ଗାଡ଼ି ଯାଞ୍ଚ ନାଁରେ ଚାନ୍ଦା ଆଦାୟ, ପୋଲିସ ଏଏସ୍‌ଆଇ ନିଲମ୍ବିତ

ବ୍ରହ୍ମପୁର ଅଫିସ, ୭।୯: ଟ୍ରାଫିକ ନିୟମ ଅନୁସାରେ ପୋଲିସ ଯାନବାହନଗୁଡ଼ିକର କାଗଜପତ୍ର ଯାଞ୍ଚ କରୁଛି। ହେଲେ ଗାଡ଼ି ଯାଞ୍ଚ ନା’ରେ ଚାନ୍ଦା ଆଦାୟ କରିବା ଏବେ ଜଣେ ଟ୍ରାଫିକ ଏଏସ୍‌ଆଇଙ୍କୁ ମହଙ୍ଗା ପଡିଛି। ଏ ନେଇ ଅଭିଯୋଗ ହେବା ପରେ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ସମ୍ପୃକ୍ତ ପୋଲିସ ଏଏସ୍‌ଆଇ ସୁଗୁ. ନାରାୟଣଙ୍କୁ ଡିଓ ନମ୍ବର ୧୭୫୪/୧୯ ଅନୁସାରେ ନିଲମ୍ବନ କରିଛନ୍ତି।
ପ୍ରକାଶ ଯେ, ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ସାରୁ ଗ୍ରାମର ଭଦ୍ରିନାଥ ପଣ୍ଡା ଗତ ୨୭ ତାରିଖରେ ସ୍ବାସ୍ଥ୍ୟ ପରୀକ୍ଷା ନିମନ୍ତେ ବ୍ରହ୍ମପୁର ଆସିଥିଲେ। ଫାଷ୍ଟ ଗେଟ୍‌ ନିକଟରେ ଯାନବାହନ ଯାଞ୍ଚ କରୁଥିବା ଟ୍ରାଫିକ୍‌ ଏଏସ୍‌ଆଇ ସୁଗୁ. ନାରାୟଣ ଭଦ୍ରିନାଥଙ୍କ ବାଇକ ଅଟକାଇ କାଗଜପତ୍ର ଯାଞ୍ଚ କରିଥିଲେ। ତ୍ରୁଟି ଦର୍ଶାଇ ତାଙ୍କୁ ୨୦୦ ଟଙ୍କା ଜରିମାନା ଦେବାକୁ କହିଥିଲେ। ଭଦ୍ରିନାଥ ଉକ୍ତ ଏଏସ୍‌ଆଇ ନାରାୟଣଙ୍କୁ ୨୦୦ ଟଙ୍କା ଦେବା ପରେ ଏହାର ରସିଦ ମାଗିଥିଲେ। ତେବେ ଏଏସ୍‌ଆଇ ରସିଦ ଦେବା ବଦଳରେ ତାଙ୍କୁ ସେଠାରୁ ଚାଲିଯିବାକୁ ଧମକ ଦେଇଥିଲେ। ଏ ନେଇ ଭଦ୍ରିନାଥ ଟ୍ରାଫିକ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଟ୍ରାଫିକ ଡିଏସ୍‌ପି ଦାୟିତ୍ୱରେ ଥିବା ରାମକୃଷ୍ଣ ପତି ଘଟଣାର ତଦନ୍ତକରି ଏସ୍‌ପି ମିଶ୍ରଙ୍କ ନିକଟରେ ରିପୋର୍ଟ ଦାଖଲ କରିଥିଲେ। ଘଟଣାର ସତ୍ୟତା ଓ ଡିଏସ୍‌ପିଙ୍କ ରିପୋର୍ଟକୁ ଆଧାରକରି ଏସ୍‌ପି ମିଶ୍ର ଉକ୍ତ ଟ୍ରାଫିକ ଏଏସ୍‌ଆଇ ନାରାୟଣଙ୍କୁ ତାଙ୍କ ଦାୟିତ୍ୱରୁ ନିଲମ୍ବନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri