ଗୁଣିଗାରେଡ଼ି ସନ୍ଦେହ: ଦମ୍ପତିଙ୍କୁ ଖୁଣ୍ଟରେ ବାନ୍ଧି ବିଷ୍ଟା ଖୁଆଇଲେ

ପୁରୁଷୋତ୍ତମପୁର,୧ା୭(ଡି.ଏନ.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ରାଣୀଗାଁରେ ଗୁଣିଗାରେଡି ସନ୍ଦେହରେ କେତେଜଣ ଲୋକେ ରବିବାର ଜନୈକ ବ୍ୟକ୍ତିଙ୍କ ଘରେ ପଶି ଭଙ୍ଗାରୁଜା ସହ ସ୍ବାମୀ, ସ୍ତ୍ରୀଙ୍କୁ ଆକ୍ରମଣ କରିଥିଲେ। ପରେ ଉଭୟଙ୍କୁ ଗାଁ ଦାଣ୍ଡରେ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ମାଡମାରି ଦାନ୍ତ ଭାଙ୍ଗି ବିଷ୍ଟା ଖୁଆଇଛନ୍ତି। ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ଦମ୍ପତିଙ୍କୁ ଉଦ୍ଧାର କରି ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛି। ଏଥିରେ ସମ୍ପୃକ୍ତ ୫ ଜଣଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ଦମ୍ପତିଙ୍କ ପୁଅଙ୍କ ଅଭିଯୋଗକ୍ରମେ ନଂ.୧୪୯/୧୯ ଓ ପଡୋଶୀ ବ୍ୟକ୍ତିଙ୍କ ଅଭିଯୋଗକ୍ରମେ ନଂ.୧୫୦/୧୯ରେ ମାମଲା ରୁଜୁକରି ପୋଲିସ ତଦନ୍ତ ଚଳାଇଥିବା ଆଇଆଇସି ଜଗନ୍ନାଥ ମଲ୍ଲିକ କହିଛନ୍ତି।
ସୂଚନାଯୋଗ୍ୟ, ୨୦୧୭ ଜୁଲାଇ ୫ରେ ଗୁଣିଗାରେଡି ସନ୍ଦେହରେ ଏହି ପରିବାର ଉପରେ ଗାଁ ଲୋକେ ନିର୍ଯାତନା ଦେଇଥିଲେ। ଏହା ସହ୍ୟ କରି ନ ପାରି ପରିବାରର ସମସ୍ତେ ଗାଁ ଛାଡ଼ି ୧୦ କିମି ଦୂର ରଣଝାଲି ପଞ୍ଚାୟତର ମୁକୁନ୍ଦପୁରରେ ଆଶ୍ରୟ ନେଇଥିଲେ। ନ୍ୟାୟ ଲାଗି ୨୦୧୭ ଜୁଲାଇ ୧୬ରେ ପୁରୁଷୋତ୍ତମପୁର ପୋଲିସ ଓ ୨୦୧୭ ଜୁଲାଇ ୧୭ରେ ଛତ୍ରପୁର ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇଥିଲେ। ପୋଲିସ ଓ ପ୍ରଶାସନ ୨୦୧୭ ଜୁଲାଇ ୨୨ରେ ସମ୍ପୃକ୍ତ ପରିବାର ଓ ଗ୍ରାମର କେତେଜଣ ବ୍ୟକ୍ତିଙ୍କୁ ନେଇ ଥାନାରେ ବୈଠକ କରି ଶାନ୍ତି କମିଟି ଗଠନ କରାଯାଇଥିଲା। ବୁଝାଶୁଝା ପରେ ସମ୍ପୃକ୍ତ ପରିବାର ଗ୍ରାମକୁ ଫେରିଥିଲେ। ମାତ୍ର ପରବର୍ତ୍ତୀ ସମୟରେ ସାହିବାସୀ ନିର୍ଯାତନା ଦେବା ଆରମ୍ଭ କରିଥିଲେ। ଗ୍ରାମବାସୀ ଗୁଣିଆ ସନ୍ଦେହ କରୁଥିବା ପରିବାରର ସ୍ବାମୀ, ସ୍ତ୍ରୀ ଭୟରେ ଗାଁ ଛାଡି ଭୀମପୁର ପଞ୍ଚାୟତ ଚାଟମୁଣ୍ଡୁଳିରେ ବର୍ଷେ ହେଲା ରହୁଥିଲେ। ଗ୍ରାମରେ କେବଳ ତାଙ୍କ ବୃଦ୍ଧା ମା, ଭଉଣୀ ଓ ପୁଅବୋହୂ ରହୁଥିଲେ। ରବିବାର ସମ୍ପୃକ୍ତ ପରିବାରର ଏକ କୁକୁଡା ଜଣେ ବ୍ୟକ୍ତିଙ୍କ ଘର ନିକଟକୁ ଚାଲିଯିବାରୁ ତାଙ୍କ ବୃଦ୍ଧା ମା’ ଓ ଝିଅଙ୍କୁ ସେହିବ୍ୟକ୍ତି ମାଡ ମାରିଥିଲେ। ଖବର ପାଇ ଚାଟମୁଣ୍ଡୁଳିରେ ରହୁଥିବା ଦମ୍ପତି ଗଁାକୁ ଆସିଥିଲେ। ଘରେ ତାଙ୍କ ମା’ଙ୍କ ସହ କଥା ହେଉଥିବାବେଳେ ସାହିର କେତେଜଣ ବ୍ୟକ୍ତି ଘରେ ପଶି ସଂଘବଦ୍ଧ ଆକ୍ରମଣ କରିଥିଲେ। ପରେ ଗାଁ ଦାଣ୍ଡକୁ ଟାଣିଆଣି ସମ୍ପୃକ୍ତ ଦମ୍ପତିଙ୍କୁ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦାନ୍ତ ଭାଙ୍ଗି ଦେବା ସହ ବିଷ୍ଟା ଖୁଆଇଥିବା ଦମ୍ପତି ଅଭିଯୋଗ କରିଛନ୍ତି। ମାତ୍ର ସାହିଲୋକେ ଏହାକୁ ଅସ୍ବୀକାର କରିବା ସହ ସମ୍ପୃକ୍ତ ଦମ୍ପତିଙ୍କ ପୁଅ ଆକ୍ରମଣ କରିଥିବା ପାଲଟା ଅଭିଯୋଗ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

କାଶ୍ମୀର ଓ ଉତ୍ତରାଖଣ୍ଡକୁ ପଛରେ ପକାଇଲେ ଓଡ଼ିଆ ପୁଅ ଶିବପ୍ରସାଦ, ଓଡ଼ିଶା ପାଇଁ ଆଣିଲେ ସୁନାମ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲlଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲଡ଼ ମେଡାଲ ଜିତି…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?