ଗାଧୋଇବାକୁ ଯାଇ ପୋଖରୀରେ ବୁଡିଗଲେ ଯୁବକ

ନବରଙ୍ଗପୁର,୨୧ା୫(ବି.ପ୍ର)- ନବରଙ୍ଗପୁର ସହର ଗୋରାମୁଣ୍ଡା ପୋଖରୀରେ ବୁଡି ଯାଇ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ରାଜୁ ସାହିର ଅର୍ଜୁନ ନାୟକ (୩୫)। ମଙ୍ଗଳବାର ଅପରାହ୍ନରେ ସେ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଅର୍ଜୁନ ପୋଖରୀରେ ବୁଡି ଯାଇଥିବା ଅନ୍ୟମାନେ ଜାଣିବା ପରେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଦମକଳ ବାହିନୀ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ପରେ ପରିବାର ଲୋକଙ୍କୁ ଖବର ଦିଆଯାଇଥିଲା। ନବରଙ୍ଗପୁର ପୋଲିସ ଓ ପରିବାର ଲୋକ ପହଞ୍ଚିବା ପରେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଜିଲା ସଦର ମହକୁମା ଡାକ୍ତରଖାନା ନିଆଯାଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ନବରଙ୍ଗପୁର ଥାନା ପକ୍ଷରୁ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ…

ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରୁଛନ୍ତି ଫିଲିପ୍‌, ବାପାଙ୍କୁ ଆସିଲା ଏମିତି କଲ୍‌…

ଗୁଡ଼ାରି,୧୫ା୭(ପ୍ରମୋଦ ପତି): ଦାଦନ ଖଟିବାକୁ କେରଳ ରାଜ୍ୟକୁ ଯାଇ ସେଠାରେ ମୃତ୍ୟୁ ବରଣ କରିଛନ୍ତି ଗୁଡ଼ାରି ବ୍ଲକର ଏମ୍‌କେ ରାଇ ପଞ୍ଚାୟତ ଅନ୍ତର୍ଗତ ମକାଗୁଡ଼ା ଗ୍ରାମର ଅବିବାହିତ…

ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାବୁଡରେ ପଡିଗଲେ ଆର୍‌ଆଇ, ଆଉ ତା’ପରେ…

ଗୁଣପୁର,୧୫।୭(ସୁଜାତା ପାଢ଼ୀ/ ସଂକେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ତହସିଲର ସିରିଝୋଲି ରାଜସ୍ବ ନିରୀକ୍ଷକ ସୁଶାନ୍ତ ମଲ୍ଲିକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ପଟ୍ଟା ଟ୍ରାନ୍ସଫର କରାଇଦେବା ପାଇଁ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri