Posted inଜାତୀୟ

ଗିରଫ ଲଶ୍କର ଆତଙ୍କବାଦୀ ମାନିଲେ: ପାକ୍‌ ସହାୟତାରେ ଅନୁପ୍ରବେଶ କରିଥିଲେ

ଶ୍ରୀନଗର,୫ା୯: ଗତ ମାସରେ ଜମ୍ମୁ-କଶ୍ମୀର ସୀମାନ୍ତରୁ ଗିରଫ ହୋଇଥିବା ଲଶ୍କର-ଇ-ତୋଇବାର ଦୁଇଜଣ ଆତଙ୍କବାଦୀ ପାକିସ୍ତାନ ସରକାରଙ୍କ ସହାୟତାରେ ଅନୁପ୍ରବେଶ କରିଥିଲେ ବୋଲି ସ୍ବୀକାର କରିଛନ୍ତି। ଜମ୍ମୁ-କଶ୍ମୀରରେ ଆକ୍ରମଣ କରିବା ଲାଗି ସେମାନଙ୍କୁ ପଠାଯାଇଥିଲା ବୋଲି ବୁଧବାର ଖବରଦାତା ସମ୍ମିଳନୀରେ ଜଣେ ବରିଷ୍ଠ ସେନାଧିକାରୀ ସୂଚନା ଦେଇଛନ୍ତି।
ଦୁଇ ପାକିସ୍ତାନୀ ଆତଙ୍କବାଦୀଙ୍କୁ ଗତମାସ ୨୧ରେ ସେନା ଯବାନ ଗିରଫ କରିଥିଲେ। ଲଶ୍କର ପାଇଁ କାମ କରୁଥିବା ଏବଂ ସେମାନଙ୍କ ଆକ୍ରମଣ ଯୋଜନା ସମ୍ପର୍କରେ ଜେରାବେଳେ ସ୍ବୀକାର କରିଛନ୍ତି। ସେମାନେ ସୀମା ଆରପଟେ ପାକିସ୍ତାନର କଚେରବାନ୍‌ଠାରେ ସପ୍ତାହେ ତାଲିମ ନେଇଥିଲେ ବୋଲି ଚିନାର କର୍ପସ୍‌ କମାଣ୍ଡର ଲ୍ୟୁଟନାଣ୍ଟ ଜେନେରାଲ କେଜେଏସ୍‌ ଢିଲୋଁ ସୂଚନା ଦେଇଛନ୍ତି। ସେମାନଙ୍କ ସ୍ବୀକାରୋକ୍ତି ସମୟର ଭିଡିଓ ସେନା ପକ୍ଷରୁ ଶେୟାର କରାଯାଇଛି। ଜଣେ ଆତଙ୍କବାଦୀ ରାଓ୍ବଲପିଣ୍ଡିର ଜଲେବି ଚୌକରୁ ଆସିଥିବା କହିଛନ୍ତି। ସେ ଓ ତାଙ୍କ ସହଯୋଗୀ ନଜିମ୍‌ ୪/୫ ବର୍ଷ ହେଲା ମୁଜାହିଦ୍ଦିନ ଓ ଲଶ୍କର ସଂଗଠନ ପାଇଁ କାମ କରୁଥିଲେ। ଜମ୍ମୁ-କଶ୍ମୀରରେ ଆକ୍ରମଣ ଉଦ୍ଦେଶ୍ୟରେ ପାକ୍‌ ସରକାରଙ୍କ ସହାୟତା ନେଇ ସେମାନେ ଅନୁପ୍ରବେଶ କରିଥିବା କହିଛନ୍ତି।
ଗୁଲମାର୍ଗ ଓ ଅନ୍ୟ ଅଞ୍ଚଳ ଦେଇ କ୍ରମାଗତ ଭାବେ ଅନୁପ୍ରବେଶ ଉଦ୍ୟମ ଜାରି ରହିଥିବା ଭିଡିଓରୁ ସ୍ପଷ୍ଟ ହୋଇଛି ବୋଲି ପୋଲିସ ଅତିରିକ୍ତ ଡିଜି ମୁନିର ଖାନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ‘ସାନ ଭଉଣୀ’ ବୋଲି କାହିଁକି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ନୂଆଦିଲ୍ଲୀ,୨।୭: ଭାରତ ଏବଂ ଜାପାନ ମଧ୍ୟରେ ସମ୍ପର୍କକୁ ଗୁରୁବାର ଏକ ଗଭୀର ବ୍ୟକ୍ତିଗତ ଏବଂ ଭାବପ୍ରବଣ ମୁହୂର୍ତ୍ତ ଭାବରେ ଚିହ୍ନିତ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…

ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

Video: ଶାହରୁଖ ଖାନଙ୍କ କ୍ରିକେଟ ଷ୍ଟାଡିୟମ! ଅଲିମ୍ପିକ୍ସ ସମୟରେ ଏହି ସ୍ଥାନରେ ଖେଳାଯିବ ମ୍ୟାଚ, ପୂଜାରୀଙ୍କୁ ଡାକି ହେଲା ପୂଜା

ନୂଆଦିଲ୍ଲୀ,୨।୭: ୧୨୮ ବର୍ଷର ଲମ୍ବା ଅପେକ୍ଷା ପରେ ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ପୁନରାଗମନ କରୁଛି, ଏବଂ ପ୍ରଶଂସକମାନେ ଏହାକୁ ନେଇ ଅତ୍ୟନ୍ତ ଉତ୍ସାହିତ। ଚଳିତ…

ଆତ୍ମସମର୍ପଣ କରିବ କି ୟୁକ୍ରେନ? ରୁଷିଆ ଆକ୍ରମଣରେ ଦୋହଲିଗଲା କ୍ୱିଭ, ଆୟରଲ୍ୟାଣ୍ଡ ଯାତ୍ରାକୁ ଅଧାରେ ଛାଡି ଫେରିଲେ ଜେଲେନସ୍କି

କ୍ୱିଭ,୨।୭: ତୈଳ ବିଶୋଧନାଗାର ଏବଂ ଡିପୋ ଉପରେ ଡ୍ରୋନ ଆକ୍ରମଣ ଯୋଗୁ କ୍ରୋଧିତ ହୋଇ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ରାଜଧାନୀ କ୍ୱିଭ ଉପରେ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri