ଗାଡ଼ି ଧକ୍କାରେ ୨ ଛାତ୍ର ମୃତ

ଭଦ୍ରକ ଅଫିସ, ୧୧।୯:ଭଦ୍ରକ ସହର ନୂଆ ବସ୍‌ଷ୍ଟାଣ୍ଡ ନିକଟସ୍ଥ ଲୋକାଲ ରୋଡ୍‌ ନିକଟରେ ମଙ୍ଗଳବାର ସକାଳ ସାଢେ ୬ଟା ବେଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୨ ଜଣ ଛାତ୍ରଙ୍କ ଜୀବନ ଯାଇଛି। ଏହି ଦୁର୍ଘଟଣା ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି। ଛାତ୍ର ଦ୍ୱୟ ପ୍ରାତଃ ସାଇକେଲ ଚାଳନା କରୁଥିବା ବେଳେ ନାଲିରଙ୍ଗର ଏକ ଇଣ୍ଡିଗୋ କାର ସେମାନଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଥିଲା। ଟାଉନ ପୋଲିସ ପହଞ୍ଚି ଦୁଇ ଛାତ୍ରଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲା ଚିକିତ୍ସାଳୟ ପଠାଇଥିଲା।
ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତ ଦୁଇ ଜଣ ଛାତ୍ର ହେଲେ କୁଆଁସ ଗ୍ରାମରେ ଭଡାରେ ରହି ୮ମ ଶ୍ରେଣୀରେ ପଢୁଥିବା ଛାତ୍ର ସୁମିତ୍‌ ସାହୁ ଓ ଅନ୍ୟ ଜଣେ ହେଲେ ୧୦ମ ଶ୍ରେଣୀର ଛାତ୍ର ଶୁଭଙ୍କର ମଲ୍ଲିକ। ସେମାନେ ଦୁଇଟି ସାଇକେଲ ଯୋଗେ ନିଜ ଘରୁ ପ୍ରାତଃ ସାଇକେଲ ଚାଳନା ପାଇଁ ବାହାରିଥିଲେ। ନୂଆ ବସ୍‌ଷ୍ଟାଣ୍ଡ ନିକଟସ୍ଥ ଲୋକାଲ ରୋଡ ଓ ଜାତୀୟ ରାଜପଥ-୧୬ ସଂଯୋଗ ଛକ ନିକଟରେ ଦ୍ରୁତଗତିରେ ଆସୁଥିବା କାର୍‌ ସେମାନଙ୍କୁ ପଛପଟୁ ଧକ୍କା ଦେଇଥିଲା। ଗୋଟିଏ ସାଇକେଲ ଦୁର୍ଘଟଣାସ୍ଥଳରୁ ୨୦ ମିଟର ଦୂରକୁ ଛିଟିକି ପଡିଥିବା ବେଳେ ଅନ୍ୟ ସାଇକେଲଟି ଦୁର୍ଘଟଣା ଘଟାଇଥିବା ଗାଡିରେ ଲାଗି ପ୍ରାୟ ୫ ଶହ ମିଟର ଦୂର ଯାଏ ଘୋଷାରି ହୋଇ ଯାଇଥିଲା। ଦୁର୍ଘଟଣା ସ୍ଥଳରେ ପ୍ରଚୁର ରକ୍ତସ୍ରାବ ହେବା କାରଣରୁ ଛାତ୍ର ଦ୍ୱୟଙ୍କର ସେଠାରେ ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ଉକ୍ତ ଗାଡିଟିକୁ ଅଟକାଇବାକୁ ଉଦ୍ୟମ କରିଥିଲେ ମଧ୍ୟ ଡ୍ରାଇଭର ଦ୍ରୁତବେଗରେ ଗାଡି ନେଇ ଚାଲିଯାଇଥିଲେ। ପ୍ରଥମେ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଛାତ୍ରଦ୍ୱୟ ମୃତ ବୋଲି ପୋଲିସକୁ ଖବର ଦେଇଥିଲୋ। ଟାଉନ ଥାନାଧିକାରୀ ସରୋଜିନୀ ସିଂ ପହଞ୍ଚି ଏକ ଆମ୍ବୁଲାନ୍ସ ଯୋଗେ ଛାତ୍ର ଦ୍ୱୟଙ୍କ ମୃତଦେହକୁ ଜିଲା ଚିକିସତ୍ାଳୟକୁ ପଠାଇଥିଲେ। ମୃତ ସୁମିତ୍‌ଙ୍କ ଘର ବନ୍ତ ବ୍ଲକ ନିଳୋକ ପଞ୍ଚାୟତ ଦୋଳପଦୀ ଗ୍ରାମରେ। ସେ ଭଦ୍ରକର କୁଆଁସରେ ରହି ନୂଆବଜାର ସ୍ଥିତ ମଞ୍ଜୁଳ ମଞ୍ଜରୀ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ପାଠ ପଢୁଥିଲେ। ମୃତ ଶୁଭଙ୍କରଙ୍କ ଘର ଚାନ୍ଦବାଲି ବ୍ଲକ ଘଣ୍ଟେଶ୍ୱର ଅଞ୍ଚଳରେ ବୋଲି ଜଣାପଡିଛି। ସେ ଚରମ୍ପା ସେଣ୍ଟ ଜାଭିୟର୍‌ ସ୍କୁଲରେ ପାଠ ପଢୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri