ଗାଜଲବାଡ଼ି ଘାଟିରେ ସରୁନି ଗାର୍ଡଓ୍ବାଲ କାର୍ଯ୍ୟ, ଚାଳକଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ ଟଳିଲା ବଡ଼ଧରଣର ଦୁର୍ଘଟଣା

ଦାରିଙ୍ଗବାଡ଼ି,୨।୨(ଡି.ଏନ୍‌.ଏ.): କନ୍ଧମାଳ-ଗଞ୍ଜାମ ସୀମାବର୍ତ୍ତୀ ଗାଜଲବାଡ଼ି ଘାଟିରେ ରବିବାର ସକାଳେ ଏକ ବଡ଼ ଧରଣର ଦୁର୍ଘଟଣା ଟଳି ଯାଇଛି। ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଟ୍ରକ୍‌ଟିକୁ ରୋକିବାରେ ସଫଳ ହୋଇଛନ୍ତି।
ସୂଚନାଯୋଗ୍ୟ, ଟ୍ରକ ନଂ.(ଓଆର-୧୫ ଆର୍‌-୦୩୬୩) ଦାରିଙ୍ଗବାଡ଼ିରୁ ୫୯ନଂ ଜାତୀୟ ରାଜପଥରେ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ତେବେ ଗାଜଲବାଡି ଘାଟିର ୯ନଂ. ବୁଲାଣି ରାସ୍ତାରେ ଟ୍ରକଟିକୁ ଚାଳକ କାଟି ପାରି ନ ଥିଲେ ଫଳରେ ଟ୍ରକ୍‌ଟି ସିଧା ଗଡ଼ି ରାସ୍ତା ପାର୍ଶ୍ୱରେ ଥିବା କାଦୁଅରେ ଫସି ଯାଇଥିଲା। ଆଉ ମାତ୍ର କିଛି ଦୂରରେ ପ୍ରାୟ ୨ଶହ ଫୁଟର ଏକ ଖାଲଥିବାରୁ ଚାଳକ ଭୟଭୀତ ହୋଇପଡ଼ିଥିଲେ। ଉକ୍ତ ଘାଟିରେ ଗତ ୩ବର୍ଷ ହେଲା ଗାର୍ଡୱାଲ ନିର୍ମାଣ ଚାଲିଥିଲେ ମଧ୍ୟ ନିୟମିତ କାର୍ଯ୍ୟ ହେଉ ନ ଥିବାରୁ ଘାଟି ରାସ୍ତା ବିପଦସଙ୍କୁଳ ପରିସ୍ଥିତିରେ ରହିଛି। ସେହିପରି ତିତ୍‌ଲି ବାତ୍ୟା ସମୟରେ ଉକ୍ତ ଘାଟିରାସ୍ତାରେ ଭୁସ୍ଖଳନ ଯୋଗୁଁ ଦୀର୍ଘଦିନ ଧରି ରାସ୍ତାରେ ଯାତାୟାତ ବନ୍ଦ ଥିଲା। ସେହିଦିନ ଠାରୁ ଉକ୍ତ ରାସ୍ତାରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହେଉଛି। ଖବର ଲେଖାହେବା ପର୍ଯ୍ୟନ୍ତ ରାଜପଥ ଉପରେ ଏକାଧିକ ଗାଡ଼ିମୋଟର ଅଟକି ରହିବା ସହ ବାଲିଗୁଡ଼ାଠାରୁ ଦାରିଙ୍ଗବାଡ଼ି ଦେଇ ବ୍ରହ୍ମପୁର,ଭୁବନେଶ୍ବରକୁ ଗାଡ଼ି ଚଳାଚଳ ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

‘ମୋ ବିବାହ ଜୁଲାଇରେ…’ ଗୌରୀ ସ୍ପ୍ରେଟଙ୍କ ସହିତ ଓ୍ବେଡିଂ ପ୍ଲାନ ପ୍ରକାଶ କଲେ ଆମିର

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ଜୁଲାଇ ୫ରେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅଭିନେତା ପୂର୍ବରୁ ଦୁଇଥର ବିବାହ କରିଛନ୍ତି,…

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି…

ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ଆସିଥିବା ଆରାଘଚିଙ୍କ ସହ ଗାଲିବାଫଙ୍କୁ ହତ୍ୟା କରିବାକୁ ଚାହୁଁଛି ଇସ୍ରାଏଲ! ହତ୍ୟା ଷଡ଼ଯନ୍ତ୍ରର…

ଜେରୁଜେଲମ,୩।୭: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଉତ୍ତେଜନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି ସାମ୍ନାକୁ ଆସିଛି। ଆମେରିକୀୟ ଖବରକାଗଜ ନ୍ୟୁୟର୍କ ଟାଇମ୍ସର ଏକ ରିପୋର୍ଟ ଅନୁଯାୟୀ, ଯେତେବେଳେ…

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

ଘରୁ ଉଭାନ୍‌ ହୋଇଗଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ: ବାପା କହିଲେ…

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ସ୍ଥିତ ଭୈରବନଗର ପଡ଼ାରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅପହରଣ ହୋଇଥିବା ନେଇ ଅଭିଯୋଗ ଆସିଛି।…

ଅଙ୍ଗନଦୀ ସେତୁରୁ ଉଠିଗଲା କଂକ୍ରିଟ: ଦୁର୍ଘଟଣା ଆଶଙ୍କା

ଲୋଇସିଂହା,୩।୭ (ସୁଶାନ୍ତ ବାରିକ):ବଲାଙ୍ଗୀର-ବରଗଡ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ସାଲେଭଟା ଅଙ୍ଗନଦୀ ସେତୁ ମଝି ଅଂଶ ଶୋଚନୀୟ ହୋଇ ପଡିଥିବା ସ୍ଥାନକୁ ଗତ ମଙ୍ଗଳବାର ମରାମତି କରାଯାଇଥିଲା।…

ରାଜ୍ୟ ପାଇଁ ଗୌରବ ଆଣିଲେ ଖୁସିରାମ: ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌ ଚାମ୍ପିୟନଶିପ୍‌ରେ…

ବଲାଙ୍ଗୀର,୩ା୭(ବୀରେନ୍ଦ୍ର କୁମାର ଝାଙ୍କର):ମହାରାଷ୍ଟ୍ରର ନାସିକଠାରେ ଗତ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ୧୪ତମ ସିଙ୍ଗା, ମାକାନ, ପ୍ରି-ଟିନ୍‌, ପ୍ରି-ଜୁନିୟର ଓ ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri