ଟୀକାନେଇ ୬ ଛାତ୍ରୀଛାତ୍ର ଗୁରୁତର:  ତଦନ୍ତ କଲେ ଏବିଇଓ, ସିଆରସିସି 

ଦାରିଙ୍ଗବାଡି, ୧୮।୭ (ଅରୁଣ ସାହୁ): ଟୀକାନେଇ ୬ ଛାତ୍ରୀଛାତ୍ର ଗୁରୁତର ଘଟଣାରେ ତଦନ୍ତ ଆରମ୍ଭ ହୋଇଛି। ଏନେଇ ଧରିତ୍ରୀରେ ଖବର ପ୍ରକାଶିତ ପରେ ଜିଲା ଶିକ୍ଷାଧିକାରୀ ରାଜେଶ ସ୍ବାଇଁଙ୍କ ନିର୍ଦ୍ଦେଶକ୍ରମେ ଦାରିଙ୍ଗବାଡି ବିଇଓ କାର୍ଯ୍ୟାଳୟରୁ ଏବିଇଓ ଗୋକୁଳାନନ୍ଦ ନାୟକ, ବନମାଳୀ ମାଝୀ ଏବଂ କିରିକୁଟି ସିଆରସିସି ରାକେଶ କୁମାର ସାହୁ ପାଟାଙ୍ଗି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ପହଞ୍ଚି ତଦନ୍ତ କରିଫେରିଛନ୍ତି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁନାମା ପ୍ରଧାନଙ୍କୁ ପଚରାଉଚରା କରିଛନ୍ତି ।
  ସୂଚନାଯୋଗ୍ୟ, ବୁଧବାର ଡିପିଟି ଏବଂ ଟିଟି ଟୀକାକରଣ କରାଯାଇଥିଲା। ତେବେ ଉକ୍ତ ବିଦ୍ୟାଳୟର ୬ ଛାତ୍ରୀଛାତ୍ର ଶୁକ୍ରବାର ମଧ୍ୟାହ୍ନରେ ବିଦ୍ୟାଳୟରେ ପାଠ ପଢ଼ୁଥିବା ସମୟରେ ହଠାତ ଅସୁସ୍ଥ ଅନୁଭବ କରିଥିଲେ। କାହାର ଛାତି ବ୍ୟଥା ତ ଆଉ କାହାର ମୁଣ୍ଡ ପିଠି ଦେହ ବ୍ୟଥା ଏବଂ ଜ୍ୱର, ଥଣ୍ଡା ଆଦି ଦେଖିବାକୁ ମିଳିଥିଲା। ସମସ୍ତ ଅସୁସ୍ଥ ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ କର୍ତ୍ତୃପକ୍ଷ ବଦଳରେ ନିକଟରେ ଥିବା ଅଙ୍ଗନାୱାଡି କର୍ମୀ ଲତିକା ପ୍ରଧାନ ଓ ଅଭିଭାବକ ମାନେତାଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇଥିଲେ ଏହାକୁ ନେଇ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ଦେଖାଯାଇଥିଲା ତେବେ ଏହାର ତଦନ୍ତ ବେଳେ ୨ ଅଧିକାରୀଙ୍କୁ ପ୍ରଧାନ ଶିକ୍ଷୟିତ୍ରୀ କହିଥିଲେ ଯେ, ତାଙ୍କୁ ମିସାଇ ଦୁଇଜଣ ଶିକ୍ଷୟିତ୍ରୀ ଶିକ୍ଷକ ରହିଛୁ। ସେ ଜଣେ ବିଦ୍ୟାଳୟରେ ଉପସ୍ଥିତ ଥିବା ବେଳେ ଆନ୍ୟଜଣେ ଛୁଟିରେ ଯାଇଥିବା ଅଧିକାରୀଙ୍କୁ ସେ ଅବଗତ କରାଇଥିଲେ ତେବେ ଅଧିକାରୀମାନେ କାଗଜପତ୍ର ଯାଞ୍ଚ କରିବା ବେଳେ ଛୁଟିରେ ଯାଇଥିବା ସହକାରୀ ଶିକ୍ଷକଙ୍କ ଛୁଟି ଦରଖାସ୍ତରେ  ପ୍ରଧାନ ଶିକ୍ଷୟତ୍ରୀ କୌଣସି ଅନୁମୋଦନ ଦସ୍ତଖତ ନ ଥିବାରୁ ଅଧିକାରୀମାନେ ଅସନ୍ତୋଷ ବ୍ୟକ୍ତ କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟରେ ପୋଡ଼ି ହୋଇଗଲେ ଛାତ୍ର: ପ୍ରଧାନଶିକ୍ଷକଙ୍କ ସମେତ ୪ ଶିକ୍ଷକଙ୍କ ଦରମା ବନ୍ଦ

ରାୟଗଡ଼ା,୬।୧: ରାୟଗଡ଼ା ଜିଲା ପାଇକଡାକୁଲୁଗୁଡ଼ା ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଘଟିଥିବା ଅଭାବନୀୟ ଅଗ୍ନିକାଣ୍ଡ ଘଟଣାରେ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିଦ୍ୟାଳୟର...

‘ନୋ ପିୟୁସିସି, ନୋ ଫ୍ୟୁଏଲ’ ନୀତି ଉପରେ ରାଜ୍ୟ ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ

କଟକ,୬।୧: ରାଜ୍ୟରେ ବୈଧ ପ୍ରଦୂଷଣ ମୁକ୍ତ ପ୍ରମାଣପତ୍ର (PUCC) ନଥିଲେ ଗାଡ଼ିକୁ ପେଟ୍ରୋଲ କିମ୍ବା ଡିଜେଲ ନଦେବା ପାଇଁ ସରକାର ନେଇଥିବା ନିଷ୍ପତ୍ତିକୁ ନେଇ ଓଡ଼ିଶା...

କଳାହାଣ୍ଡି ଉତ୍ସବ ‘ଘୁମୁରା’ ୨୦୨୬ ଉଦ୍‌ଘାଟିତ: ପ୍ରଥମ ସନ୍ଧ୍ୟାରେ ଜମିଲା ଲୋକକଳାର ଆସର; କାଲି ଗାଇବେ…

ଥୁଆମୂଳ ରାମପୁର, ୬ା୧ (ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବାବା ଖଣ୍ଡୁଆଳ ଖେଳ ପଡ଼ିଆଠାରେ ମଙ୍ଗଳବାର ଥୁଆମୂଳ ରାମପୁର...

ଡେଲିଭରି ଏଜେଣ୍ଟ ପରିଚୟ ଦେଇ ସାଇବର ଠକେଇ ଅଭିଯୋଗ,୨ ଜଣଙ୍କୁ ବାନ୍ଧିଲା…

ଦିଗପହଣ୍ଡି/ଚିକିଟି,୬|୧(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅଞ୍ଚଳରେ ଲୋକଙ୍କ ଠାରୁ ବିଭିନ୍ନ ଉପାୟରେ ଲକ୍ଷାଧିକ ଟଙ୍କା ଠକେଇ...

ଭାରତ ସ୍କାଉଟ ଓ ଗାଇଡ୍ସର କ୍ୟାମ୍ପୋରି ଉଦ୍‌ଘାଟିତ: ୨୪୬ ସ୍କୁଲର…

ଦିଗପହଣ୍ଡି, ୬ା୧(ଅଶେଷ ନାଥ ମିଶ୍ର)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀ ଧାମ ଆବାସିକ ବିଦ୍ୟାଳୟ ପରିସରରେ ଭାରତ ସ୍କାଉଟ...

ଓଟିଇଟି ପରୀକ୍ଷା ଦେଇପାରିବେ ଦୁଇବର୍ଷିଆ ବିଏଡ୍‌ ଛାତ୍ରୀଛାତ୍ର; ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୬ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦେବା ପାଇଁ ସ୍ବତନ୍ତ୍ର ଶିକ୍ଷାରେ ଦୁଇବର୍ଷିଆ ବିଏଡ୍‌ କରିଥିବା ଛାତ୍ରୀଛାତ୍ରଙ୍କୁ ସୁଯୋଗ ମିଳିବ। ସେମାନେ ଓଟିଇଟି...

ଏମାନଙ୍କ ପାଇଁ କାଳ ୨୦୨୬! ଏହି ୨ରାଶି ପାଖରୁ ଚାଲିଯିବ ଧନ

ବର୍ଷ ଆରମ୍ଭରେ ଜ୍ୟୋତିଷ ଶାସ୍ତ୍ରରେ ପ୍ରମୁଖ ଗ୍ରହ ପରିବର୍ତ୍ତନ ସୂଚିତ ହୋଇଛି। ଜ୍ୟୋତିଷଙ୍କ ଅନୁଯାୟୀ, ଜାନୁଆରୀ ୧୨ ତାରିଖରୁ ସିଂହ ରାଶିର ଲୋକଙ୍କ ଜୀବନରେ ଏକ...

ତାମିଲନାଡୁରେ ଆଖି ବୁଜିଦେଲେ ଓଡ଼ିଆ ଶ୍ରମିକ: ବାହୁନି ବାହୁନି କାନ୍ଦୁଛି ସ୍ତ୍ରୀ, ବିଧବା ମା’ ଆଖିରୁ ଶୁଖୁନି ଲୁହ 

ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୯ ନଂ ୱାର୍ଡ ଦଳିତ ସାହିର ଦାଦନ ଶ୍ରମିକ ବିଜୟ ନାଇକ(୩୬) ତାମିଲନାଡୁର ର୍ତିଚ୍ଚିରେ ମୃତ୍ୟୁବରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri