ଗାନ୍ଧିଜୀଙ୍କ ଶହୀଦ ଦିବସରେ କବିତା ପାଠୋତ୍ସବ

ବାଲେଶ୍ୱର ଅଫିସ, ୩୧।୧-ମହାତ୍ମା ଗାନ୍ଧୀଙ୍କ ୭୨ତମ ଶହୀଦ ଦିବସ ଗୁରୁବାର ପାଳିତ ହୋଇଯାଇଛି। ଏହି ଅବସରରେ ବାଲେଶ୍ୱର ସିନେମାଛକସ୍ଥିତ ଶହୀଦ ପାର୍କସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଜିଲା ପ୍ରଶାସନ ତରଫରୁ ମାଲ୍ୟାର୍ପଣ କରାଯାଇଥିଲା। ପରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଏକ ସ୍ମୃତିସଭା ଆୟୋଜନ କରାଯାଇଥିଲା। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ସ୍ମୃତି ସଭା ଓ କବିତା ପାଠୋତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକ, ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ରାମଚନ୍ଦ୍ର ଜେନା, ଉପଜିଲାପାଳ ନିଲୁ ମହାପାତ୍ର, ଫକୀରମୋହନ ସାହିତ୍ୟ ପରିଷଦର ସଭାପତି ଶିରିଶ ଚନ୍ଦ୍ର ଜେନା ପ୍ରମୁଖ ମଞ୍ଚାସୀନ ହୋଇ ଗାନ୍ଧୀଙ୍କ ଅହିଂସା ମାର୍ଗ ସମ୍ପର୍କରେ ବକ୍ତବ୍ୟ ଦେଇଥିଲେ।
ବୈଠକ ପ୍ରାରମ୍ଭରେ ଗାନ୍ଧିଜୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ୨ ମିନିଟ୍‌ ନୀରବ ପ୍ରାର୍ଥନା କରାଯାଇଥିଲା। ପରେ ଗାନ୍ଧିଜୀଙ୍କ ପ୍ରିୟ ଭଜନ ବୈଷ୍ଣୋବ ଜନତୋ ପରିବେଷଣ କରାଯାଇଥିଲା। ଏହି ଅବସରରେ କବି ପ୍ରଶାନ୍ତ ଦାସ, ପ୍ରାଧ୍ୟାପକ ଡ. ପ୍ରହ୍ଲାଦ ଚରଣ ମହାନ୍ତି, ଡ. ଲକ୍ଷ୍ମୀକାନ୍ତ ତ୍ରିପାଠୀ, ହରିଶ ଚନ୍ଦ୍ର ବେହେରା, ପ୍ରାଧ୍ୟାପକ ଶତ୍ରୁଘ୍ନ ମଲ୍ଲିକ ପ୍ରମୁଖ ବକ୍ତବ୍ୟ ଉପସ୍ଥାପନ କରିଥିଲେ। ଏହି କବିତା ପାଠୋତ୍ସବରେ ଶତାଧିକ ସାହିତି୍ୟକ, ଲେଖକ, କବି ଯୋଗଦାନ କରିଥିବା ବେଳେ ଗାନ୍ଧୀଙ୍କ ସତ୍ୟ, ଅହିଂସା ଓ ଗାନ୍ଧୀବାଦ ଉପରେ ପର୍ଯ୍ୟବସିତ ୪୫ ଗୋଟି ସ୍ବରଚିତ କବିତା କବିମାନେ ଆବୃତ୍ତି କରିଥିଲେ। ଏହି କବିତା ପାଠୋତ୍ସବକୁ ସ୍ଥାନୀୟ ଅନୁଷ୍ଠାନ ଫକୀରମୋହନ ସାହିତ୍ୟ ପରିଷଦର ମିଳିତ ସହଯୋଗରେ ଆୟୋଜନ କରାଯାଇଥିଲା। ଏଥିରେ ପରିଷଦର ସଦସ୍ୟାସଦସ୍ୟମାନେ ସହଯୋଗ କରିଥିଲେ। ସମସ୍ତ କାର୍ଯ୍ୟକ୍ରମକୁ ସଂସ୍କୃତି ଅଧିକାରୀ ମନସ୍ବିନୀ ରାଉତ ଏବଂ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁବାସ ନିଆଲ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…

ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍‌ର ୪ ଗିରଫ…

ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା  ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…

ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri