ଗାଧୋଇବା ବେଳେ ବୁଡ଼ିଗଲେ, ଜଣେ ମୃତ

ଛେଣ୍ଡିପଦା, ୯।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାଗଡିଆ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ଦୋଳବନ୍ଧ ପୋଖରୀରେ ବୁଡି ଜଣେ ବ୍ୟକ୍ତିଙ୍କ ଶନିବାର ମୃତ୍ୟୁ ଘଟିଛି। ମୃତକ ହେଲେ ବାଗଡିଆ ଗ୍ରାମ ପଞ୍ଚାୟତ ବଣିଆନଟି ସାହିର ଜେନା ଗୋଛାୟତଙ୍କ ପୁଅ ଶରତ ଗୋଛାୟତ (୪୬)।

ଶରତ ମଧ୍ୟାହ୍ନରେ ପୋଖରୀରେ ଗାଧୋଉଥିବା ବେଳେ ଗୋଡ ଖସିଯିବାରୁ ବୁଡି ଯାଇଥିଲେ। ସେହି ସମୟରେ ଉକ୍ତ ପୋଖରୀକୁ ଯାଇଥିବା ରାଜୁ ଗୋଚ୍ଛାୟତ ଶରତ ବୁଡ଼ି ଯାଉଥିବା ଦେଖି ଉଦ୍ଧାର କରିବାକୁ ଲୋକମାନଙ୍କୁ ଡାକିଥିଲେ। ଶେଷରେ ରାସ୍ତା ଦେଇ ଯାଉଥିବା ମେଘନା ନାୟକ ତାଙ୍କୁ ପାଣିରୁ ଉଦ୍ଧାର କରିଥିଲେ। ତାଙ୍କୁ ଚିକିତ୍ସାପାଇଁ ବାଗଡିଆ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଯାଇଥିଲା। ହେଲେ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନ ଥିବାରୁ ଖବର ପାଇ ଘଟଣାସ୍ଥଳରେ ପହଁଚିଥିବା ଦମକଳ ବାହିନୀ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଛେଣ୍ଡିପଦା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହିତ ଘଟଣାର ତଦନ୍ତ ଚଳାଇଛି। ଏଥିସହ ମୃତଦେହ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଛେଣ୍ଡିପଦା ପୋଲିସ ସୂଚନା ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ…

ଘର ଆଗରୁ ବାଇକ୍‌ ଚୋରି କରି ନେଇଗଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍‌ରୋଡ୍‌ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍‌କୁ ଚୋରି କରି…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri