ଗାଡି ଭଡାରେ ଆଣି ଲକ୍ଷାଧିକ ଟଙ୍କା ଠକେଇ,୨ ଗିରଫ

ଭୁବନେଶ୍ୱର,୨୨।୧(ସୂର୍ଯ୍ୟକାନ୍ତ ବେହେରା): ଏଜେନ୍ସିଗୁଡ଼ିକରୁ ଭଡା ସୂତ୍ରରେ ଗାଡି ଆଣୁଥିଲେ। ପରେ ସେହି ଗାଡିକୁ ନିଜର କହି ଅନ୍ୟମାନଙ୍କୁ ଭଡାରେ ଲଗାଇ ମୋଟା ଅଙ୍କର ଟଙ୍କା ଆଣୁଥିଲେ। ହେଲେ ଗାଡିର ପ୍ରକୃତ ମାଲିକାନାକୁ ଟଙ୍କା ନ ଦେଇ ଚଳୁ କରି ଦେଉଥିଲେ। ଦୀର୍ଘଦିନ ଧରି ଭୁବନେଶ୍ୱରରେ ଏମିତି ତରିକାରେ ଏଜେନ୍ସିଗୁଡିକୁ ଠକିବା ଅଭିଯୋଗରେ ନୟାପଲ୍ଲୀ ଥାନା ପୋଲିସ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଖାରବେଳନଗର ଥାନା ଅନ୍ତର୍ଗତ ୟୁନିଟ-୯ ଅଞ୍ଚଳର ଆର୍‌. ଟାଟା ରାଓ ଓ ଗଞ୍ଜାମର ସୁଶାନ୍ତ କୁମାର ସାହୁ। ଉଭୟଙ୍କଠାରୁ ବିଭିନ୍ନ କମ୍ପାନୀର ୯ଟି ଚାରି ଚକିଆ ଗାଡ଼ି ଜବତ ହୋଇଛି। ଜାମିନ ନାମଞ୍ଜୁର ହେବାରୁ ଉଭୟଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଅଭିଯୁକ୍ତ ସୁଶାନ୍ତ ପୂର୍ବରୁ ଇନ୍‌ସ୍ୟୁରାନ୍ସ ଏଜେଣ୍ଟ ଭାବେ କାମ କରୁଥିବାବେଳେ ଟାଟା ରାଓ ଭୁବନେଶ୍ୱରରେ ଚା ଦୋକାନ କରିଥିବା ପୋଲିସ ତଦନ୍ତବେଳେ ଜାଣିବାକୁ ପାଇଛି।
ଠକେଇର ଶିକାର ହୋଇଛନ୍ତି କାର୍‌ ରେଣ୍ଟାଲ ସର୍ଭିସ୍‌ ଏଜେନ୍ସିର ମାଲିକ ରଜତ କୁମାର ସାହୁ। ଗତ ନଭେମ୍ବରରୁ ଅଭିଯୁକ୍ତମାନେ ତାଙ୍କଠାରୁ ବିଭିନ୍ନ ସମୟରେ ପାଖାପାଖି ୯ଟି ଗାଡି ଭଡା ସୂତ୍ରରୁ ନେଇଥିଲେ। ହେଲେ ଠିକ ସମୟରେ ଗାଡିଗୁଡିକୁ ଏଜେନ୍ସିକୁ ଫେରାଉ ନ ଥିଲେ କି ଭଡ଼ା ମଧ୍ୟ ଦେଉ ନ ଥିଲେ। ଏନେଇ ସେ ନୟାପଲ୍ଲୀ ଥାନାରେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ବିଭିନ୍ନ ସ୍ଥାନରୁ ଗାଡି ଜବତ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

ଗାଁକୁ ଆସୁନି ନେଟୱାର୍କ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ଖଜୁରିପଡ଼ା,୨୭ା୭(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଗୁଦାରି ଗାଁରେ ଦୀର୍ଘ ଦିନ ହେବ ନେଟୱାର୍କ ସମସ୍ୟା ଲାଗିରହିଛି। ଏହି ଗାଁଟି ଫୁଲବାଣୀ ସହରଠାରୁ ମାତ୍ର ୨ କିଲୋମିଟିର ଦୂରରେ…

ସ୍କୁଲରେ ପଶିଲା ସାପ, ଆଉ ତା’ପରେ…

ବଡ଼ଗାଁ,୨୭ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା ପଞ୍ଚାୟତର ଜାଙ୍ଗଲି ପ୍ରାଥମିକ ବିଦ୍ୟାଳୟ କୋଠରୀରେ ଥିବା ୨ଟି ସାପକୁ ଉଦ୍ଧାର କରାଯାଇ ଜଙ୍ଗଲରେ ଛଡାଯାଇଛି।…

ଇସ୍ତଫା ଦିଅନ୍ତୁ ଗଣଶିକ୍ଷା ମନ୍ତ୍ରୀ: ଗର୍ଜିଲା ସିପିଆଇ

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଗଞ୍ଜାମ ଜିଲା କମିଟି ପକ୍ଷରୁ ଦିଲ୍ଲୀସ୍ଥିତ ଜନ୍ତରମନ୍ତରଠାରେ ହୋଇଥିବା ଯୁବଛାତ୍ର ଆନ୍ଦୋଳନର ସଫଳତା ପରିପ୍ରେକ୍ଷୀରେ ଦେଶର ଅଗଣିତ ଛାତ୍ରୀଛାତ୍ର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri