Posted inଜାତୀୟ

ଗାନ୍ଧୀ ଲିଗାସିକୁ ନେଇ ଭାଜପା-ବିରୋଧୀ ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୩ା୧୦(ପି.ଟି.): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ସାରା ଦେଶ ସମେତ ବିଦେଶରେ ପାଳନ କରାଯାଉଥିବାବେଳେ ତାଙ୍କ ଲିଗାସୀକୁ ନେଇ ଭାଜପା ଓ ବିରୋଧୀ ଦଳ ମଧ୍ୟରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ଗାନ୍ଧିଜୀଙ୍କ ବିଚାରଧାରାର ପ୍ରଚାର ପାଇଁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଦେଶବ୍ୟାପୀ ଅଭିଯାନ ଆରମ୍ଭ କରିଥିବାବେଳେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। ବର୍ତ୍ତମାନର ବ୍ୟବସ୍ଥାରେ ଭାରତରେ ଯାହା ଘଟୁଛି, ତାହା ମହାତ୍ମାଙ୍କ ଆତ୍ମାକୁ ବ୍ୟଥିତ କରୁଥିବ ବୋଲି ସୋନିଆ କହିଛନ୍ତି।
ଗାନ୍ଧିଜୀଙ୍କ ନୀତି ଆଦର୍ଶର ପ୍ରଚାର ପ୍ରସାର ପାଇଁ ଭାଜପା ପକ୍ଷରୁ ୪ ମାସ ବ୍ୟାପୀ ‘ଗାନ୍ଧୀ ସଂକଳ୍ପ ଯାତ୍ରା’ ଆରମ୍ଭ ହୋଇଛି। ବୁଧବାର ନୂଆଦିଲ୍ଲୀରେ ଏହି ଯାତ୍ରା ଅବସରରେ ଉଦ୍‌ବୋଧନ ଦେଇ ଶାହ କହିଛନ୍ତି, ନରେନ୍ଦ୍ର ମୋଦି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ, ଯିଏ ସ୍ବଚ୍ଛତାକୁ ଗଣଆନ୍ଦୋଳନରେ ପରିଣତ କରିଛନ୍ତି। ଗୋଟିଏ ଥର ବ୍ୟବହୃତ ପ୍ଲାଷ୍ଟିକ୍‌ ବର୍ଜନ କରିବା ଲାଗି ସେ ଆହ୍ବାନ ଦେଇଛନ୍ତି। ଅନ୍ୟପକ୍ଷରେ ଭାଜପାର ଏଭଳି ଅଭିଯାନକୁ କଂଗ୍ରେସ ସମାଲୋଚନା କରିଛି। ଯେଉଁମାନେ ମିଥ୍ୟାଚାରରେ ଜଡ଼ିତ ସେମାନେ ବାପୁଙ୍କ ନୀତି ଆଦର୍ଶକୁ ବୁଝିପାରିବେ ନାହିଁ ବୋଲି ରାଜଘାଟଠାରେ ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ଅବସରରେ ସୋନିଆ କହିଛନ୍ତି। କଂଗ୍ରେସ ଏକମାତ୍ର ଦଳ ଯିଏ ଗାନ୍ଧିଜୀଙ୍କ ପଥ ଅନୁସରଣ କରିଆସିଛି ବୋଲି କଂଗ୍ରେସ ନେତ୍ରୀ କହିଥିଲେ। ଦିଲ୍ଲୀ କଂଗ୍ରେସ କାର୍ଯ୍ୟାଳୟରୁ ରାଜଘାଟ ପର୍ଯ୍ୟନ୍ତ ଦଳୀୟ କର୍ମୀମାନଙ୍କ ଶୋଭାଯାତ୍ରାର ନେତୃତ୍ୱ ରାହୁଲ ଗାନ୍ଧୀ ନେଇଥିବାବେଳେ ଲକ୍ଷ୍ନୌର ଏକ କାର୍ଯ୍ୟକ୍ରମରେ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଯୋଗଦେଇଥିଲେ।
ଦିଲ୍ଲୀରେ ଶାହଙ୍କ ସହ ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ.ପି. ନଡ୍ଡା, କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଗାନ୍ଧିଜୀଙ୍କ ବିଚାରଧାରା ପ୍ରଚାର ଶୋଭାଯାତ୍ରାର ନେତୃତ୍ୱ ନେଇଥିଲେ। ୧୫ ଦିନ ପର୍ଯ୍ୟନ୍ତ ପଦଯାତ୍ରା ଆୟୋଜନ କରିବାକୁ ଭାଜପା ଏହାର ୩୨୨୯ ଜଣ ଏମ୍‌ପି, ବିଧାୟକ, ଅନ୍ୟ ନିର୍ବାଚିତ ପ୍ରତିନିଧି ଓ କାର୍ଯ୍ୟକର୍ତ୍ତାମାନଙ୍କୁ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

‘ଯଦି ତୁମର ଲଜ୍ଜା ଅଛି, ତେବେ ହାତ ଯୋଡି ୧୪୦ କୋଟି ଜନତାଙ୍କୁ କ୍ଷମା ମାଗ’, କାହିଁକି ସୋନିଆଙ୍କୁ ଏମିତି କହିଲେ ଶାହା

ନୂଆଦିଲ୍ଲୀ,୧୬।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବର୍ତ୍ତମାନ ରାଜସ୍ଥାନ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ସେ ମନ୍ତବ୍ୟ ଦେଇଥିଲେ ଯେ କଂଗ୍ରେସ ଦଳର ମୁଖ୍ୟାଳୟରେ ‘ବନ୍ଦେ…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri