ଭୁବନେଶ୍ୱର,୬।୮(ଅନିଲ ଦାସ):ଚଳିତବର୍ଷର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ମହାତ୍ମା ଗାନ୍ଧୀ ମାର୍ଗରେ ପାଳନ କରାଯିବ। ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ସହିତ ସୋମବାର ଅନୁଷ୍ଠିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି।ବୈଠକର ଆଲୋଚନାରୁ ଜଣାଯାଇଛି, ଚଳିତବର୍ଷ ପରେଡରେ ସ୍କୁଲ-କଲେଜ ଓ ପୋଲିସ ବାହିନୀର କଣ୍ଟିଜେଣ୍ଟକୁ ମିଶାଇ ପ୍ରାୟ ୪୦ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିବେ। ମୁଖ୍ୟମନ୍ତ୍ରୀ ସକାଳ ୯ଟା ସମୟରେ ପତାକା ଉତ୍ତୋଳନ କରି ଜନସାଧାରଣଙ୍କୁ ଉଦ୍ବୋଧନ ଦେବେ। ଏହାପରେ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ।
ଏହି ଅବସରରେ ଜିଲାସ୍ତରର ସ୍ବାଧୀନତା ଦିବସ ପାଳନ କାର୍ଯ୍ୟକ୍ରମ ପାଇଁ ଅଧିକ ଅର୍ଥର ବରାଦ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବାଧୀନତା ଦିବସ ଏକ ଜାତୀୟ କାର୍ଯ୍ୟକ୍ରମ। ସାରା ଦେଶବାସୀଙ୍କ ପାଇଁ ଖୁସି ଓ ଉତ୍ସବର ଦିବସ। ଏହାକୁ ମହାସମାରୋହରେ ପାଳନ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି।
ବୈଠକରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂହ, ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ ସିଂହ, ଗୃହ ବିଭାଗର ସ୍ବତନ୍ତ୍ର ସଚିବ ସନ୍ତୋଷ ବାଲା ଓ କଟକ-ଭୁବନେଶ୍ବରର ପୋଲିସ କମିଶନର ସଞ୍ଜୀବ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।
ମୋଦିଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ବିଜୟ
ଚେନ୍ନାଇ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ଅକ୍ଟୋବର ୧୧) ଚେନ୍ନାଇରେ ପହଞ୍ଚିଛନ୍ତି। ସେଠାରେ ସେ ୧୩,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ…
CJP ବର୍ତ୍ତମାନ ବିକ୍ଷୋଭ ପ୍ରଦର୍ଶନ କରିବ କି ନାହିଁ? ଅପଡେଟ ଦେଲେ ସୌରଭ ଦାସ
ନୂଆଦିଲ୍ଲୀ,୧୧।୧୦: ସିଜେପି (CJP) ମୁଖପାତ୍ର ସୌରଭ ଦାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ‘ଏକ୍ସ’ (X) ରେ ଲେଖି ସେ…
‘କମବ୍ୟାକ କିଙ୍ଗ’ ହାର୍ଦ୍ଦିକ ପାଣ୍ଡ୍ୟା; ଯେତେବେଳେ ବି ସେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିଛନ୍ତି, ସେତେବେଳେ ଅବିସ୍ମରଣୀୟ ପ୍ରତ୍ୟାବର୍ତ୍ତନ କରିଛନ୍ତି
ନୂଆଦିଲ୍ଲୀ,୧୧।୧୦: ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ଅଲ-ରାଉଣ୍ଡରମାନଙ୍କ ମଧ୍ୟରେ ଗଣାଯାଆନ୍ତି। ତାଙ୍କ କ୍ରିକେଟ କ୍ୟାରିୟରରେ ଅନେକ ଉତ୍ଥାନ-ପତନ ଦେଖିବାକୁ ମିଳିଛି; ସେ ନିଜର ବୃତ୍ତିଗତ ଏବଂ…
Chanakya Niti: କୌଣସି କଥାକୁ ନେଇ ଚିନ୍ତା କରୁଛନ୍ତି କି? ମାନନ୍ତୁ ଏହି ୪ କଥା, ସୁଖରେ କଟିବ ଜୀବନ
ଆଜିର ଦ୍ରୁତ ଗତିଶୀଳ ଜୀବନରେ ଛୋଟ ଛୋଟ ଜିନିଷ ମଧ୍ୟ ପ୍ରାୟତଃ ମାନସିକ ଚାପ ସୃଷ୍ଟି କରୁଛି। କେତେବେଳେ ଅତୀତର ଭୁଲ ଆମକୁ ହଇରାଣ କରେ, ତ…
ନାନା ପାଟେକରଙ୍କ ବିୟୋଗରେ କାହିଁକି ଭାଙ୍ଗି ପଡ଼ିଲେ ଶେଖର ସୁମନ? କ୍ୟାନସେଲ କଲେ ଶୋ’, କହିଲେ, ‘ତାଙ୍କ ସ୍ଥାନ କେହି…’
ମୁମ୍ବାଇ: ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ’ (Shekhar Tonight) ଆରମ୍ଭ ହେବା ଦିନଠାରୁ ହିଁ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଶୋ’ରେ ସଞ୍ଜୟ ଦତ୍ତଙ୍କ ଉପସ୍ଥିତି…
କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି
କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…
ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video
ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…
ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି
ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

