ଗାଧୋଇବାକୁ ଯାଇ ପୋଖରୀରେ ବୁଡିଗଲେ ଯୁବକ

ନବରଙ୍ଗପୁର,୨୧ା୫(ବି.ପ୍ର)- ନବରଙ୍ଗପୁର ସହର ଗୋରାମୁଣ୍ଡା ପୋଖରୀରେ ବୁଡି ଯାଇ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ରାଜୁ ସାହିର ଅର୍ଜୁନ ନାୟକ (୩୫)। ମଙ୍ଗଳବାର ଅପରାହ୍ନରେ ସେ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଅର୍ଜୁନ ପୋଖରୀରେ ବୁଡି ଯାଇଥିବା ଅନ୍ୟମାନେ ଜାଣିବା ପରେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଦମକଳ ବାହିନୀ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ପରେ ପରିବାର ଲୋକଙ୍କୁ ଖବର ଦିଆଯାଇଥିଲା। ନବରଙ୍ଗପୁର ପୋଲିସ ଓ ପରିବାର ଲୋକ ପହଞ୍ଚିବା ପରେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଜିଲା ସଦର ମହକୁମା ଡାକ୍ତରଖାନା ନିଆଯାଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ନବରଙ୍ଗପୁର ଥାନା ପକ୍ଷରୁ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ଯୁବତୀଙ୍କୁ ଜଣଙ୍କ ପରେ ଜଣେ କରିଥିଲେ ବଳାତ୍କାର: ୩ ଜଣ ଜଣଙ୍କୁ ଅଟକ ରଖି…

ରାୟଗଡ଼ା/ଗୁଡ଼ାରି,୭।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାରେ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣବଳାତ୍କାର କରାଯାଇଛି। ଜଣେ ୧୮ବର୍ଷୀୟା ଦିବ୍ୟାଙ୍ଗ ଯୁବତୀ ମାନସିକ ଦୁରବସ୍ଥା ଥିବାରୁ...

ବିଦ୍ୟାଳୟରେ ପୋଡ଼ି ହୋଇଗଲେ ଛାତ୍ର: ପ୍ରଧାନଶିକ୍ଷକଙ୍କ ସମେତ ୪ ଶିକ୍ଷକଙ୍କ ଦରମା ବନ୍ଦ

ରାୟଗଡ଼ା,୬।୧: ରାୟଗଡ଼ା ଜିଲା ପାଇକଡାକୁଲୁଗୁଡ଼ା ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଘଟିଥିବା ଅଭାବନୀୟ ଅଗ୍ନିକାଣ୍ଡ ଘଟଣାରେ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିଦ୍ୟାଳୟର...

ମାନସିକ ବିକାରଗ୍ରସ୍ତ ଯୁବତୀଙ୍କୁ ଗଣବଳାତ୍କାର, କପା ବାଡ଼ରେ କାମ କରିବା ବେଳେ ୩ ଜଣ…

ରାୟଗଡ଼ା/ଗୁଡ଼ାରୀ,୬/୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ଗୁଡ଼ାରୀ ଥାନା ଅନ୍ତର୍ଗତ ନାଇରା ଗାଁରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ସୋମବାର ଅପରାହ୍ନ ପ୍ରାୟ ୪ଟା ସମୟରେ...

ହଠାତ୍‌ ବିଦ୍ୟାଳୟ ପରିସରରେ ଲାଗିଲା ନିଆଁ: ୪ ଛାତ୍ର ଗୁରୁତର

ବିଷମକଟକ,୫।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକରୁ ଏକ ଅତ୍ୟନ୍ତ ଦୁଃଖଦ ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରାୟଗଡ଼ା ଜିଲା ବିଷମକଟକ ବ୍ଲକ...

ଅଭିଯୋଗ ଶୁଣାଣିକୁ ବିଳମ୍ବରେ ଆସିଲେ ଅଧିକାରୀ, ବାହାର କରିଦେଲେ ଜିଲାପାଳ

ରାୟଗଡା,୫/୨(ଆଶିଷ ରଞ୍ଜନ ପଣ୍ଡା)- ଜିଲା ସ୍ତରୀୟ ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ କିଛି ଜିଲାସ୍ତରୀୟ ଅଧିଳାରୀ ନିର୍ଦ୍ଧାରିତ ସମୟ ଠାରୁ ବିଳମ୍ବରେ ଆସିବାରୁ ଭିତରକୁ ପ୍ରବେଶ କରିବା...

ଅନିଶ୍ଚିତତାରେ ଆଦିତ୍ୟ ବିର୍ଲା ଗ୍ରୁପ୍‌ର ପୋଷାକ ତିଆରି ୟୁନିଟ୍‌: ନିଯୁକ୍ତି ଚିନ୍ତାରେ ଯୁବତୀଯୁବକ

ରାୟଗଡ଼ା,୫।୧(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ଅନ୍ତର୍ଗତ କଂସାରିଗୁଡ଼ାଠାରେ ଉତ୍କଳ ଆଲୁମିନା ସୋସିଆଲ ଫାଉଣ୍ଡେଶନ ଦ୍ୱାରା ଆଦିତ୍ୟ ଆଲୁମିନା ବିଶୋଧନାଗାର (ରିଫାଇନେରି) ଏବଂ ପୋଷାକ...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri