ଗାନ୍ଧିଜୀଙ୍କ ମୃତ୍ୟୁକୁ ନେଇ ପ୍ରକାଶିତ ଭୁଲତଥ୍ୟ ପ୍ରତିବାଦରେ ବିକ୍ଷୋଭ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

କଣ୍ଟାପଡା,୧୬।୧୧(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ଓଡ଼ିଆ ପତ୍ରିକା ‘ଆମ ବାପୁଜୀ ଏକ ଝଲକ’ରେ ଗାନ୍ଧିଜୀଙ୍କ ମୃତ୍ୟକୁ ଆକସ୍ମିକ ବୋଲି ଦର୍ଶାଯାଇଥିଲା। ଏହାର ପ୍ରତିବାଦରେ ଗ୍ରାମୀଣ ସେବକ ସମାଜ ପକ୍ଷରୁ କଣ୍ଟାପଡା ତହସିଲଦାରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଗାନ୍ଧିଜୀଙ୍କୁ ହତ୍ୟାପାଇଁ ୬ ଥର ଅସଫଳ ହେବାପରେ ସପ୍ତମଥର ନାଥୁରାମ ଗଡ୍‌ସେ ଗୁଳି କରି ଗାନ୍ଧିଙ୍କୁ ହତ୍ୟା କରିଥିଲେ। ମାତ୍ର ରାଜ୍ୟ ଗଣଶିକ୍ଷା ବିଭାଗ ଦ୍ୱାରା ଉଦ୍ଦେଶ୍ୟ ପ୍ରଣୋଦିତ ଭାବେ ଏଭଳି ଲେଖାପ୍ରକାଶ ପାଇଥିବାରୁ ଏହା ଗାନ୍ଧୀପ୍ରେମୀଙ୍କୁ ଆଘାତ ଦେଇଛି ବୋଲି ଗ୍ରାମୀଣ ସେବକ ସମାଜ ସମ୍ପାଦକ ସନ୍ତୋଷ ମାଝି କହିଛନ୍ତି। ଅପରପକ୍ଷେ ଏଭଳି ଭୁଲତଥ୍ୟ ଛାପିଥିବା ଦୋଷୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର କଣ୍ଟାପଡା ତହସିଲଦାର ଆର୍ତ୍ତତ୍ରାଣ ମଲ୍ଲିକଙ୍କୁ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ହେବେ ପ୍ରଧାନମନ୍ତ୍ରୀ! ହେଲେ କିଏ ବାଛିଲା ତାଙ୍କୁ? ଜାଣନ୍ତୁ କଂଗ୍ରେସର ଏହି ଦାବି ସମ୍ପର୍କରେ

ନୂଆଦିଲ୍ଲୀ,୧।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ମେଣ୍ଟର ପ୍ରାର୍ଥୀ ଘୋଷଣା କରାଯାଇଛି। ତାମିଲନାଡୁ ବିଧାନସଭାରେ କଂଗ୍ରେସ ବିଧାୟକ ଦଳ (ସିଏଲପି)ର ନେତା…

‘କମିବ ତେଲ ଦର’, ଏମିତି ଘୋଷଣା କରି ଚମକାଇ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧।୯: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଜୋର ଦେଇ କହିଥିଲେ ଯେ ଭେନେଜୁଏଲା ସହିତ ତାଙ୍କର ତୈଳ ଚୁକ୍ତି ଯୋଗୁ ଗ୍ୟାସ ମୂଲ୍ୟରେ ଦ୍ରୁତ ହ୍ରାସ ଘଟିବ,…

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri