ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

କପ୍ତିପଦା,୧୧ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ ପଞ୍ଚାୟତ ସୀତାରାମସାହିରେ ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଗୁରୁବାର କପ୍ତିପଦା ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ମହୁଲପଙ୍ଖା ଗ୍ରାମର ଦିବାକର ସିଂ। ତାଙ୍କ ନିକଟରୁ ହତ୍ୟାକାଣ୍ଡରେ ବ୍ୟବହୃତ କଟୁରୀକୁ ପୋଲିସ ଜବତ କରିଛି। ଦିବାକରଙ୍କ ସହଯୋଗୀ ଲାଗ ଓରଫ୍‌ ଚମ୍ପାଏ ହୋକୁ ବୁଧବାର ପୋଲିସ୍‌ ଗିରଫ କରି କୋର୍ଟଚାଲାଣ କରିଥିଲା। ଜିଲା ଆରକ୍ଷୀ ଅଧୀକ୍ଷକ ପରମାର ସ୍ମିଥ୍‌ ପୁରୁଷୋତ୍ତମଦାସ କପ୍ତିପଦା ଥାନାକୁ ଆସି ଘଟଣା ସମ୍ପର୍କରେ ପଚାରି ବୁଝିଛନ୍ତି।
ପୋଲିସ ସୂଚନା ଅନୁଯାୟୀ, ଗତ ୬ ତାରିଖ ସନ୍ଧ୍ୟାରେ ସୀତାରାମ ସିଂ ଓ ତାଙ୍କ ସ୍ତ୍ରୀ ଲେତ ଛତ୍ରାମ୍ବଠାରେ ଫୁଟ୍‌ବଲ୍‌ ଖେଳ ଦେଖି ଫେରୁଥିବା ବେଳେ ଅଭିଯୁକ୍ତ ଦିବାକର ଓ ଲାଗ ତାଙ୍କୁ ଏକ ନିର୍ଜନ ସ୍ଥାନକୁ ଟାଣିନେଇ କଟୁରୀରେ ହାଣି ହତ୍ୟା କରିଥିଲେ। ପରେ ମୃତଦେହକୁ ଡଙ୍ଗାରେ ନେଇ ନିକଟସ୍ଥ ସୁନେଇ ଡ୍ୟାମର ଗଭୀର ଜଳରେ ଫିଙ୍ଗି ଦେଇ ଆସିଥିଲେ। ଉପଖଣ୍ଡ ପୋଲିସ୍‌ ଅଧିକାରୀ ସ୍ବପ୍ନରଞ୍ଜନ ମହାପାତ୍ର ଓ କପ୍ତିପଦା ଥାନା ଆଇଆଇସି ରୀନା ବେହେରା ତଦନ୍ତ କରି ଅଭିଯୁକ୍ତ ଦିବାକରଙ୍କୁ ଶାଳଚୁଆ ପଞ୍ଚାୟତର ବିଦ୍ୟାଧରନଗରରୁ ଗିରଫ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମହାକାଳପଡ଼ା ଯୁଗରୁପା ସରକାରୀ ହାଇସ୍କୁଲ ପ୍ରଧାନଶିକ୍ଷକ, ଲାଞ୍ଚ ନେଇଥିବା ବେଳେ ଧରାପଡିଲେ

ମହାକାଳପଡ଼ା,୧୮।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ…

କେନ୍ଦୁଝରରେ ଚାଞ୍ଚଲ୍ୟ, ବନ୍ଧୁକ ଦେଖାଇ ଲୁଟି ନେଲେ ୮ ଲକ୍ଷ ଭତ୍ତା ଟଙ୍କା

କେନ୍ଦୁଝର,୧୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବାଉରୀ ପଦା ପଞ୍ଚାୟତର ପିଇଓଙ୍କ ଠାରୁ ଭତ୍ତା ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଫାଙ୍କା ଗୁଳି ଚାଳନା କରି…

ମଦ୍ୟପଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଅଭିଯାନ, ୨୦ରୁ ଉର୍ଦ୍ଧ୍ବ ଅଟକ

ହାଟଡିହୀ/ଛେନାପଦୀ,୧୮।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପୋଲିସ ସର୍ବସାଧାରଣ ସ୍ଥାନରେ ଖୋଲାଖୋଲି ମଦ୍ୟପାନ କରୁଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଏକ କାର୍ଯ୍ୟାନୁଷ୍ଠାନ ଅଭିଯାନ ଆରମ୍ଭ କରିଛି…

ପୁଇଁତୋଳାରୁ ତାଇଓ୍ବାନ, ଦେବାଶିଷଙ୍କ ସଫଳତାର ଯାତ୍ରା, ଏମିତି କାମ କରି…

ଗଞ୍ଜାମ,୧୮ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଦେବାଶିଷ ତରାଇ।। ପୁଇଁତୋଳା ଭଳି ଏକ ଗାଁରୁ ଅନ୍ତର୍ଜାତୀୟ ଶିକ୍ଷା ଓ ଗବେଷଣା ମଞ୍ଚ ପର୍ଯ୍ୟନ୍ତ ଦେବାଶିଷ…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…

ସିଆଇଆଇର ଆଦର୍ଶ ମହିଳା ସମ୍ମାନରେ ସମ୍ମାନିତ ହେଲେ ଦାରିଙ୍ଗବାଡ଼ିର ସୁନାଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ାଙ୍କୁ ଦେଶ ସ୍ତରରେ ସିଆଇଆଇ ଆଦର୍ଶ ମହିଳା ସମ୍ମାନ ମିଳିବା ବ୍ରାହ୍ମଣୀଗାଁ ଅଞ୍ଚଳ…

ହଠାତ୍‌ ମାଡ଼ିଆସିଲା କାଳବୈଶାଖୀ, ବଜ୍ରପାତରେ ଚାଲିଗଲା ୨ ଜୀବନ

ଲକ୍ଷ୍ମୀପୁର,୧୮ା୫(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅଞ୍ଚଳରେ ରବିବାର ଅପରାହ୍ନରେ ବଜ୍ରପାତ ଘଟି ୨ ଜଣଙ୍କ ଜୀବନ ଯାଇଛି। ଓଡ଼ିଆ ପେଣ୍ଟ ପଞ୍ଚାୟତର ତଳକାଇପଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri