ଗାନ୍ଧିଜୀଙ୍କ ହତ୍ୟା ତଥ୍ୟ ପିଲାଙ୍କୁ ଲୁଚା ନ ଯାଉ

ଭୁବନେଶ୍ୱର, ୧୪ା୧୧(ବ୍ୟୁରୋ): ରାଜ୍ୟର ସମସ୍ତ ସ୍କୁଲରେ ପିଲାଙ୍କୁ ଦିଆଯାଇଥିବା ଦୁଇ ପୃଷ୍ଠାର ଏକ ଲିଫ୍‌ଲେଟରେ ଗାନ୍ଧିଜୀଙ୍କ ବର୍ବର ହତ୍ୟାକୁ ଉଲ୍ଲେଖ ନ କରି ମିଥ୍ୟା ତଥ୍ୟ ଦିଆଯାଇଛି। ଗାନ୍ଧିଜୀଙ୍କୁ ନାଥୁରାମ ଗଡ୍‌ସେ ପ୍ରାର୍ଥନା ସଭାରେ ଗୁଳିକରି ହତ୍ୟା କରିଥିବା ଇତିହାସରେ ଲିଖିତ ଅଛି। କିନ୍ତୁ ଗଣଶିକ୍ଷା ବିଭାଗ ପକ୍ଷରୁ ‘ଆମ ବାପୁଜୀ ଏକ ଝଲକ’ ଶିରୋନାମାରେ ଯେଉଁ ପ୍ରଚାରପତ୍ର ବଣ୍ଟାଯାଇଛି ସେଥିରେ ଏକ ଆକସ୍ମିକ ଘଟଣାରେ ଗାନ୍ଧିଜୀଙ୍କ ଦେହାବସାନ ହୋଇଛି ବୋଲି ଉଲ୍ଲେଖ କରାଯାଇଛି। ଅର୍ଥାତ୍‌ ଗାନ୍ଧୀଙ୍କୁ ହତ୍ୟା କରାଯାଇଥିବା କଥାକୁ ସ୍କୁଲ ପିଲାଙ୍କ ପାଖରେ ଲୁଚାଯାଇଛି। ହତ୍ୟାର ଠିକ୍‌ ତଥ୍ୟ ଦେବା ସହ ଭୁଲ୍‌ର ସଂଶୋଧନ କରି ପୁନଃ ପିଲାଙ୍କୁ ଏ ସଂକ୍ରାନ୍ତରେ ଅବଗତ କରାଯିବା ଓ ଏପରି ଭୁଲ୍‌ କରିଥିବା ଦୋଷୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଲୋହିଆ ଏକାଡେମୀ ଓ ରାଷ୍ଟ୍ରୀୟ ଯୁବା ସଙ୍ଗଠନ ଦାବି କରିଛି।
ବୁଧବାର ଲୋହିଆ ଏକାଡେମୀରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏକାଡ଼େମୀର ସମ୍ପାଦକ ଦେବ ପ୍ରସାଦ ରାୟ, ପ୍ରଫୁଲ୍ଲ ସାମନ୍ତରା, ରାଷ୍ଟ୍ରୀୟ ଯୁବା ସଙ୍ଗଠନର ଡା. ବିଶ୍ୱଜିତ ରାୟ ଓ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ପୂର୍ବତନ ପ୍ରଫେସର ମନୋରଞ୍ଜନ ମହାନ୍ତି ଏ ସଂକ୍ରାନ୍ତରେ ଅଭିଯୋଗ ଉଠାଇଛନ୍ତି। ସେମାନେ କହିଛନ୍ତି, ଗାନ୍ଧିଜୀଙ୍କ ହତ୍ୟାର କାରଣ ଓ ହତ୍ୟାକାରୀର ନାମ ପିଲାମାନେ ଜାଣିବା ଅତି ଆବଶ୍ୟକ। ଯେଉଁ ଅଧିକାରୀ ଏହି ଲେଖା ଦାୟିତ୍ୱରେ ଥିଲେ ସେମାନେ ଏନେଇ ଉତ୍ତର ରଖନ୍ତୁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏଭଳି ଏକ ସମ୍ବେଦନଶୀଳ ଘଟଣାକୁ ଗୁରୁତ୍ୱର ସହ ଗ୍ରହଣ କରି ପଦକ୍ଷେପ ନିଅନ୍ତୁ ବୋଲି ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri