ଗୁଣିଆ ସନ୍ଦେହରେ ବୃଦ୍ଧଙ୍କୁ ମାଡ଼: ଡାକ୍ତରଖାନାରେ ଭର୍ତ୍ତି

କେନ୍ଦୁଝର,୨୩।୨(ସ୍ବ.ପ୍ର.) : କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ କରମଙ୍ଗି ପଞ୍ଚାୟତ ପୁଢ଼େଇଝୋଳ ଗାଁରେ ଜଣେ ବୃଦ୍ଧଙ୍କୁ ଗୁଣିଆ ସନ୍ଦେହରେ ଗ୍ରାମସଭାରେ ଆକ୍ରମଣ କରାଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଫଳରେ ବୃଦ୍ଧ ଜଣଙ୍କୁ ଗୁରୁତର ଅବସ୍ଥାରେ ଶନିବାର ପ୍ରଥମେ ତେଲକୋଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ରବିବାର କେନ୍ଦୁଝର ସ୍ଥାନାନ୍ତର କରାଯାଇଛି।
ଘଟଣା ଅନୁଯାୟୀ, ଗତ ୨୨ ତାରିଖରେ ପୁଢ଼େଇଝୋଳ ଗ୍ରାମରେ ଗ୍ରାମବାସୀ ଏକ ସଭା କରିଥିଲେ। ସେହି ଗ୍ରାମର ଧନେଶ୍ୱର ନାୟକଙ୍କୁ ଗୁଣି ଗାରେଡ଼ି କରୁଛ କହି କେତେକ ଗ୍ରାମବାସୀ ସଭାରେ ଆକ୍ରମଣ କରିଥିଲେ। ତାଙ୍କ ବେକକୁ କାମୁଡ଼ି ଦେବା ସହିତ ତଳେ ପକାଇ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଫଳରେ ଧନେଶ୍ୱର ଗୁରୁତର ହୋଇଥିଲେ। ଧନେଶ୍ୱରଙ୍କ ସ୍ତ୍ରୀ ସଭାରେ ପହଞ୍ଚି ତାଙ୍କୁ ଉଦ୍ଧାର କରିବା ସହ ତେଲକୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିବା ବେଳେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ପକ୍ଷରୁ ଏହାର ତଦନ୍ତ କରି ଅଭିଯୁକ୍ତଙ୍କୁ ଧରିବା ପାଇଁ ପ୍ରୟାସ କରୁଥିବା ଜଣାପଡ଼ିଛି। ତେଲକୋଇ ଥାନାଧିକାରିଣୀ ପଦ୍ମଶିନୀ ମେହର କହିଛନ୍ତି, ଅଭିଯୋଗ ମିଳିବା ପରେ ଘଟଣାସ୍ଥଳକୁ ଯାଇ ତଦନ୍ତ କରାଯାଇଛି। ଘଟଣାରେ ୩/୪ ଜଣଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ହୋଇଛି। ସେମାନଙ୍କୁ ଅଟକ ରଖି ପଚରା ଉଚରା କରାଯାଉଛି। ତଦନ୍ତ ପରେ ଗିରଫ କରି କୋର୍ଟ ଚାଲାଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଘାଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ

ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ…

ବାଂଲାଦେଶକୁ ନେଇ ICC ନେଲା ବଡ଼ ନିଷ୍ପତ୍ତି: କ୍ରିକେଟ୍‌ ଜଗତରେ ଖେଳିଗଲା…

ନୂଆଦିଲ୍ଲୀ,୧୦।୨: ଭାରତରେ T20 ବିଶ୍ୱକପ ମ୍ୟାଚ ଖେଳିବାକୁ ମନା କରିବା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ ଉପରେ କୌଣସି ଦଣ୍ଡ ଲାଗୁ କରାଯିବ ନାହିଁ। ICC ଘୋଷଣା…

ହାତୀ ପାଇଁ ବିକଳ୍ପ ଚାଷ କରାଯାଉ: ଘୋଡା ନାଚ ମାଧ୍ୟମରେ ହାତୀ ସୁରକ୍ଷା ସଚେତନତା

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ, ଟାଟା ପାୱାର ଏବଂ ସ୍ନେହା ସ୍ବେଚ୍ଛାସେବୀ ଅନୁଷ୍ଠାନର ମିଳିତ ସହଯୋଗରେ ଚାଲିଥିବା ହାତୀ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ…

କାହାକୁ ଡରୁଥିଲା ପାକିସ୍ତାନ, କେମିତି ନଇଁଲା ଆଉ କିଏ ବୁଝାଇଲା? ଜାଣନ୍ତୁ ଭାରତ-ପାକିସ୍ତାନ ମ୍ୟାଚର ଇନସାଇଡ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୨: ପାକିସ୍ତାନ ସରକାର ମ୍ୟାଚ ବର୍ଜନ କରିବାର ନିଷ୍ପତ୍ତି ପ୍ରତ୍ୟାହାର କରିନେଇଛି। ପାକିସ୍ତାନର ଏହି ନିଷ୍ପତ୍ତି ଟୁର୍ଣ୍ଣାମେଣ୍ଟରେ ଚାଲିଥିବା ଅଚଳାବସ୍ଥାର ଅନ୍ତ ଘଟାଇଛି। ୨୦୨୬ ଟି-୨୦ ବିଶ୍ୱକପର…

କୁମ୍ଭ ରାଶିରେ ବୁଧଙ୍କ ଉଦୟ, ଚମକିବ ୩ ରାଶିର ଭାଗ୍ୟ

ଫେବୃଆରୀ ୯ ତାରିଖରେ ବୁଧ କୁମ୍ଭ ରାଶିରେ ଉଦିତ ହୋଇଛନ୍ତି। ବୁଧଙ୍କ ଏହି ଉଦିତ ଫେବୃଆରୀ ମାସରେ କିଛି ରାଶି ପାଇଁ ଅତ୍ୟନ୍ତ ଶୁଭ ଫଳ ଆଣିପାରେ।…

ଅଷ୍ଟ୍ରେଲିଆରେ ଇସ୍ରାଏଲ ରାଷ୍ଟ୍ରପତିଙ୍କୁ ବିରୋଧ, ହେଲେ କାହିଁକି ହେଲା ପ୍ରଦର୍ଶନ? ଜାଣନ୍ତୁ…

ସିଡନୀ,୧୦।୨: ଇସ୍ରାଏଲର ରାଷ୍ଟ୍ରପତି ଆଇଜାକ ହର୍ଜୋଗ ଅଷ୍ଟ୍ରେଲିଆ ଗସ୍ତରେ ଆସୁଛନ୍ତି। ସେ ସୋମବାର ଚାରି ଦିନିଆ ଗସ୍ତ ପାଇଁ ସିଡନୀରେ ପହଞ୍ଚିଥିଲେ। ଗତ ଡିସେମ୍ବରରେ ବଣ୍ଡି ବିଚ…

ICCର ବଡ଼ ଘୋଷଣା: ଏହି ଦଳରେ ସାମିଲ ହେଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୧୦।୨: ଆଇସିସି ପୁରୁଷ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ଐତିହାସିକ ବିଜୟର ନାୟକ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଉ ଏକ ଗୁରୁତ୍ୱପୂର୍ଣ୍ଣ…

ଏଇ ଭାରତରେ

ନିଷ୍ଠା ଓ ପ୍ରତିବଦ୍ଧତା ସଫଳତା ଆଣେ, ଯାହା ପ୍ରମାଣ କରିପାରିଛନ୍ତି ଉତ୍ତରାଖଣ୍ଡର ସୁଶାନ୍ତ ୟୁନିଆଲ ଏବଂ ତାଙ୍କ ଭାଇ। ଦୁଇ ଭାଇ ସବୁଠୁ ବଡ଼ ଛତୁ ଛତ୍ପାଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri