ଗୁମ୍ମା ଅଞ୍ଚଳକୁ ସାନିଟାଇଜ୍‌ କଲା ପ୍ରଶାସନ

ଗୁମ୍ମା,୧୪ା୪: ଗଜପତି ଜିଲାରେ ଏଯାବତ୍‌ କରୋନା ସଂକ୍ରମିତ ଚିହ୍ନଟ ହୋଇ ନ ଥିଲେ ମଧ୍ୟ ଏହାର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ଭୂତାଣୁ କବଳରୁ ରକ୍ଷା ପାଇଁ ମଙ୍ଗଳବାର ଗୁମ୍ମା ବ୍ଲକ୍‌ ପ୍ରଶାସନ ଆନୁକୂଲ୍ୟରେ ଅଗ୍ନିଶମ ବିଭାଗ ପକ୍ଷରୁ ବ୍ଲକ୍‌ ସଦର ସମେତ ବିଭିନ୍ନ ପଞ୍ଚାୟତରେ ବିଶୋଧକ ସିଞ୍ଚନ କରି ସାନିଟାଇଜ୍‌ କରାଯାଇଛି। ସ୍ଥାନୀୟ ପାଇକ ସାହି, ବ୍ଲକ୍‌ କାର୍ଯ୍ୟାଳୟ ପରିସର, କୃଷି କାର୍ଯ୍ୟାଳୟ, ପଞ୍ଚାୟତ, ସେରଙ୍ଗ ଥାନା, ବ୍ୟାଙ୍କ, ମୁଖ୍ୟ ରାସ୍ତା ଏବଂ ଅନ୍ୟ କେତେକ ପଞ୍ଚାୟତ ଅଞ୍ଚଳରେ ବିଶୋଧକ ସିଞ୍ଚନ କରାଯାଇଥିଲା। ସେହିପରି ପିଇଓମାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଗ୍ରାମାଞ୍ଚଳକୁ ସାନିଟାଇଜ୍‌ କରାଯାଇଛି। ଏହି ସମୟରେ ଗୁମ୍ମା ଅତିରିକ୍ତ ତହସିଲଦାର ରାଜେନ୍ଦ୍ର ମାଝି, ବିଡ଼ିଓ ନଟବର ଗରଡା, ପିଇଓ ଏସ୍‌. ରାନାମା ଓ ଅଗ୍ନିଶମ ଅଧିକାରୀ ରାମଚନ୍ଦ୍ର ସେଠୀଙ୍କ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କୁ ଦାବିପତ୍ର ଦେଲେ ସୁନାବେଡ଼ା ଅଭୟାରଣ୍ୟବାସୀ

ନୂଆପଡ଼ା,୧ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ସୁନାବେଡ଼ା ଅଭୟାରଣ୍ୟରେ ବସବାସ କରୁଥିବା ଅଧିବାସୀ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳଙ୍କୁ ଭେଟି ୩…

ପୋଖରୀକୁ ଗାଧୋଇବା ପାଇଁ ଯାଇ ନିଖୋଜ ହୋଇଯାଇଥିଲେ ବ୍ୟକ୍ତି, ଖୋଜାଖୋଜି ପରେ ମିଳିଲା ତାଙ୍କ…

ଦିଗପହଣ୍ଡି,୧।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଲ୍ଲୀ ଗ୍ରାମର ପୋଖରୀରୁ ରବିବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତକ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ଦୋକାନ ତାଲା ଭାଙ୍ଗି ଟଙ୍କା-ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର…

ତମାଖୁ ସେବନଠାରୁ ଦୂରେଇ ରହିବାକୁ ଆହ୍ବାନ: ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ…

ଭଞ୍ଜନଗର,୧।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାଖାରେ ରବିବାର ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏଥିରେ ଶାଖାର ସଂଯୋଜିକା ସନ୍ତୋସିନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri