେ ପଞ୍ଜୀକରଣ କରୁଥିବାବେଳେ ଆଉ କେହି ସମ୍ପର୍କୀୟଙ୍କ ପାଇଁ ପଞ୍ଜୀକରଣ କରୁଛନ୍ତି। ଗତ ୨୪ ତାରିଖରୁ ଏହି ପଞ୍ଜୀକରଣ ଆରମ୍ଭ ହୋଇଛି। ୪୮ ଘଣ୍ଟା ମଧ୍ୟରେ ୪ ଲକ୍ଷ ୮୬ ହଜାର ପଞ୍ଜୀକରଣ ହୋଇଥିବା କୋଭିଡ୍‌-୧୯ ମୁଖ୍ୟ ମୁଖପାତ୍ର ସୁବ୍ରତୋ ବାଗ୍‌ଚୀ କହିଛନ୍ତି।
ସୂଚନାଯୋଗ୍ୟ, ବିନା ପଞ୍ଜୀକରଣରେ କେହି ଓଡ଼ିଶା ଫେରି ପାରିବେ ନାହିଁ। ଯେଉଁମାନେ ଫେରିବେ ସେମାନଙ୍କୁ ଗ୍ରାମପଞ୍ଚାୟତ ସ୍ତରରେ ଖୋଲା ଯାଇଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ନିଆଯିବ। ସେଠାରେ ସେମାନଙ୍କୁ ୧୪ ଦିନ ସଙ୍ଗରୋଧରେ ରଖାଯିବ। ଓଡ଼ିଶା ଫେରନ୍ତାଙ୍କ ପାଇଁ ୬୭୯୮ଟି ଗ୍ରାମପଞ୍ଚାୟତରେ ନୋଡାଲ ଅଫିସରଙ୍କୁ ତାଲିମ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ପେଟ୍ରୋଲ୍‌ରେ ଚାଲିବ ବାଇକ୍‌! Hero ଆଣୁଛି ଦେଶର ପ୍ରଥମ ଇଥାନଲ୍ ଚାଳିତ ଫ୍ଲେକ୍ସ-ଫ୍ୟୁଏଲ୍ ବାଇକ୍‌; ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୫: ଭାରତରେ ପରିବେଶ ଅନୁକୂଳ ତଥା ବିକଳ୍ପ ଜାଳେଣିର ବ୍ୟବହାରକୁ ପ୍ରୋତ୍ସାହନ ଦେବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି ଦେଶର ସବୁଠାରୁ ବଡ଼ ଦୁଇଚକିଆ ଯାନ…

‘VVIPଙ୍କ ଗସ୍ତ ସୂଚନା ଲିକ୍‌ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୮ା୫: ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍‌ ନେଇ କଡ଼ା ସତର୍କତା ଜାରି କରିଛନ୍ତି ସରକାର। ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ଶେୟାର୍‌ କଲେ ଏଣିକି ହେବ କାର୍ଯ୍ୟାନୁଷ୍ଠାନ।…

ମା’ଙ୍କୁ ନେଇ ହସ୍ପିଟାଲ ଯାଉଥିବା ବେଳେ ଜଳିଗଲା କାର୍; ୪ ଜୀବନ୍ତ ଦଗ୍ଧ, ଜିଲା ପରିଷଦ…

ଜୟପୁର,୨୮ା୫:  ରାଜସ୍ଥାନର ଆଜମେର ଜିଲାର ବୋରାଡା ପୋଲିସ ଷ୍ଟେସନ ଅଞ୍ଚଳର ଶ୍ରୀରାମପୁରା ଗାଁରେ ଗୁରୁବାର ସକାଳେ ଏକ ହୃଦୟ ବିଦାରକ ଦୁଃଖଦ ଘଟଣା ଘଟିଛି । ହଠାତ୍…

ମଣ୍ଡି ଉଦ୍‌ଘାଟନ ପରେ ବି ଉଠୁନି ଚାଷୀଙ୍କ ଧାନ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେ ଥିବା ବିଭିନ୍ନ ଧାନମଣ୍ଡି ଉଦଘାଟନ ହେବାର ୭ଦିନ ବିତିଯାଇଥିଲେ ସୁଦ୍ଧା ଚାଷୀଙ୍କ ଧାନ ଉଠିବାରେ ବିଳମ୍ବ…

ଭାଜପା ସାଂଗଠନିକ ସ୍ତରରେ ବଡ଼ଧରଣର ଅଦଳବଦଳ: ୪ ରାଜ୍ୟ ପାଇଁ ନୂଆ ସଭାପତି ଘୋଷଣା

ନୂଆଦିଲ୍ଲୀ,୨୮।୫: ଭାଜପା ସାଂଗଠନିକ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ ହୋଇଛି। ଗୁରୁବାର ଦଳ ୪ଟି ରାଜ୍ୟରେ ରାଜ୍ୟ ସଭାପତିଙ୍କ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ ବୀରେନ୍ଦ୍ର…

ଆଉଟ୍‌ ହେବା ପରେ କାହାକୁ ଗାଳି ଦେଲେ ବୈଭବ ସୂର୍ଯ୍ୟବଂଶୀ? ଚମକାଉଛି Video

ନୂଆଦିଲ୍ଲୀ,୨୮।୫: ଆଇପିଏଲ୍‌ ୨୦୨୬ର ଏଲିମିନେଟର୍‌ ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦକୁ ଏକତରଫା ଭାବେ ପରାସ୍ତ କରିଛି ରାଜସ୍ଥାନ ରୟାଲ୍ସ। ଏହି ମ୍ୟାଚ୍‌ରେ ରାଜସ୍ଥାନର ବିଜୟର ହିରୋ ସାଜିଛନ୍ତି ୧୫…

ବିଜୁଳି ଚୋରି ଧରିବାକୁ ଯାଇଥିବା JEଙ୍କ ଉପରକୁ ମରଣାନ୍ତକ ଆକ୍ରମଣ; ପ୍ରଥମେ ଲାତ ଗୋଇଠା ମାରିଲେ, ପରେ ପୋଷା କୁକୁର ଛାଡିଦେଲେ

ଲକ୍ଷ୍ନୌ,୨୮।୫: ବିଦ୍ୟୁତ୍ ବିଭାଗ ବର୍ତ୍ତମାନ ସାରା ଦେଶରେ ବିଦ୍ୟୁତ୍ ଚୋରମାନଙ୍କୁ ଦମନ କରିବା ପାଇଁ ଏକ ଅଭିଯାନ ଚଳାଇଛି। ଏହି ଅଭିଯାନ ସମୟରେ, ବୁଧବାର ସନ୍ଧ୍ୟାରେ LESA…

ନିର୍ମାଣ ପରେ ବି ହସ୍ତାନ୍ତର ହେଉନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ନୂତନ କୋଠା, ଗ୍ରାମବାସୀ କହିଲେ…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମରେ ଲୋକଙ୍କୁ ରାଜସ୍ବ ସେବା ଯୋଗାଇଦେବା ଲାଗି ସରକାରୀ ଅର୍ଥ ଖର୍ଚ୍ଚରେ ନିର୍ମାଣ କରାଗଲା ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri