ଗୁଡ଼ ବି ବଢ଼ାଏ ସୌନ୍ଦର୍ଯ୍ୟ: ଜାଣନ୍ତୁ କିପରି

ଚିନି ବଦଳରେ ଗୁଡ଼ ଖାଇବାକୁ ଡାକ୍ତରମାନେ ପରାମର୍ଶ ଦେଇଥାନ୍ତି। ଏପରିକି କିଛି ଲୋକ ଗୁଡ଼କୁ ପସନ୍ଦ କରିଥାନ୍ତି। ତେବେ କେବଳ ଯେ, ସ୍ବାସ୍ଥ୍ୟ ପାଇଁ ଗୁଡ଼ ଭଲ ତାହା ନୁହେଁ, ସୌନ୍ଦର୍ଯ୍ୟ ବଢ଼ାଇବାରେ ମଧ୍ୟ ଗୁଡ଼ର ଭୂମିକା ରହିଛି। ଏହା ଚେହେରା ସହ କେଶ ପାଇଁ ମଧ୍ୟ ଉପକାରୀ ହୋଇଥାଏ। ତେବେ ଜାଣନ୍ତୁ ଗୁଡ଼ କିଭଳି ଆପଣଙ୍କୁ ସୁନ୍ଦର କରିଥାଏ।

-ଗୁଡ଼ କେଶକୁ ଘନ ଓ ସୁନ୍ଦର କରିଥାଏ। ଦହି, ମୁଲ୍‌ତାନି ମାଟି ଓ ଗୁଡ଼ରେ ପାଣି ମିଶାଇ ଏକ ପ୍ୟାକ୍‌ ପ୍ରସ୍ତୁତ କରନ୍ତୁ। ଏହି ପ୍ୟାକ୍‌କୁ କେଶ ଧୋଇବାର ଏକ ଘଣ୍ଟା ପୂର୍ବରୁ ଲଗାନ୍ତୁ। ଏହି ପ୍ୟାକ୍‌ କେଶକୁ ମୋଟା କରିବା ସହ ଶକ୍ତ କରିଥାଏ।

-ବୟସ ବଢ଼ିବା ସହ ଚେହେରାରେ ଦେଖାଯାଉଥିବା ଚର୍ମ କୁଞ୍ଚନରୁ ମୁକ୍ତି ପାଇବା ଲାଗି ପ୍ରତିଦିନ ଗୁଡ଼ ଖାଆନ୍ତୁ।

-ନିୟମିତ ଗୁଡ଼ ଖାଇଲେ ଚେହେରାରେ କୌଣସି ପ୍ରକାର ଦାଗ ଦେଖାଯାଇ ନ ଥାଏ। ଚାହିଁଲେ ଏହାର ପ୍ୟାକ୍‌କୁ ମୁଁହରେ ଲଗାଇ ପାରିବେ। ଏକ ଚାମଚ୍‌ ଗୁଡ଼, ଅଳ୍ପ ଟମାଟୋ ରସ, ଲେମ୍ବୁ ରସ ଓ ଦହିରେ କିଛି ଗ୍ରୀନ୍‌ ଟି ମିଶାଇ ପ୍ୟାକ୍‌ ପ୍ରସ୍ତୁତ କରନ୍ତୁ, ଏହାକୁ ୧୫ ମିନିଟ୍‌ ମୁହଁରେ ଲଗାଇବା ପରେ ଧୋଇ ଦିଅନ୍ତୁ।

-ଗୁଡ଼ରେ ଅନେକ ପ୍ରକାର ଭିଟାମିନ୍‌ ଓ ଖଣିଜଲବଣ ରହିଛି। ଗୁଡ଼ ଖାଉଥିବା ବ୍ୟକ୍ତିଙ୍କଠାରେ କୋଷ୍ଠକାଠିନ୍ୟର ସମସ୍ୟା ଦେଖାଯାଇ ନ ଥାଏ। ଅନ୍ୟପକ୍ଷେ ପେଟ ସଫା ରହିଲେ ମୁହଁ ଉଜ୍ଜ୍ବଳ ଦିଶିଥାଏ। ଉଷୁମ ପାଣି କିମ୍ବା ଚା’ରେ ଗୁଡ଼ ମିଶାଇ ପିଇଲେ ମଧ୍ୟ ଭଲ।

-ରକ୍ତ ସଫା ନ ହେବା କାରଣରୁ ମଧ୍ୟ ତ୍ୱଚାରେ ଅନେକ ପ୍ରକାର ସମସ୍ୟା ଦେଖାଯାଇଥାଏ। ଗୁଡ଼ ଖାଇ ଏହି ସମସ୍ୟା ସମାଧାନ କରି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri