Posted inଜାତୀୟ

ଗାନ୍ଦରବଲରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୧।୧୦: ଜମ୍ମୁ-କଶ୍ମୀର ଗାନ୍ଦରବଲ ଜିଲାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମଙ୍ଗଳବାର ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ଆତଙ୍କବାଦୀମାନେ ପ୍ରଥମେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚଳାଇଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ଏଠାରେ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ସୁରକ୍ଷା ଦୃଷ୍ଟିରୁ ସମଗ୍ର ଅଞ୍ଚଳକୁ ସୁରକ୍ଷାକର୍ମୀ ଘେରି ରହିଛନ୍ତି। ଏହାପୂର୍ବରୁ ୪ ଦିନ ତଳେ ସ୍ଥାନୀୟ ନାରନାଗ ଅଞ୍ଚଳରେ ସୁରକ୍ଷାକର୍ମୀ ୨ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଆଣିବା ପାଇଁ ମଧ୍ୟସ୍ଥତା କରୁଛି ପାକିସ୍ତାନ, ଯଦି ଇରାନ…

ଓ୍ବାଶିଂଟନ/ଇସଲାମାବାଦ,୧୧ା୪: ଆମେରିକା-ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିର ସମାଧାନ ପାଇଁ ପାକିସ୍ତାନ ମଧ୍ୟସ୍ଥତା କରୁଛି। ଏଥିପାଇଁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ଆମେରିକାର ପ୍ରତିନିଧିମଣ୍ଡଳୀ ସହିତ ପାକସ୍ତାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri