ଗୁଣି ସନ୍ଦେହରେ ୬ଜଣଙ୍କୁ ଅଖାଦ୍ୟ ଖୁଆଇବା ଘଟଣା: ୨୯ ମହିଳା, ପୁରୁଷ ଗଲେ ଜେଲ; ଗିରଫ ଭୟରେ ଗୋପପୁର ଗ୍ରାମ ପୁରୁଷଶୂନ୍ୟ

ଖଲ୍ଲିକୋଟ,୩ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଗୋପପୁର ଦଳିତ ସାହିରେ ଗୁଣି ସନ୍ଦେହରେ ଗ୍ରାମବାସୀ ସୋମବାର ରାତିରେ ଦାନ୍ତ ଭାଙ୍ଗି ୬ ଜଣ ବ୍ୟକ୍ତିଙ୍କୁ ଅଖାଦ୍ୟ ଖୁଆଇ ଗାଁ କୋଠ ଘରେ ବାନ୍ଧି ରଖିଥିଲେ। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଆଇଆଇସି ସତ୍ୟରଞ୍ଜନ ପ୍ରଧାନ ଓ ଅନ୍ୟ ଥାନାଧିକାରୀମାନେ ସେମାନଙ୍କୁ ଉଦ୍ଧାର କରିଥିଲେ। ଉଦ୍ଧାର ସମୟରେ ପୋଲିସ ଉପରକୁ ଲଙ୍କାଗୁଣ୍ଡ, ବାଲି ଆଦି ଫିଙ୍ଗିବା ଅଭିଯୋଗରେ ଗ୍ରାମର ୪୦ରୁ ଊର୍ଦ୍ଧ୍ୱ ମହିଳା ଓ ପୁରୁଷଙ୍କୁ ଥାନାରେ ଅଟକ ରଖାଯାଇଥିଲା। ବୁଧବାର ସେମାନଙ୍କ ମଧ୍ୟରୁ ପୋଲିସ ୨୨ଜଣ ମହିଳା ଓ ୭ଜଣ ପୁରୁଷଙ୍କୁ ଗିରଫ କରିଛି। ଏ ନେଇ ନଂ. ୨୫୬/୧୯ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ଅଖାଦ୍ୟ ଖୁଆଯାଇଥିବା ୬ ଜଣଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ଚିକିତ୍ସା ପାଇଁ ପଠାଯାଇଛି। ଅନ୍ୟପଟେ ଗିରଫ ଭୟରେ ଗ୍ରାମ ପୁରୁଷ ଶୂନ୍ୟ ରହିଥିବା ବେଳେ ପରିସ୍ଥିତି ଶାନ୍ତ ରହିଛି।
ପ୍ରକାଶ ଯେ, ଗୋପପୁର ଗ୍ରାମରେ କିଛିଦିନ ତଳେ ଅଜଣା ରୋଗରେ ୩ ଜଣଙ୍କ ମୃତ୍ୟୁ ହୋଇଥିଲା। ୨୮ ସେପ୍ଟେମ୍ବରରେ ୩ ଜଣ ମହିଳା ଓ ଜଣେ ପୁରୁଷଙ୍କ ଗୋଡ଼ହାତ ବିନ୍ଧା ସହ ଜ୍ୱର ହୋଇଥିଲା। ଏହା ଗୁଣିଗାରେଡି ଦ୍ୱାରା ହେଉଥିବା ଗ୍ରାମବାସୀ ସନ୍ଦେହ କରି ଜଣେ ଗୁଣିଆଙ୍କୁ ଡାକିଥିଲେ। ଏହା ଜାଣିବା ପରେ ତହସିଲଦାର, ଆଇଆଇସି ପ୍ରମୁଖ ଗ୍ରାମରେ ପହଞ୍ଚତ୍ ଥିଲେ। ପରେ ଅନ୍ଧବିଶ୍ୱାସ ଦୂର କରିବା ପାଇଁ ବ୍ରହ୍ମପୁରରୁ ଏକ ଡାକ୍ତରୀ ଟିମ ଗ୍ରାମରେ ଆସି ଅସୁସ୍ଥଙ୍କ ରକ୍ତ ନମୁନା ପରୀକ୍ଷା କରିଥିଲେ। କିନ୍ତୁ ଏସବୁ ସତ୍ତ୍ବେ ଗ୍ରାମବାସୀ ଗୁଣି ସନ୍ଦେହରେ ଉକ୍ତ ୬ ଜଣଙ୍କୁ ଅଖାଦ୍ୟ ଖୁଆଇ ମାଡ଼ ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…

ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି ।…

ବାଇକ୍‌ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…   

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ…

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri