Posted inରାଜ୍ୟ

ଗୁଣାତ୍ମକ ଶିକ୍ଷାରେ ଜିଲା ପଛୁଆ: ମାଟ୍ରିକ ପରୀକ୍ଷାରେ ୪୦୦୦ ପିଲା ଫେଲ୍‌

ଢେଙ୍କାନାଳ ଅଫିସ, ୩୦ା୫: ଗୁଣାତ୍ମକ ଶିକ୍ଷାରେ ପଛରେ ପଡ଼ିଛି ଢେଙ୍କାନାଳ ଜିଲା। ମାଟ୍ରିକ ପରୀକ୍ଷାରେ ୪ ହଜାର ପିଲା ଅକୃତକାର୍ଯ୍ୟ ହେବା ପରେ ଏପରି ଚିତ୍ର ପଦାକୁ ଆସିଛି। ଏହାକୁ ନେଇ ଚିନ୍ତାରେ ପଡ଼ିଛି ଜିଲା ଶିକ୍ଷା ବିଭାଗ। ଏହାପରେ ମାଟ୍ରିକ୍‌ ପାସ୍‌ ହାର ବଢ଼ାଇବାକୁ ଆରମ୍ଭ ହୋଇଛି ପ୍ରଶାସନିକ କସରତ। ବୁଧବାର ସମଗ୍ର ଶିକ୍ଷା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଏହାର ସମୀକ୍ଷା କରିଛନ୍ତି।
ରାଜ୍ୟରେ ଗୁଣାତ୍ମକ ଶିକ୍ଷାର ବିକାଶ ଲାଗି ଆରମ୍ଭ ହୋଇଛି ‘ସାଥ୍‌’। ଏହାର ମାସିକ ସମୀକ୍ଷା କରାଯାଉଛି। ରିପୋର୍ଟ ପଠାଯାଉଛି ରାଜ୍ୟ ସରକାରଙ୍କୁ। ତଥାପି ଢେଙ୍କାନାଳ ଜିଲାରେ ଏତେ ସଂଖ୍ୟାରେ ମାଟ୍ରିକ ପରୀକ୍ଷାର୍ଥୀ ଫେଲ ହେବା ଆଶ୍ଚର୍ଯ୍ୟ କରିଛି। ଶିକ୍ଷାୟତନରେ ଶୈକ୍ଷିକ ପରିବେଶ ନ ଥିବାରୁ ଏପରି ରେଜଲ୍ଟ ହୋଇଥିବା କୁହାଯାଉଛି। ଫେଲ୍‌ ହୋଇଥିବା ୪୦୦୦ ଛାତ୍ରୀଛାତ୍ରଙ୍କୁ ପାସ୍‌ କରାଇବା ଲାଗି ରିମେଡିଆଲ କୋଚିଂ ଯୋଗାଇ ଦେବାକୁ ଜିଲାପାଳ ଗୁରୁତ୍ୱ ଦେଇଛନ୍ତି।
ଜିଲାର ୪୪% ବିଦ୍ୟାଳୟରେ ବିଦ୍ୟୁତ୍‌ ସଂଯୋଗ ନାହିଁ। ଶୌଚାଳୟ ନ ଥିବାରୁ ଛାତ୍ରୀଛାତ୍ର ସମସ୍ୟା ଭୋଗୁଛନ୍ତି। ଅନେକ ସ୍କୁଲରେ ସ୍ବଚ୍ଛ ପାନୀୟ ଜଳର ସୁବିଧା ଅଦ୍ୟାବଧି ଉପଲବ୍ଧ କରାଯାଇପାରିନାହିଁ। ଆସନ୍ତା ଜୁଲାଇ ସୁଦ୍ଧା ଶୌଚାଳୟ କାର୍ଯ୍ୟ ଶେଷ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଅନ୍ୟାନ୍ୟ ସମସ୍ୟାଗୁଡ଼ିକର ତୁରନ୍ତ ସମାଧାନ କରିବାକୁ ସେ ଗୁରୁତ୍ୱ ଦେଇଛନ୍ତି।
ଏହି ଅବସରରେ ଜିଲା ଶିକ୍ଷା ବିଭାଗ ପକ୍ଷରୁ ‘ଫନୀ’ କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ୩୦ଲକ୍ଷ ୩୨ହଜାର ୯୨୧ଟଙ୍କାର ଚେକ୍‌ ପ୍ରଦାନ କରାଯାଇଥିଲା। ଜିଲା ଶିକ୍ଷାଧିକାରୀ ସୁଧାନନ୍ଦ ପରିଡ଼ା ବୈଠକ ପରିଚାଳନା କରିଥିବାବେଳେ ‘ସାଥ୍‌’ ଅଧିକାରୀ ସଂଘମିତ୍ରା ତ୍ରିପାଠୀ ଏବଂ ପ୍ରଫୁଲ୍ଲ ପରଖ କାର୍ଯ୍ୟକ୍ରମର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Video: ରାଜସ୍ଥାନରେ ଘୋଡ଼ା ଉପରେ ବ୍ଲିଙ୍କିଟ ଡେଲିଭରି! ବୃଦ୍ଧ ଡେଲିଭରି ବୟଙ୍କ ଭିଡିଓ ଭାଇରାଲ, ଲୋକେ କହିଲେ ଏଠି ଯୁବକଙ୍କୁ ମିଳୁନି…

ଜୟପୁର,୨୨।୨: ରାଜସ୍ଥାନରେ, ଯେଉଁଠାରେ ଘୋଡ଼ା ଏବଂ ଓଟଙ୍କୁ ପରମ୍ପରା, ଗର୍ବ ଏବଂ ବୀରତ୍ୱର ପ୍ରତୀକ ଭାବରେ ବିବେଚନା କରାଯାଏ, ସେଠାରେ ଏକ ଭିଡ଼ିଓ ସାମ୍ନାକୁ ଆସିଛି ଯାହା…

ବର୍ଷା ଯୋଗୁ ମ୍ୟାଚ ଧୋଇଗଲେ ଏହି ନିମୟମରେ ହେବ ସେମିଫାଇନାଲର ନିଷ୍ପତ୍ତି, ବୁଝନ୍ତୁ ଏହି ଗଣିତ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ବର୍ଷା ବିପର୍ଯ୍ୟୟ ସୃଷ୍ଟି କରୁଛି। ଗତ ଶନିବାର (୨୧ ଫେବୃଆରୀ) ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ…

‘କଂଗ୍ରେସ ପ୍ରଥମରୁ ଉଲଗ୍ନ,’ କାହିଁକି କଂଗ୍ରେସ ନେତାଙ୍କୁ ଏମିତି ସମାଲୋଚନା କଲେ ମୋଦି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମ୍ମିଳନୀରେ ଭାରତୀୟ ଯୁବ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନକୁ ନେଇ କଂଗ୍ରେସ ଦଳ…

ବେଆଇନ ଭାବରେ ଅନ୍‌ଲୋଡିଂ ହେଉଥିଲା ଶହଶହ ଜିଞ୍ଜର ବୋତଲ, ମାଡ଼ିବସିଲା ଅବକାରୀ ବିଭାଗ

ବାଲେଶ୍ୱର,୨୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଭ୍ରାମ୍ୟମାଣ ଅବକାରୀ ୟୁନିଟ୍‌ ପକ୍ଷରୁ ରବିବାର ଚଢ଼ାଉ କରାଯାଇଛି। ସୋର ଥାନା ଅନ୍ତର୍ଗତ ଦୟାନିଧିପୁର ନିକଟ ଖେଳପଡ଼ିଆରେ ବେଆଇନ ଭାବେ ଏକ…

ଦନ୍ତା ଦଳିଦେବା ପରେ ପରିବାର ଲୋକେ କଲେ ଏମିତି କାମ, ଅମର ରହିଗଲେ ଊର୍ମିଳା

ଦିଗପହଣ୍ଡି,୨୨ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ ଊର୍ମିଳା ରାଉତ(୫୧) ରବିବାର ସକାଳେ ଦନ୍ତା ହାତୀ…

ସୁପର-୮ରେ ଟିମ୍‌ ଇଣ୍ଡିଆକୁ ରହିବାକୁ ପଡ଼ିବ ସାବଧାନ! ଦକ୍ଷିଣ ଆଫ୍ରିକାର ଏହି ୪ ଖେଳାଳି କରିପାରନ୍ତି…

ନୂଆଦିଲ୍ଲୀ,୨୨।୨: ରବିବାର ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ ୨୦୨୬ରେ ମୁହାଁମୁହିଁ ହେବେ। ସୁପର ୮ ରାଉଣ୍ଡରେ ଗ୍ରୁପ ୧ର ଏହା ପ୍ରଥମ ମ୍ୟାଚ, ଯାହା…

ବାଇକ୍‌ରେ ଯାଉଥିଲେ ଯୁବକ, ଚାପିଦେଲା ଅଜଣା ଗାଡ଼ି

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବାରଡ଼ା ନିକଟରେ ରବିବାର ଅପରାହ୍ନରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

‘ଲୋକଙ୍କ ସେବାରେ ଆସିବ ପ୍ରଧାନମନ୍ତ୍ରୀଙ୍କ ଜନୌଷଧି କେନ୍ଦ୍ର’

ପୁରୁଷୋତ୍ତମପୁର,୨୨ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରୋଗୀଙ୍କୁ ସ୍ବଳ୍ପ ମୂଲ୍ୟରେ ବିଭିନ୍ନ ଔଷଧ ଯୋଗାଇଦେବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ଜନୌଷଧି କେନ୍ଦ୍ରକୁ ରବିବାର ଆସିକା ଏମ୍‌ପି ଅନିତା ଶୁଭଦର୍ଶନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri