‘ଗାନ୍ଧୀ ଶାନ୍ତିକେନ୍ଦ୍ର’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: କହିଲେ ‘ଅହିଂସା ଭାରତୀୟତାର ପରିଚୟ’

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଭୁବନେଶ୍ୱର ଖଣ୍ଡଗିରିଠାରେ ଶନିବାର ଗାନ୍ଧି ଶାନ୍ତିକେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରି ଓଡ଼ିଶାବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ୫ ଏକର ଜମିରେ ସ୍ଥାପିତ ଗାନ୍ଧି ଶାନ୍ତିକେନ୍ଦ୍ର ଆଦିତ୍ୟ ବିର୍ଲା ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ପ୍ରତିଷ୍ଠିତ ହୋଇଛି। ଏହି କେନ୍ଦ୍ର ଯୁବପିଢ଼ିଙ୍କୁ ବାପୁଙ୍କୁ ଅହିଂସା ନୀତି ଓ ଆଦର୍ଶ ବିଷୟରେ ଜଣାଇବ ବୋଲି ଆଶା ରଖାଯାଇଛି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଉକ୍ତ ସଂଗ୍ରହାଳୟରେ ଗାନ୍ଧିଜୀଙ୍କ ସ୍ମୃତି ଚିହ୍ନ ରହିଛି। ହିନ୍ଦୀ, ଇଂରାଜୀ ଓ ଓଡ଼ିଆ ଭାଷାରେ ଏହା ମହାତ୍ମାଙ୍କ କାହାଣୀ କହିବ। ୨୦୧୩ରେ ଆଦିତ୍ୟ ବିର୍ଲା ଫାଉଣ୍ଡେଶନ ସହ ଏଥିନେଇ ଚୁକ୍ତିନାମା ହୋଇଥିଲା। ଗାନ୍ଧିଜୀଙ୍କ ୧୫୦ତମ ଜନ୍ମବାର୍ଷିକୀରେ ଏହା ଏକ ସ୍ମାରକୀ ସାଜିବ। ଏହି କେନ୍ଦ୍ର ଲୋକଙ୍କୁ ଗାନ୍ଧୀଙ୍କ ବିଷୟରେ ସଚେତନ କରିବ। ତାଙ୍କ ଆଦର୍ଶର ଗଭୀରତାକୁ ଉପଲବ୍ଧି କରିବାକୁ ଅନୁପ୍ରେରିତ କରିବ। ଅହିଂସା ବିଶ୍ୱସ୍ତରୀୟ ହୋଇସାରିଛି, ଏହା ଭାରତୀୟତାର ପରିଚୟ। ସମ୍ବିଧାନରେ ଅହିଂସାକୁ ସ୍ଥାନିତ କରିବାକୁ ଦାବି କରିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲ୍ଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri