ଗାନ୍ଧୀ ମାର୍ଗରେ ହୋଇ ନ ପାରେ ରାଜ୍ୟସ୍ତରୀୟ ପରେଡ୍‌: ୩ ସ୍ଥାନ ବୁଲି ଦେଖିଲେ ଡିଜିପି, ସିପି

ଭୁବନେଶ୍ୱର, ୪ା୮(ବ୍ୟୁରୋ): ରାଜ୍ୟରେ ୭୨ତମ ସ୍ବାଧୀନତା ଦିବସ ପାଳନ ପାଇଁ ଚାଲିଛି ପ୍ରସ୍ତୁତି। ସବୁଥର ପରି ଏଥର ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଉତ୍ତୋଳନ କରିବେ। କିନ୍ତୁ କେତେକ କାରଣ ପାଇଁ ଚଳିତବର୍ଷ ଗାନ୍ଧୀମାର୍ଗରେ ରାଜ୍ୟସ୍ତରୀୟ ପରେଡ କରା ନ ଯିବାକୁ ସ୍ଥିର ହୋଇଛି। ତେଣୁ ରାଜ୍ୟସ୍ତରୀୟ ପରେଡ ଅନ୍ୟ ସ୍ଥାନରେ କରାଯିବାକୁ ନେଇ ପୋଲିସ ବିଭାଗ ଯୋଜନା କରୁଥିବା ଜଣାପଡିଛି। ଶନିବାର ପୋଲିସ ଡିଜି ଡା. ରାଜେନ୍ଦ୍ର ପ୍ରସାଦ ଶର୍ମା, ପୋଲିସ କମିଶନର ସତ୍ୟଜିତ ମହାନ୍ତି, ଡିସିପି ଅନୁପ କୁମାର ସାହୁ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଭୁବନେଶ୍ୱରର ୩ ସ୍ଥାନ ପରିଦର୍ଶନ କରିଛନ୍ତି। ଡିଜିପି ପ୍ରଦର୍ଶନୀ ପଡିଆ, ଜନତା ମଇଦାନ ଓ କଳିଙ୍ଗ ଷ୍ଟାଡିୟମ ବୁଲି ଦେଖିଛନ୍ତି। ଏପର୍ଯ୍ୟନ୍ତ କେଉଁ ସ୍ଥାନରେ ପରେଡ ହେବ ସେନେଇ ଚୟନ ପ୍ରକ୍ରିୟା ଶେଷ ହୋଇନାହିଁ। ସ୍ଥାନ ପରିବର୍ତ୍ତନ ନେଇ ସୋମବାର ଗୃହ ବିଭାଗର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଉକ୍ତ ବୈଠକରେ ଡିଜିପି ବୁଲି ଦେଖିଥିବା ୩ ସ୍ଥାନ ବିଷୟରେ ଆଲୋଚନା କରିବେ। ଶେଷରେ ଏଥିମଧ୍ୟରୁ କୌଣସି ଗୋଟିଏ ସ୍ଥାନ ସ୍ଥିର କରାଯିବ ଓ ଏହାପରେ ସେଠାରେ ଆବଶ୍ୟକ ପ୍ରସ୍ତୁତି ଆରମ୍ଭ ହେବ ବୋଲି ଜଣାପଡିଛି। ଅନ୍ୟପକ୍ଷରେ ଗୃହ ବିଭାଗ ପ୍ରଦର୍ଶନୀ ପଡିଆକୁ ରାଜ୍ୟସ୍ତରୀୟ ପରେଡ ପାଇଁ ସ୍ଥିର କରିବ ବୋଲି ଅନୁମାନ କରାଯାଉଛି। କାରଣ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ସହ ପରେଡ ପାଇଁ ଏହା ଠିକ୍‌ ହେବ ବୋଲି କୁହାଯାଉଛି।
ସବୁଥର ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ପରେଡ କରାଯାଇଥାଏ। କିନ୍ତୁ ଏଥର ସୁରକ୍ଷା ଦୃଷ୍ଟିରୁ ସ୍ଥାନ ପରିବର୍ତ୍ତନ ପାଇଁ ରାଜ୍ୟ ପୋଲିସ ଗୁରୁତ୍ୱ ଦେଇଥିବା କୁହାଯାଉଛି। ଅନ୍ୟପକ୍ଷରେ ଏଠାରେ ହେଉଥିବା ପରେଡ ଅଭ୍ୟାସକୁ ନେଇ ମଧ୍ୟ ଦ୍ୱନ୍ଦ୍ୱ ଉପୁଜିଛି। ଯଦି ସ୍ଥାନ ପରିବର୍ତ୍ତନ କରାଯାଏ ତେବେ ରାଜ୍ୟସ୍ତରୀୟ ପରେଡ ପାଇଁ ଅଭ୍ୟାସ କେଉଁଠି ହେବ। କେବଳ ଅଭ୍ୟାସ ଗାନ୍ଧୀମାର୍ଗରେ କରାଯିବା ସହ ସ୍ବାଧୀନତା ଦିବସ ଅନ୍ୟ ସ୍ଥାନରେ ହେବ କି ନାହିଁ ସେନେଇ ମଧ୍ୟ ପୋଲିସ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri