ଟୀକାନେଇ ୬ ଛାତ୍ରୀଛାତ୍ର ଗୁରୁତର:  ତଦନ୍ତ କଲେ ଏବିଇଓ, ସିଆରସିସି 

ଦାରିଙ୍ଗବାଡି, ୧୮।୭ (ଅରୁଣ ସାହୁ): ଟୀକାନେଇ ୬ ଛାତ୍ରୀଛାତ୍ର ଗୁରୁତର ଘଟଣାରେ ତଦନ୍ତ ଆରମ୍ଭ ହୋଇଛି। ଏନେଇ ଧରିତ୍ରୀରେ ଖବର ପ୍ରକାଶିତ ପରେ ଜିଲା ଶିକ୍ଷାଧିକାରୀ ରାଜେଶ ସ୍ବାଇଁଙ୍କ ନିର୍ଦ୍ଦେଶକ୍ରମେ ଦାରିଙ୍ଗବାଡି ବିଇଓ କାର୍ଯ୍ୟାଳୟରୁ ଏବିଇଓ ଗୋକୁଳାନନ୍ଦ ନାୟକ, ବନମାଳୀ ମାଝୀ ଏବଂ କିରିକୁଟି ସିଆରସିସି ରାକେଶ କୁମାର ସାହୁ ପାଟାଙ୍ଗି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ପହଞ୍ଚି ତଦନ୍ତ କରିଫେରିଛନ୍ତି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁନାମା ପ୍ରଧାନଙ୍କୁ ପଚରାଉଚରା କରିଛନ୍ତି ।
  ସୂଚନାଯୋଗ୍ୟ, ବୁଧବାର ଡିପିଟି ଏବଂ ଟିଟି ଟୀକାକରଣ କରାଯାଇଥିଲା। ତେବେ ଉକ୍ତ ବିଦ୍ୟାଳୟର ୬ ଛାତ୍ରୀଛାତ୍ର ଶୁକ୍ରବାର ମଧ୍ୟାହ୍ନରେ ବିଦ୍ୟାଳୟରେ ପାଠ ପଢ଼ୁଥିବା ସମୟରେ ହଠାତ ଅସୁସ୍ଥ ଅନୁଭବ କରିଥିଲେ। କାହାର ଛାତି ବ୍ୟଥା ତ ଆଉ କାହାର ମୁଣ୍ଡ ପିଠି ଦେହ ବ୍ୟଥା ଏବଂ ଜ୍ୱର, ଥଣ୍ଡା ଆଦି ଦେଖିବାକୁ ମିଳିଥିଲା। ସମସ୍ତ ଅସୁସ୍ଥ ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ କର୍ତ୍ତୃପକ୍ଷ ବଦଳରେ ନିକଟରେ ଥିବା ଅଙ୍ଗନାୱାଡି କର୍ମୀ ଲତିକା ପ୍ରଧାନ ଓ ଅଭିଭାବକ ମାନେତାଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇଥିଲେ ଏହାକୁ ନେଇ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ଦେଖାଯାଇଥିଲା ତେବେ ଏହାର ତଦନ୍ତ ବେଳେ ୨ ଅଧିକାରୀଙ୍କୁ ପ୍ରଧାନ ଶିକ୍ଷୟିତ୍ରୀ କହିଥିଲେ ଯେ, ତାଙ୍କୁ ମିସାଇ ଦୁଇଜଣ ଶିକ୍ଷୟିତ୍ରୀ ଶିକ୍ଷକ ରହିଛୁ। ସେ ଜଣେ ବିଦ୍ୟାଳୟରେ ଉପସ୍ଥିତ ଥିବା ବେଳେ ଆନ୍ୟଜଣେ ଛୁଟିରେ ଯାଇଥିବା ଅଧିକାରୀଙ୍କୁ ସେ ଅବଗତ କରାଇଥିଲେ ତେବେ ଅଧିକାରୀମାନେ କାଗଜପତ୍ର ଯାଞ୍ଚ କରିବା ବେଳେ ଛୁଟିରେ ଯାଇଥିବା ସହକାରୀ ଶିକ୍ଷକଙ୍କ ଛୁଟି ଦରଖାସ୍ତରେ  ପ୍ରଧାନ ଶିକ୍ଷୟତ୍ରୀ କୌଣସି ଅନୁମୋଦନ ଦସ୍ତଖତ ନ ଥିବାରୁ ଅଧିକାରୀମାନେ ଅସନ୍ତୋଷ ବ୍ୟକ୍ତ କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri