Posted inଜାତୀୟ

‘ଗାନ୍ଧିଜୀ ଆତ୍ମହତ୍ୟା କଲେ କେମିତି’

ଅହମ୍ମଦାବାଦ, ୧୪ା୧୦: ଗୁଜରାଟରେ ନବମ ଏବଂ ଦ୍ୱାଦଶ ଶ୍ରେଣୀ ସ୍କୁଲ୍‌ ଇଣ୍ଟରନାଲ୍‌ ପରୀକ୍ଷାରେ ଆସିଥିବା ୨ଟି ପ୍ରଶ୍ନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଗାନ୍ଧିଜୀ କିପରି ଆତ୍ମହତ୍ୟା ଉଦ୍ୟମ କରିଥିଲେ ବୋଲି ୯ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ଗୁଜରାଟୀ ଭାଷାରେ ଏଭଳି ଏକ ଆପତ୍ତିଜନକ ପ୍ରଶ୍ନ ଆସଥିଲା। ଅନ୍ୟପକ୍ଷରେ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ‘ତୁମ ଅଞ୍ଚଳରେ ମଦ ବିକ୍ରି ବୃଦ୍ଧି ଏବଂ ଚୋରା ମଦ ବ୍ୟବସାୟୀମାନଙ୍କ ବିଶୃଙ୍ଖଳା ସମ୍ପର୍କରେ ଜିଲା ପୋଲିସ ମୁଖ୍ୟଙ୍କୁ ଅଭିଯୋଗପତ୍ର ଲେଖ’ ନେଇ ଅନ୍ୟ ଏକ ପ୍ରଶ୍ନ ଆସିଥିଲା। ଏହା ବୁଦ୍ଧିଜୀବୀ ଏବଂ ଶିକ୍ଷାବିତ୍‌ଙ୍କ ମନକୁ ଆନ୍ଦୋଳିତ କରିଛି। ଅନ୍ୟପକ୍ଷରେ ଏଭଳି ଆପତ୍ତିଜନକ ପ୍ରଶ୍ନକୁ ନେଇ ରାଜ୍ୟ ଶିକ୍ଷା ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, କେତେକ ବ୍ଲକ୍‌ ଗ୍ରାଣ୍ଟପ୍ରାପ୍ତ ଏବଂ ସେଲ୍ଫ ଫାଇନାନ୍ସ ସ୍କୁଲଗୁଡ଼ିକୁ ନେଇ ଗାନ୍ଧୀନଗରସ୍ଥିତ ‘ସୁଫଲମ୍‌ ଶାଲା ବିକାଶ ସଙ୍କୁଲ୍‌’ ସଙ୍ଗଠନ ଗଠିତ। ଏହି ସଂଗଠନ ଅଧୀନରେ ଚାଲିଥିବା ସ୍କୁଲର ପରିଚାଳନା କର୍ତ୍ତୃପକ୍ଷଙ୍କ ଦ୍ୱାରା ଏହି ୨ ପ୍ରଶ୍ନ ପିଲାଙ୍କ ପାଇଁ ପ୍ରସ୍ତୁତ ହୋଇଥିଲା, ଏଥିରେ ରାଜ୍ୟ ଶିକ୍ଷା ବିଭାଗର କୌଣସି ସମ୍ପୃକ୍ତି ନ ଥିବା ଗାନ୍ଧୀନଗର ଡିଇଓ ଭାରତ ବଧେର୍‌ ସୂଚନା ଦେଇଛନ୍ତି। ଏ ବିଷୟକୁ ନେଇ ତଦନ୍ତ ଆରମ୍ଭ ହୋଇଥିବାବେଳେ ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri