Posted inଜାତୀୟ

ଗାନ୍ଧୀ ଜୟନ୍ତୀରେ ଭାଜପାକୁ ଟାର୍ଗେଟ କଲେ ସୋନିଆ: ଗାନ୍ଧୀଙ୍କ ନାମ ନେବା ସହଜ,ତାଙ୍କ ପ୍ରଦର୍ଶିତ ରାସ୍ତାରେ ଚାଲିବା କଷ୍ଟକର

ନୂଆଦିଲ୍ଲୀ୨।୧୦: ଜାତୀୟ ପିତା ମହାତ୍ମା ଗାନ୍ଧୀଙ୍କ ବୁଧବାର ୧୫୦ତମ ଜୟନ୍ତୀ ପାଳନ କରାଯାଇଛି। ଏହି ଅବସରରେ ସମଗ୍ର ଭାରତରେ ବିଭିନ୍ନ ଦଳ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହି ପରିପ୍ରେକ୍ଷୀରେ କଂଗ୍ରେସ ପକ୍ଷରୁ ଏକ ପଦଯାତ୍ରାରେ କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, ରାହୁଲ ଗାନ୍ଧୀ ରାଜଘାଟରେ ପହଞ୍ଚି ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ। ପଦଯାତ୍ରା ପରେ ଆୟୋଜିତ ଏକ ସଭାରେ ସୋନିଆ ଗାନ୍ଧୀ କର୍ମକର୍ତ୍ତାଙ୍କୁ ସମ୍ବୋଧିତ କରିବା ସହ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, କିଛି ଲୋକ ଆଜି ଆର୍‌ଏସ୍‌ଏସ୍‌କୁ ଦେଶର ପ୍ରତୀକ ଭାବେ କରିବାକୁ ଚାହୁଁଛନ୍ତି। କିନ୍ତୁ ଏହା ସମ୍ଭବପର ନୁହେଁ। କାରଣ ଆମ ଦେଶର ମୂଳଦୁଆ ହେଉଛି ଗାନ୍ଧୀଙ୍କ ବିଚାର। ଆଜି ଭାରତ ଯେଉଁଠି ଅଛି ତାହା କେବଳ ଗାନ୍ଧୀଙ୍କ ଦେଖାଇଥିବା ରାସ୍ତା ଯୋଗୁ ହୋଇପାରିଛି। ଗତ କିଛି ବର୍ଷରୁ ଭାରତର ଯେଉଁ ସ୍ଥିତି ରହିଛି ତାକୁ ଦେଖି ଗାନ୍ଧୀଙ୍କ ଆତ୍ମାକୁ ଦୁଃଖ ପହଞ୍ଚୁଥିବ। କାରଣ ଆଜି ଦେଶରେ କୃଷକ ଅବହେଳିତ ଥିବା ବେଳେ ନୀରମାନେ ସୁରକ୍ଷିତ ନାହାନ୍ତି ଏବଂ ବହୁ ଶିଳ୍ପସଂସ୍ଥା ବନ୍ଦ ହେବାରେ ଲାଗିଛି। ଯେଉଁମାନେ ମିଥ୍ୟା ରାଜନୀତି କରୁଛନ୍ତି, ସେମାନେ ଗାନ୍ଧୀଙ୍କ ଅଂହିସାକୁ ନୀତିକୁ କେବେ ବୁଝିପାରିବେ ନାହିଁ। ଗାନ୍ଧୀଙ୍କ ନାମ ନେବା ଯେତିକି ସହଜ ତାଙ୍କ ଦେଖାଇଥିବା ରାସ୍ତାରେ ଚାଲିବା ବହୁ କଷ୍ଟକର ବୋଲି ସୋନିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତି ନିଯୁକ୍ତ: ମୋଟ ବିଚାରପତି ସଂଖ୍ୟା ହେଲା..

ନୂଆଦିଲ୍ଲୀ,୧ା୬:ସୁପ୍ରିମକୋର୍ଟରେ ସୋମବାର ୫ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିବା ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚତ୍ବାକୁ ଯାଉଛି, ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri