ଗୀତ ଗାଇ ଆଦିବାସୀଙ୍କୁ ସଚେତନ କରୁଛନ୍ତି ଫରେଷ୍ଟର

ଜୟପୁର,୨୦ା୫(ଡି.ଏନ୍‌.ଏ.): କାରୋନା ଆଣିଛି ଦୁଃଖ । ସଚେତନତା ହେଉଛି ଏଥିରୁ ବର୍ତ୍ତିବାର ଏକମାତ୍ର ଉପାୟ। କୋରାପୁଟ ଜିଲାର ଉପାନ୍ତ ଅଞ୍ଚଳର ଆଦିବାସୀଙ୍କୁ ସଚେତନ କରୁଛନ୍ତି ଜୟପୁର ରେଞ୍ଜ୍‌ର ଫରେଷ୍ଟର ପ୍ରଶାନ୍ତ ସାମନ୍ତରାୟ। ଆଦିବାସୀ ଗୀତ ଗାଇ ସେ କରୋନା ଭୂତାଣୁ ସମ୍ପର୍କରେ ସଚେତନ କରୁଛନ୍ତି। ଅବିଭକ୍ତ କୋରାପୁଟ ଜିଲାର ସଙ୍ଗୀତଜ୍ଞ ଓ ଗୀତିକାର ହିରେନ୍ଦ୍ର ବେନିଆଙ୍କ ତତ୍ତ୍ୱାବଧାନରେ ଅଡିଓ ଏବଂ ଭିଡିଓ ରେକର୍ଡିଂ କରାଯାଇ ମାଇକ୍‌ ଜରିଆରେ ଏହାକୁ ପ୍ରଚାର କରାଯାଉଛି। ବିଭିନ୍ନ ସୋସିଆଲ ମିଡିଆରେ ମଧ୍ୟ ଏହି ଗୀତକୁ ଶେୟାର କରାଯାଇଛି। ଏହି ଗୀତ ଏବେ ଆଦିବାସୀଙ୍କ ମଧ୍ୟରେ ଆଦୃତ ହୋଇଛି। ଗୀତ ମାଧ୍ୟମରେ ସେ କରୋନା ଭୂତାଣୁ ସଂକ୍ରମଣର କାରଣ, ଲକ୍ଷଣ ଏବଂ ଏହାର ଚିକିତ୍ସା ବିଷୟରେ ବୁଝାଇଛନ୍ତି। ଉଲ୍ଲେଖଯୋଗ୍ୟ, ଫରେଷ୍ଟର ସାମନ୍ତରାୟ ଜଣେ ଲୋକପ୍ରିୟ ଗାୟକ। ଆକାଶବାଣୀର ସ୍ବୀକୃତିପ୍ରାପ୍ତ କଳାକାରଭାବେ ସେ ଅବିଭକ୍ତ କୋରାପୁଟ ଜିଲାରେ ବେଶ୍‌ ପରିଚିତ। କାର୍ଯ୍ୟବ୍ୟସ୍ତତା ଯୋଗୁ ସେ ଦୀର୍ଘ ଦିନ ଧରି ସଙ୍ଗୀତଠାରୁ ଦୂରେଇ ରହିଥିଲେ। ଏବେ କରୋନା ଭଳି ସଙ୍କଟଜନକ ପରିସ୍ଥିତିରେ ସେ ପୁଣି ସଙ୍ଗୀତ ଦୁନିଆକୁ ସଚେତନତାର ବାର୍ତ୍ତା ଧରି ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri