ଗୁଣ୍ଡିରିବାଡ଼ିରେ ବାଘୁଣୀ ପାଦଚିହ୍ନ

ଭଞ୍ଜନଗର,୧୧।୧୧(ଡି.ଏନ.ଏ.)- ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଜଗନ୍ନାଥପ୍ରସାଦ ରେଞ୍ଜ ଲଣ୍ଡେଇ ପାହାଡ଼ ନିକଟସ୍ଥ ଗୁଣ୍ଡିରିବାଡ଼ି ରାଜସ୍ବ ଗ୍ରାମ ନିକଟ ଜଙ୍ଗଲରେ ଏକ କଲରାପତରିଆ ବାଘୁଣୀକୁ ବନ ବିଭାଗ କର୍ମଚାରୀ ଠାବ କରିଛନ୍ତି। ଜଙ୍ଗଲରେ ବାଘ ଥିବାର ପ୍ରମାଣ ଗୁରୁବାର ମିଳିବା ପରେ ସମ୍ପୃକ୍ତ ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ଅପରପକ୍ଷେ ସାଧାରଣ ଲୋକେ ଏବଂ ଗୃହପାଳିତ ପ୍ରାଣୀଙ୍କ ଯେଭଳି କ୍ଷତି ନଘଟେ ସେଥିପାଇଁ ବନ ବିଭାଗ ସତର୍କ ହୋଇଯାଇଛି। ଏନେଇ ସମ୍ପୃକ୍ତ ଜଙ୍ଗଲ ଅଞ୍ଚଳରେ ବନ ବିଭାଗ ପକ୍ଷରୁ ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡ଼ି କରି ଦିଆଯାଇଛି। ଲୋକଙ୍କୁ ମଧ୍ୟ ଜଙ୍ଗଲକୁ ଯିବାକୁ ବାରଣ କରାଯାଇଛି। ଡ଼ିଏଫ୍‌ଓ ଅଭୟ କୁମାର ଦଳେଇ, ଏସିଏଫ୍‌ ସୁଦର୍ଶନ ବାଦୀ ଘଟଣା ପ୍ରତି ନଜର ରଖିଛନ୍ତି। ସୂଚନାଯୋଗ୍ୟ, ବିଗତ ୨୫ ଦିନ ମଧ୍ୟରେ ସମ୍ପୃକ୍ତ ଅଞ୍ଚଳର ଏକାଧିକ ଗୋରୁ ଜଙ୍ଗଲକୁ ଚରିବାକୁ ଯାଇଥିବାବେଳେ ନିଖୋଜ ଓ ଆହତ ହୋଇଥିଲେ, ଯାହାକୁ ନେଇ ଲୋକେ ଆତଙ୍କିତ ହୋଇପଡିଥିଲେ। ବନ ବିଭାଗ ପ୍ରଥମେ ଘଟଣାଟିକୁ ଗୁରୁତ୍ୱ ଦେଇ ନ ଥିଲା। ପରବର୍ତ୍ତୀ ସମୟରେ ଗୋରୁ ନିଖୋଜ ସଂଖ୍ୟା ବଢିବାରୁ ବନ ବିଭାଗ ପକ୍ଷରୁ ପାଟ୍ରୋଲିଂ କଡ଼ାକଡ଼ି କରାଯାଇଥିଲା। ବୁଧବାର ଗୁଣ୍ଡିରିବାଡ଼ି ଜଙ୍ଗଲରୁ କିଛି ପାଦଚିହ୍ନ ମିଳିଥିଲା। ଏହାକୁ ପ୍ଲାଷ୍ଟର ଅଫ୍‌ ପ୍ୟାରିସ୍‌ରେ ସଂଗ୍ରହ କରାଯାଇଥିଲା। ଗୁରୁବାର ତାହାକୁ ବିଭାଗୀୟ ଉଚ୍ଚ ପଦାଧିକାରୀ ଯାଞ୍ଚ କରିବାପରେ ଏହା କଲରାପତରିଆ ବାଘୁଣୀର ବୋଲି ଜଣାପଡ଼ିଛି। କିନ୍ତୁ ବିଭାଗ ପକ୍ଷରୁ ଏନେଇ ସ୍ପଷ୍ଟ ସୂଚନା ଦିଆଯାଇନାହିଁ। ଉକ୍ତ ଜଙ୍ଗଲରେ ଆଉ ଅଧିକ ବାଘ ଅଛି ନା ଏହି ଗୋଟିଏ ବାଘୁଣୀ ଅଛି, ସେନେଇ ମଧ୍ୟ ଯାଞ୍ଚ ଚାଲିଛି। ବାଘୁଣୀ ଚଳପ୍ରଚଳ କରୁଥିବା ଅଞ୍ଚଳରେ ଶୁକ୍ରବାର ଟ୍ରାପ୍‌ କ୍ୟାମେରା ଲଗାଯିବା ବ୍ୟବସ୍ଥା କରାଯାଉଛି। ଏନେଇ ଏସିଏଫ୍‌ ବାଦୀଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି, ଘଟଣାର ତଦନ୍ତ ଚାଲିଛି, ଖୁବ୍‌ଶୀଘ୍ର ଚିତ୍ର ସ୍ପଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri