ଗାଁ ଭିତରକୁ ପଶିଲା ପିଟିସି ଗୁଳି

ଅନୁଗୋଳ ଅଫିସ/ବନ୍ତଳା, ୧୨।୫
ଅନୁଗୋଳସ୍ଥିତ ପୋଲିସ ଟ୍ରେନିଂ କଲେଜ (ପିଟିସି)ରେ ସୋମବାର ଗୁଳି ଚାଳନା ପ୍ରଶିକ୍ଷଣ ବେଳେ ନିକଟସ୍ଥ ଶରଧାପୁର ଗାଁର ମହିଳା ପୁଷ୍ପଲତା ନାଏକ(୪୮)ଙ୍କ ହାତରେ ଗୁଳି ବାଜିଥିବା ଅଭିଯୋଗ ହୋଇଛି। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଖବରପାଇ ପିଟିସି ଅଧ୍ୟକ୍ଷ ତଥା ଉତ୍ତରକେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏପରି କିଛି ଘଟିବାର ସମ୍ଭାବନା ନ ଥିଲେ ବି ଅଭିଯୋଗ ହୋଇଥିବାରୁ ଅନୁଗୋଳ ପୋଲିସ ତଦନ୍ତ କରିବ ବୋଲି ଆଇଜି ପ୍ରକାଶ କରିଛନ୍ତି।
ପ୍ରକାଶ ଯେ, ପିଟିସି ନିକଟରେ ଶରଧାପୁର ଗଁା ଥିବାରୁ ଏପରି ପ୍ରଶିକ୍ଷଣ ପୂର୍ବରୁ କର୍ତ୍ତୃପକ୍ଷ ଗ୍ରାମବାସୀଙ୍କୁ ସୂଚନା ଦେଇଥାନ୍ତି। ଚଳିତମାସ ୯ରୁ ୧୩ ତାରିଖ ଯାଏ ପ୍ରଶିକ୍ଷଣ ସମୟରେ ବାହାରକୁ ନ ବାହାରିବାକୁ ପିଟିସି ପକ୍ଷରୁ ଗ୍ରାମବାସୀଙ୍କୁ ସତର୍କ କରାଯାଇଥିଲା। ହେଲେ ସକାଳେ ପୁଷ୍ପଲତା ଘର ବାହାରେ କାମ କରୁଥିବା ବେଳେ ଗୋଟିଏ ଗୁଳି ତାଙ୍କ ବାମ ହାତ ପାପୁଲିରେ ବାଜିଥିଲା। ଆଉ ଏକ ଗୁଳି ଘର କାନ୍ଥରେ ବାଜିଥିବା ପୁଷ୍ପଲତାଙ୍କ ପୁଅ ଗୁରୁ ନାଏକ ଅନୁଗୋଳ ଥାନାରେ ଅଭିଯୋଗ କରିଛନ୍ତି। ତୁରନ୍ତ ୧୦୮ ଆମ୍ବୁଲାନ୍ସରେ ପୁଷ୍ପଲତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେ ସାମାନ୍ୟ ଆହତ ହୋଇଥିବା ମେଡିକାଲ ପକ୍ଷରୁ କୁହାଯାଇଛି। ଅନୁଗୋଳ ପୋଲିସ କହିଛି, ପିଟିସି ଗୁଳି ଚାଳନା ରେଞ୍ଜ ଓ ପୁଷ୍ପଲତାଙ୍କ ଘର ମଧ୍ୟରେ ବହୁ ବ୍ୟବଧାନ ରହିଛି। ତେଣୁ ମହିଳାଙ୍କ ହାତରେ ଗୁଳି କିପରି ବାଜିଲା ତାହା ତଦନ୍ତ ପରେ ଜଣାପଡ଼ିବ। ସୂଚନାଯୋଗ୍ୟ ଯେ, ୨୦୧୯ ଜୁଲାଇ ୪ ତାରିଖରେ ପିଟିସିରେ ଏପରି ପ୍ରଶିକ୍ଷଣ ବେଳେ ଜଣେ ବୃଦ୍ଧାଙ୍କ ଛାତିରେ ଗୁଳି ବାଜିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ…

ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…

ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ,…

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି…

ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏସବୁ ବିଷୟରେ ଆଲୋଚନା କଲେ ମୋହନ, ଓଡ଼ିଶାବାସୀ ଶୁଣିଲେ ହୋଇଯିବେ ଖୁସି!

ଭୁବନେଶ୍ୱର, ୨୫।୫: ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଥିବା ଜଣାପଡିଛି। ଏନେଇ ଏକ୍ସରେ ସୂଚନା…

ଇଦ-ଉଲ-ଜୁହା ଛୁଟି ପରିବର୍ତ୍ତନ: ଏହି ଦିନକୁ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର,୨୫।୫: ଶେଷରେ ଇଦ-ଉଲ-ଜୁହା ଛୁଟିକୁ ନେଇ ଦ୍ୱନ୍ଦ୍ୱ ଦୂର ହୋଇଛି। ଆସନ୍ତା ୨୭ରେ ନୁହେଁ, ୨୮ରେ ଇଦ-ଉଲ-ଜୁହା ପାଇଁ ସରକାରୀ ଛୁଟି ଘୋଷଣା କରାଯାଇଛି। ଏନେଇ ସରକାରଙ୍କ…

SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୫।୫: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO) ସୋମବାର SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟରେ ବଢୁଥିବା ହିଟ ୱେଭ୍‌କୁ ଦୃଷ୍ଟିରେ ରଖି CEO ମଧ୍ୟାହ୍ନ…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri