‘ଗୁଡ୍‌ ନ୍ୟୁଜ’କୁ ନେଇ ଟ୍ରୋଲ୍‌ ହେଲେ ଅକ୍ଷୟ

ମୁମ୍ବାଇ: ବଳିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର ଏବେ ତାଙ୍କ ଅପକମିଂ ଫିଲ୍ମ ‘ଗୁଡ୍‌ ନ୍ୟୁଜ’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମରେ ଅକ୍ଷୟଙ୍କ ସହ ନଜର ଆସିବେ କରିନା କପୁର ଖାଁ, କିୟାରା ଆଡଭାନୀ, ଦିଲଜିତ ଦୋସାଂଝ। ଏବେ ଏହାର ୨ଟି ଟ୍ରେଲର୍‌ ରିଲିଜ୍‌ ହୋଇଥିବା ବେଳେ ଦର୍ଶକେ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ହେଲେ ଏବେ ଏହି ଫିଲ୍ମକୁ ନେଇ ଟୁଇଟରରେ ବିବାଦ ମୁଣ୍ଡ ଟେକିଲାଣି। ଏହାର ଦ୍ୱିତୀୟ ଟ୍ରେଲର୍‌ରେ ଅକ୍ଷୟ ଭଗବାନ ରାମଙ୍କୁ ଅପମାନ କରିଛନ୍ତି ବୋଲି ଟୁଇଟରରେ ଅଭିଯୋଗ ଆସିଛି। ଏହି ଟ୍ରେଲରରେ ଅକ୍ଷୟ ଅନ୍ୟଜଣେ କଳାକାରଙ୍କ ସହ କଥା ହେଉଥିବା ବେଳେ ସେ ତାଙ୍କ ପୁଅ ନାଁ କେମିତି ରଖିଲେ ସେ କଥା କହୁଛନ୍ତି। ଏଥିରେ ଏକ ଡବଲ ମିନିଂ ଆସୁଥିବାରୁ ଦର୍ଶକେ ଏହାକୁ ଦେଖି ନାରାଜ ହୋଇଯାଇଛନ୍ତି। ଏହାଠିକ୍‌ ନୁହେଁ ବୋଲି କହିବା ସହ ସୋସିଆଲ ମିଡିଆ ୟୁଜର ଅକ୍ଷୟଙ୍କୁ ବେଶ୍‌ କିଛି ଖଟାମିଠା କଥା ଶୁଣାଇଛନ୍ତି। ଏଥିରେ ସେମାନେ ଅକ୍ଷୟଙ୍କ ନାଗରିକତା କଥା ମଧ୍ୟ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri