ଗୁଣ୍ଡିରିବାଡି, ତେନ୍ତୁଳିଆରେ ଲାଗିଲା ଟ୍ରାପ୍‌ କ୍ୟାମେରା

ଭଞ୍ଜନଗର,୭।୧୧(ଡି.ଏନ.ଏ)-ଗତମାସ ୯ ତାରିଖରେ ଜଗନ୍ନାଥପ୍ରସାଦ ରେଞ୍ଜ ଗୁଣ୍ଡିରିବାଡି ଗ୍ରାମ ନିକଟସ୍ଥ ଲଣ୍ଡେଇହିଲ୍‌ ପାହାଡ ନିକଟରୁ ଏକ ବାଘୁଣୀର ପାଦ ଚିହ୍ନ ମିଳିବାପରେ ଉକ୍ତ ଜଙ୍ଗଲରେ ବାଘ ଥିବା ପ୍ରମାଣ ମିଳିଥିଲା। ମାସେ ମଧ୍ୟରେ ବାଘୁଣୀଟି ଛାମୁଣ୍ଡା, କୁମୁଣ୍ଡା, ଲଣ୍ଡେଇହିଲ୍‌ ଅଞ୍ଚଳରେ ବୁଲୁଥିବା ପ୍ରମାଣ ମିଳିଛି। ବିଗତ କିଛିଦିନ ହେବ ଗୁଣ୍ଡିରିବାଡି ଓ ତେନ୍ତୁଳିଆ ଗ୍ରାମର କିଛି ଛେଳି ମରିବାକୁ ନେଇ ଲୋକେ ଆତଙ୍କିତ ହୋଇପଡିଛନ୍ତି। ସୋମବାର ରାତିରେ ଗୁଣ୍ଡିରିବାଡି ଗ୍ରାମବାସୀ ବାଘ ଗ୍ରାମକୁ ଆସିଥିବାର ଦାବି କରୁଛନ୍ତି। ବୁଧବାର ସକାଳେ ବନ ବିଭାଗ କର୍ମଚାରୀ ବାଘୁଣୀର ପାଦ ଚିହ୍ନକୁ ଲଣ୍ଡେଇହିଲ୍‌ରେ ଠାବ କରିଛନ୍ତି। ତେଣୁ ବାଘଟି ସେଠାରେ ହିଁ ଘୁରି ବୁଲୁଥିବା ଜଣାପଡିଛି। ତେଣୁ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ସନ୍ଧ୍ୟା ହେଲେ ମେଳି ହୋଇ ଯିବାଆସିବା କରୁଛନ୍ତି। ଜଙ୍ଗଲକୁ ଛେଳି ଚରାଇ ନେବାକୁ ମଧ୍ୟ ଭୟ କରୁଛନ୍ତି। ଲୋକଙ୍କ ଭୟ ଦୂର ପାଇଁ ବନ ବିଭାଗ କର୍ମଚାରୀ ବୁଧବାର ଗୁଣ୍ଡିରିବାଡି ଓ ତେନ୍ତୁଳିଆରେ ଡେରା ପକାଇଛନ୍ତି। ୨ ଗ୍ରାମରେ ବୁଧବାର ସନ୍ଧ୍ୟାରେ ଟ୍ରାପ୍‌ କ୍ୟାମେରା ଲଗାଯାଇଛି। ଏନେଇ ରେଞ୍ଜର ଉମାକାନ୍ତ ଦାସଙ୍କ ସହ ଯୋଗାଯୋଗ କରିବାରୁ ସେ ଏଠାରେ କହିଛନ୍ତି ଯେ, ଲୋକେ ଭୟଭୀତ ହୁଅନ୍ତୁ ନାହିଁ। ବନ ବିଭାଗ କର୍ମଚାରୀ ୨୪ ଘଣ୍ଟିଆ ଉକ୍ତ ଦୁଇ ଗ୍ରାମରେ ପାଟ୍ରୋଲିଂ କରୁଛନ୍ତି। ଏଥିସହ ବାଘର ଗତିବିଧି ଉପରେ ନଜର ରଖିଛନ୍ତି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼ରେ ଗର୍ଜନ କରୁଥିଲା ୧୨ ଫୁଟ ଲମ୍ବର ଅହିରାଜ, ଯୁବକ ଦେଖିବା ପରେ…

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୩ ନଂ ଓ୍ବାର୍ଡ ପିଏଚ୍‌ଡି ରୋଡ୍‌ କେନାଲ କଡ଼ ମୋବାଇଲ ଟାଓ୍ବାର ନିକଟରୁ୍‌ ପ୍ରାୟ ୧୨ ଫୁଟ…

ପାଣି ଘେରରେ ତେରେସିଂହା ବସ୍ତି ସ୍କୁଲ-ଅଙ୍ଗନବାଡି କେନ୍ଦ୍ର: ଅସ୍ବାସ୍ଥ୍ୟକର ପରିବେଶରେ ଚାଲିଛି ପାଠପଢା

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକର ତେରେସିଂହା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନାହିଁ ନ ଥିବା ଅସୁବିଧା ଦେଖିବାକୁ ମିଳୁଛି I ବିଦ୍ୟାଳୟ…

ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ଫାଇବର ବୋଝେଇ ପିକ୍‌ଅପ୍‌

ମୋହନା,୭ା୮(ମନ୍ମଥ ମିଶ୍ର): ପୁଣି ଭୀମଦଲି ଘାଟିରେ ଭାରସାମ୍ୟ ହରାଇ ଏକ ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିପଡ଼ିଛି ପିକ୍‌ଅପ୍‌। ଦୁର୍ଘଟଣାରେ ଡ୍ରାଇଭର ଆହତ ହୋଇଥିବା ବେଳେ…

ଗଞ୍ଜାମ ମହାବିଦ୍ୟାଳୟ ୫୮ ତମ ସ୍ବର୍ଣ୍ଣକ୍ଷେତ୍ର ସମାରୋହ: ନୂତନ ସମିଳନୀ କକ୍ଷ ଶୁଭାରମ୍ଭ କଲେ ବିଧାୟକ, ୮ ଛାତ୍ରୀଛାତ୍ରଙ୍କୁ…

ଗଞ୍ଜାମ, ୭।୮(ବିଦ୍ୟାଧର ସାହୁ ): ଗଞ୍ଜାମ କଲେଜକୁ ପୂରିଛି ୫୮ ବର୍ଷ । ଏହି ଅବସରରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ…

ଛାତ୍ରୀଛାତ୍ରଙ୍କୁ ସଫା କରିବାକୁ ଦିଆଯାଉଛି ଘାସ, ଶୌଚାଳୟ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଘେରିଲେ ଅଭିଭାବକ, ବଦଳି ପାଇଁ ଜୋର୍‌ଧରିଲା…

ଛତ୍ରପୁର, ୭।୮(ଦିଲ୍ଲୀପି ସାମଲ /ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌର ପରିଷଦର ଜି. ଏନ. ପାଲମ୍ମା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ଘେରରେ ଚାଲିଛି ପାଠପଢା…

ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଲେ ଶିକ୍ଷକ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ କମିଟି ପକ୍ଷରୁ ଶୁକ୍ରବାର ବିଭିନ୍ନ ଦାବି ନେଇ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟଠାରେ…

କାହିଁକି ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା କରିଥିଲେ ୩ ଅଭିଯୁକ୍ତ? ବଡ଼ ଖୁଲାସା କଲେ…

ଭବାନୀପାଟଣା,୭।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମ କର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ହତ୍ୟା…

ନାହିଁ ଆଧାର କାର୍ଡ: ସରକାରୀ ଯୋଜନାରୁ ବଞ୍ଚିତ ଦିବ୍ୟାଙ୍ଗ ଯୁବତୀ

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):ପ୍ରଶାସନିକ ଅବହେଳା ଓ ପରିଚୟପତ୍ରର ଅଭାବ ଯୋଗୁ ଜଣେ ଦୃଷ୍ଟିବାଧିତ ଦିବ୍ୟାଙ୍ଗ ଯୁବତୀ ବିଭିନ୍ନ ସରକାରୀ ସହାୟତାରୁ ବଞ୍ଚିତ ରହିଥିବା ଘଟଣା ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri