ଗୁଜବ ଉପରେ ଧ୍ୟାନ ନ ଦେବାକୁ ଜିଲାପାଳଙ୍କ ପରାମର୍ଶ

ଛତ୍ରପୁର,୧୪ା୩(ଡି.ଏନ.ଏ.)

କରୋନା ଭାଇରସ୍‌କୁ ସରକାରଙ୍କ ପକ୍ଷରୁ ବିପର୍ଯ୍ୟୟ ବୋଲି ଘୋଷଣା କରାଯାଇଛି। ଏପରିକି ଗଞ୍ଜାମ ଜିଲାପାଳଙ୍କୁ ଏନେଇ ନିର୍ଦ୍ଦେଶନାମା ଆସିଛି ା ଶୁକ୍ରବାର ସନ୍ଧ୍ୟାରେ ଛତ୍ରପୁରରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ୨୨ ବ୍ଲକ କାର୍ଯ୍ୟାଳୟରେ ଉପସ୍ଥିତ ଅଧିକାରୀମାନଙ୍କ ସହ ବୈଠକ କରିଛନ୍ତି। କରୋନା ନେଇ ଥିବା ସରକାରୀ ଗାଇଡଲାଇନକୁ କଡ଼ାକଡ଼ି ପାଳନ କରିବାକୁ ଜିଲାପାଳ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ନିର୍ଦ୍ଦେଶ ଦେଇଛନ୍ତି। ପରେ ଜିଲପାଳ ଏ ସମ୍ପର୍କରେ ଏକ ଖବରଦାତା ସମ୍ମିଳନୀ କରିଥିଲେ। ପ୍ରତି ସୋମବାର ହେଉଥିବା ଅଭିଯୋଗ ଶୁଣାଣି, ମୋ ନିବେଦନ, ମୋ ତହସିଲ କାର୍ଯ୍ୟକ୍ରମକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବାତିଲ କରାଯାଇଥିବା କହିଛନ୍ତିା ଏଥିସହ ସ୍କୁଲ ବନ୍ଦ ରହିଥିଲେ ହେଁ ଶିକ୍ଷକମାନେ ସ୍କୁଲରେ ରହିବେ। ସେହିପରି ଅଙ୍ଗନୱାଡି କେନ୍ଦ୍ରକୁ ପିଲାମାନେ ଆସିବେନି। ମାତ୍ର କେନ୍ଦ୍ରରେ କର୍ମୀ ରହିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି ା ଆବଶ୍ୟକ ହେଲେ କରୋନା ଭାଇରସ ବିପର୍ଯ୍ୟୟ ବେଳେ ସ୍କୁଲଗୁଡିକକୁ ବ୍ୟବହାର କରାଯିବ ବୋଲି କହିଛନ୍ତି। ସେ ଆହୁରି କହିଛନ୍ତି, ବାହାର ପର୍ଯ୍ୟଟକଙ୍କୁ ନ ରଖିବାକୁ ହୋଟେଲଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି ା ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଚାଲିଛି। ଏଠାକୁ ନ ଯିବାକୁ ଜନସାଧାରଣଙ୍କୁ ଅନୁରୋଧ କରାଯାଇଛିା ସିନେମା ହଲ ବନ୍ଦ ରହିବ ଏବଂ ସମସ୍ତ ସାମାଜିକ କାର୍ଯ୍ୟକ୍ରମ ବନ୍ଦ କରାଯିବ। ଏଥିରୁ ନିବୃତ ରହିବାକୁ କୁହାଯାଇଛି ା ଏସବୁ ମନିଟରିଂ ପାଇଁ ଜିଲାର ୨୨ ବ୍ଲକରେ କମିଟି ଶୁକ୍ରବାର ଗଠନ କରାଯାଇଛି। ଏଥିରେ ବିଡିଓ, ତହସିଲଦାର, ଆଇଆଇସି, ବିଇଓ ଓ ଅନ୍ୟମାନେ ରହିଛନ୍ତି ା କୌଣସି ଗୁଜବପ୍ରତି ଧ୍ୟାନ ନ ଦେବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି। ବାହାର ରାଜ୍ୟରେ କାମ କରୁଥିବା ଶ୍ରମିକ ଗଞ୍ଜାମ ଜିଲାକୁ ଫେରିବାବେଳେ ତାଙ୍କ ଉପରେ ନଜର ରଖିବାକୁ ଜିଲାପାଳ କହିଛନ୍ତ। ଜିଲାସ୍ତରରେ ସହାୟତା ଓ ସୂଚନା ପାଇଁ ୨ ନମ୍ବର (୦୬୮୦-୨୨୨୪୭୯୮ ଓ ୯୪୩୯୯୮୩୯୫୬) କାର୍ଯ୍ୟକ୍ଷମ ହୋଇଛି। ଏଣିକି ଜିଲା ସ୍ତରରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୈଠକ ହେବ। ସରକାରୀ କର୍ମଚାରୀ ଓ ଅଧିକାରୀ ହେଡକ୍ୱାର୍ଟର ନ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି ା ପଞ୍ଚାୟତସ୍ତରରେ ଶନିବାର ପଞ୍ଚାୟତିରାଜ ପ୍ରତିନିଧିଙ୍କୁ ନେଇ ଏବଂ ମିଶନ ଶକ୍ତି ଜରିଆରେ ଏ ସମ୍ପର୍କରେ ସଚେତନ କରାଯିବା ଛତ୍ରପୁର ଓ ବ୍ରହ୍ମପୁର ରେଲୱେ ଷ୍ଟେଶନରେ କାଉଣ୍ଟର ଖୋଲଯାଇ ସାନିଟାଇଜର ଓ ହାତ ସଫେଇ ଉପରେ ଲୋକଙ୍କୁ ସଚେତନ
କରାଯିବ। ଏଥିସହ ପ୍ରତି ରେଲୱେ ଷ୍ଟେଶନ ଓ ବସ୍‌ଷ୍ଟାଣ୍ଡରେ ହେଲ୍ପ ଡେସ୍କ ଖୋଳିବ ା ଅତିରିଚ୍ଛ ଜିଲାପାଳ ଅମିୟ କୁମାର ସାହୁ, ଡୁଡା ପିଡି ସୁଦାମ ଚରଣ ମଣ୍ଡଳ, ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ, ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ଏମ୍‌କେସିଜି ହସ୍ପିଟାଲ ପ୍ରଶାସନିକ ଅଧିକାରୀ ସଚ୍ଚିଦାନନ୍ଦ ନାୟକ, ଆରଟିଓ ସଞ୍ଜୟ ବିଶ୍ୱାଳ
ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ…

ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍‌ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri