ଗାନ୍ଧୀ ଜୟନ୍ତୀରୁ କର୍କଟରୋଗୀଙ୍କୁ ଉପଶମ ଚିକିତ୍ସା

ଭୁବନେଶ୍ୱର,୧୭।୮(ବ୍ୟୁରୋ): ଆସନ୍ତା ଗାନ୍ଧୀ ଜୟନ୍ତୀରୁ କର୍କଟ ରୋଗୀଙ୍କୁ ରାଜ୍ୟ ସରକାର ଜିଲାସ୍ତରରେ ଉପଶମ ଚିକିତ୍ସା ଯୋଗାଇଦେବେ। ପ୍ରଥମ ପର୍ଯ୍ୟାୟରେ କ୍ୟାପିଟାଲ ହସ୍ପିଟାଲ ସମେତ ୭ଟି ଜିଲାରେ ଏହି ସେବା ଆରମ୍ଭ ହେବ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଏହା ସ୍ଥିର ହୋଇଛି। ବୈଠକର ନିଷ୍ପତ୍ତି ଅନୁଯାୟୀ, ଯେଉଁ କର୍କଟରୋଗୀମାନେ କେମୋ ଗ୍ରହଣ କରୁଛନ୍ତି ସେମାନଙ୍କୁ ଯନ୍ତ୍ରଣାରୁ ଉପଶମ ଲାଗି ରାଜ୍ୟ ସରକାର ଏହି ସୁବିଧା ଯୋଗାଇ ଦେବେ। ଏଥିରେ ରୋଗୀମାନଙ୍କ ଜିଲାସ୍ତରୀୟ ଚିକିତ୍ସାଳୟରେ ସ୍ବତନ୍ତ୍ର ଶଯ୍ୟା ସହିତ ଆବଶ୍ୟକ ଔଷଧ ଯୋଗାଇ ଦିଆଯିବ।
ପ୍ରଥମ ପର୍ଯ୍ୟାୟରେ କ୍ୟାପିଟାଲ ହସ୍ପିଟାଲ ସମେତ ବାଲେଶ୍ୱର, ବରଗଡ଼, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ସୁନ୍ଦରଗଡ଼ରେ ଏହି ଚିକିତ୍ସା ଆରମ୍ଭ ହେବ। ୨୦୨୦-୨୧ ସୁଦ୍ଧା ରାଜ୍ୟର ସମସ୍ତ ଜିଲାକୁ ଏହା ସମ୍ପ୍ରସାରଣ କରିବାର ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri