Posted inଜାତୀୟ

ଗିରଫ ହେଲେ ଶରଜିଲ

ଜହାନାବାଦ,୨୮।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ)ର ଛାତ୍ର ଶରଜିଲ ଇମାମଙ୍କୁ ଦେଶଦ୍ରୋହ ମାମଲାରେ ଗିରଫ କରାଯାଇଛି। ଦିଲ୍ଲୀ ପୋଲିସର କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ଓ ବିହାର ପୋଲିସର ମିଳିତ ଅଭିଯାନରେ ଜହାନାବାଦରୁ ଶରଜିଲଙ୍କୁ ମଙ୍ଗଳବାର ଦ୍ୱିପ୍ରହରରେ ଗିରଫ କରାଯାଇଥିବା ଜଣାପଡ଼ିଛି। ତାଙ୍କୁ ଗିରଫ କରାଯିବା ପରେ କାକୋ ଥାନାକୁ ନିଆଯାଇ ପୋଲିସ ପଚରାଉଚୁରା କରୁଛି। ସୂଚନାଯୋଗ୍ୟ, ଦିଲ୍ଲୀର ସାହିନ ବାଗରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ଏନଆର୍‌ସିକୁ ନେଇ ବିରୋଧ ପ୍ରଦର୍ଶନର ସୂତ୍ରଧର ଶରଜିଲ ସେଠାରେ ବିବାଦୀୟ ବୟାନ ଦେଇଥିବା ଅଭିଯୋଗ ହୋଇଥିଲା। ତାଙ୍କ ବିରୋଧରେ ୬ରାଜ୍ୟର ପୋଲିସ ଦେଶଦ୍ରୋହ ମାମଲା ରଜୁ କରିଥିଲା। ଦିଲ୍ଲୀ, ବିହାର, ଆସାମ, ଅରୁଣାଞ୍ଚଳ ପ୍ରଦେଶ, ମଣିପୁର ଓ ଉତ୍ତରପ୍ରଦେଶ ପୋଲିସ ଶରଜିଲଙ୍କ ଖାନତଲାସି ଜାରି ରଖିଥିଲା। ଏହା ପୂର୍ବରୁ ଅର୍ଥାତ୍‌ ସୋମବାର ରାତିରେ ଶରଜିଲଙ୍କ ସାନଭାଇ ସମେତ ଅନ୍ୟ୨ ଜଣଙ୍କୁ ପୋଲିସ ଗିରଫ କରି ପଚରାଉଚରା କରିଥିଲା। ଏଥିରୁ ମିଳିଥିବା ତଥ୍ୟକୁ ଆଧାର କରି ଦିଲ୍ଲୀ ପୋଲିସର କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ଓ ବିହାର ପୋଲିସ ଏହି ଅପରେଶନ୍‌ରେ ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଲାଗୁ ହେଲା ପେଟ୍ରୋଲ-ଡିଜେଲର ନୂଆ ଦାମ୍‌

ନୂଆଦିଲ୍ଲୀ,୩।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲର ଦର ଏବଂ ତେଲ କମ୍ପାନୀଗୁଡ଼ିକର ରୋଜଗାରକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ରପ୍ତାନି ଉପରେ ଲାଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri