ଗୀତରେ କରୋନା ସଚେତନତା କଲା ବରଗଡ଼ ପୋଲିସ

ବରଗଡ଼ ଅଫିସ୍‌,୧।୪-ଘାତକ କରୋନା ଭୂତାଣୁ ସଂକ୍ରମଣ ଏବେ ବିଶ୍ୱବ୍ୟାପୀ ଚିନ୍ତା ପାଲଟିଛି । ଏହାକୁ ପ୍ରତିହତ ଏ ପର୍ଯ୍ୟନ୍ତ କୌଣସି ଔଷଧ ବାହାରି ପାରି ନଥିବା ଯୋଗୁ କରୋନାକୁ ମୁକାବିଲା କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ କରାଯାଇଛି । ଏହି ଲକ୍‌ ଡାଉନ୍‌କୁ ସଫଳ କରିବା ତଥା କରୋନା ମୁକାବିଲା ସଚେତନତା ପାଇଁ ବରଗଡ଼ ପୋଲିସ ପକ୍ଷରୁ ନିଆରା ପ୍ରୟାସ ଆରମ୍ଭ ହୋଇଛି । ଜିଲା ପୋଲିସ ପକ୍ଷରୁ ଗୀତ ମାଧ୍ୟମରେ ସଚେତନତା କରାଯାଉଛି । ପୋଲିସ୍‌ ଏକ ସମ୍ବଲପୁରୀ ଗୀତ ଆସ ଆମେ ସଚେତନ ହେମା, ଆସ ହୋ କରୋନା କେ ଭଗେଇ ଦେମା… ରେକର୍ଡ଼ିଂ କରିଛି । ଗୀତକୁ କୁଚିଣ୍ଡା ଡିଏସପି ରାଜକିଶୋର ମିଶ୍ର ଲେଖିଥିବାବେଳେ ବରଗଡ଼ର ଟ୍ରାଫିକ କନଷ୍ଟେବଳ ବୃନ୍ଦାବତୀ ସାହୁ କଣ୍ଠଦାନ କରିଛନ୍ତି । ସେହିପରି ଅନ୍ୟ ଏକ ହିନ୍ଦୀ ଗୀତ ମେରେ ବେହେନୋ ଭାଇ ସବ୍‌କୋ ହେ ନିବେଦନ୍‌, ଇସ୍‌ କରୋନା କୋ ଦୁନିଆଁ ସେ ହଟାନା ହେ ରେକର୍ଡ଼ିଂ କରାଯାଇଛି । ସ୍ଥାନୀୟ ଆର୍‌.ଆର୍‌ ଷ୍ଟୁଡ଼ିଓରେ ଏହି ଗୀତଟି ରେକର୍ଡ଼ିଂ ହୋଇଛି । ଗୀତ ରେକର୍ଡ଼ିଂ ସମୟରେ ଅତିରିକ୍ତ ଏସପି ଅମରେନ୍ଦ୍ର ରଣା, ଟାଉନ ଥାନା ଆଇଆଇସି ସଦାନନ୍ଦ ପୂଜାହାରୀ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଗୀତ ଦୁଇଟି ଏବେ ସୋସିଆଲ ମିଡ଼ିଆରେ ଭାଇରାଲ୍‌ ହେବା ପରେ କରୋନା ସଚେତନତା ପାଇଁ ବରଗଡ଼ ପୋଲିସର ଏଭଳି ଉଦ୍ୟମକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ମେଲୋନିଙ୍କୁ ପସନ୍ଦ କରେ: କହୁ କହୁ ଏମିତି କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କୁ ପ୍ରଶଂସା କରିଛନ୍ତି। ଆଙ୍କାରା ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଇଟାଲୀ ନେତାଙ୍କୁ ଜଣେ ‘ଭଲ…

୧୬ରେ ଶ୍ରୀଗୁଣ୍ଡିଚା ରଥଯାତ୍ରା: ଗଞ୍ଜାମରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ

ଗଞ୍ଜାମ,୮।୭(ବିଦ୍ୟାଧର ସାହୁ ): ଆସନ୍ତା ସପ୍ତାହ ତଥା ଜୁଲାଇ ୧୬ରେ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା । ପ୍ରତିବର୍ଷ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ଘୋଷଯାତ୍ରା…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨ ଗିରଫ, ଏକାଧିକ ଚମ୍ପଟ

ଦାରିଙ୍ଗବାଡି, ୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଆଡକି ଜଙ୍ଗଲରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ…

କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର…

ଯବାନଙ୍କ ସର୍ଚ୍ଚ ଅପରେଶନ ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ

ନୂଆପଡ଼ା,୮।୭ (ମକାରୁ ବେମାଲ): ୨୦୨୬ ମାର୍ଚ୍ଚ ୩୧ରେ ସାରା ଦେଶକୁ ମାଓବାଦୀ ମୁକ୍ତ ଘୋଷଣା କରାଯାଇଥିଲା। ସେହି ଦିନଠାରୁ ମାଓବାଦୀ ଗତିବିଧି ଜଣାପଡି ନ ଥିଲା। ହେଲେ…

ନେହା ଡାଗା ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ

ନୂଆପଡ଼ା,୮।୭ (ମକାରୁ ବେମାଲ) : ନୂଆପଡା ଜିଲା ଖରିଆର ରୋଡ ପାର୍ଶ୍ୱନାଥ (ଜୈନ) ଭବନଠାରେ ଭାରତୀୟ ଜନତା ମଜଦୁର ସେଲ୍‌ (ବିଜେଏମ୍‌ସି) ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ…

ଲୋକଙ୍କ ଘରେ ପଶିଲା ମଇଳା ପାଣି, ଡ୍ରେନେଜ ସମସ୍ୟା ନେଇ ଜିଲାପାଳଙ୍କୁ …

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଞ୍ଚଳରେ ଡ୍ରେନେଜ ସମସ୍ୟା ସଙ୍ଗୀନ ହୋଇପଡ଼ିଛି। ଗତ କିଛିଦିନ ବର୍ଷା ଲାଗି ରହିବାରୁ ବିଭିନ୍ନ ୱାର୍ଡ଼ ଜଳମଗ୍ନ ହେବା ସହିତ…

ସରକାରୀ ଜମିରେ ବନବିଭାଗର ବୃକ୍ଷରୋପଣ ଉଦ୍ୟମ: ଗ୍ରାମବାସୀଙ୍କ ତୀବ୍ର ବିରୋଧ, ଗାଁ ମୁଣ୍ଡ ରାସ୍ତାରେ ଦେଲେ ଧାରଣା

ମହାକାଳପଡ଼ା,୮।୭( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କଣ୍ଡରା ପାଟିଆ ଗ୍ରାମ ଜୋରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri