Posted inଜାତୀୟ

ଗୁଜରାଟରେ ଜନ୍ମିତ ଶିଶୁର ଜନ୍ମ ପ୍ରମାଣ ପତ୍ରରେ ରହିଛି ପାକିସ୍ତାନ ଠିକଣା

ଅହମ୍ମଦାବାଦ,୯।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଥିବା ବେଳେ ଗୁଜରାଟରୁ ଆସିଥିବା ଏକ ଖବର ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ଅହମ୍ମଦାବାଦ ମ୍ୟୁନିସପାଲିଟି କର୍ପୋରେଶନର ବଟଓ୍ବା ଅଞ୍ଚଳରେ ଜନ୍ମ ନେଇଥିବା ଜଣେ ୧୮ ମାସ ଶିଶୁର ଜନ୍ମ ପ୍ରମାଣ ପତ୍ରର ଠିକଣା ଏବେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଉକ୍ତ ପ୍ରମାଣ ପତ୍ରରେ ଲ୍ୟାଣ୍ଡମାର୍କ ସ୍ଥାନରେ ଲେଖାଯାଇଛି, ‘ପାକିସ୍ତାନ ଲେବଲ କ୍ରସିଂ’। ସୂଚନାଯୋଗ୍ୟ, ପ୍ରମାଣ ପତ୍ରରେ ଯେଉଁ କ୍ରସିଂ କଥା ଉଲ୍ଲେଖ କରାଯାଇଛି ତାକୁ ସ୍ଥାନୀୟ ଲୋକେ ଅନୌପଚାରିକ ଭାବେ ‘ପାକିସ୍ତାନ କ୍ରସିଂ’ ବୋଲି କହିଥାଆନ୍ତି। ଏହି କ୍ରସିଂ ୨,୨୦୦ ମୁସଲମାନ ପରିବାର ରହୁଥିବା ‘ଛୋଟ ପାକିସ୍ତାନ’ ନିକଟରେ ଅବସ୍ଥିତ। ହେଲେ ଏହା କାଗଜ ପତ୍ର ଅନୁଯାୟୀ, ‘ବସନ୍ତ ଗଜେନ୍ଦ୍ରଗଡ ନଗର ଇଡବ୍ଲୁଏସ୍‌ ହାଉସିଂ’ଭାବେ ପରିଚିତ। ସୂଚନାଯୋଗ୍ୟ, ଅରବାଜ ଖାଁ ପଠାନ ଓ ମହକବାନୁ ପଠାନଙ୍କ ୧୮ ମାସର ଶିଶୁ ମହମ୍ମଦ ଉଜେର ଖାଁଙ୍କ ଜନ୍ମ ଅକ୍ଟୋବର ୧, ୨୦୧୮ରେ ହୋଇଥିଲା। ଏମାନେ ବଟଓ୍ବା ଲେବଲ କ୍ରସିଂ ନିକଟରେ ଥିବା ଏକ ୪ ମହଲା ଘରେ ରହୁଛନ୍ତି। ଶିଶୁଟିର ଜେଜେମା’ ଗତ ୩ ତାରିଖରେ ଶିଶୁର ଜନ୍ମ ପ୍ରମାଣ ପତ୍ର ଆଣିଥିଲେ। ପରିବାର ଲୋକେ ଏହାକୁ ଭଲଭାବେ ପଢିବା ପରେ ଏହାର ଲ୍ୟାଣ୍ଡମାର୍କ ସ୍ଥାନରେ ପାକିସ୍ତାନ ଲେଖାଥିବା ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏହାକୁ ନେଇ ଅଭିଯୋଗ କରିବା ପରେ କାର୍ଯ୍ୟାଳୟ ପକ୍ଷରୁ ଏହାକୁ ଠିକ୍‌ କରିଦିଆଯିବ ବୋଲି କୁହାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri