ଗୁରୁଦିବସରେ ଅଧ୍ୟାପକଙ୍କ କଳାବ୍ୟାଜ୍‌ ପରିଧାନ

ଭଞ୍ଜନଗର,୬।୯(ଡି.ଏନ୍‌.ଏ.)- ବେସରକାରୀ ଅନୁଦାନ ପ୍ରାପ୍ତ ଏବଂ ଅଣ ଅନୁଦାନପ୍ରାପ୍ତ କଲେଜରେ ୧ ଜୁନ୍‌ ୨୦୦୮ ଠାରୁ ୩୦ ନଭେମ୍ବର ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ଅଧ୍ୟାପକ ଓ କର୍ମଚାରୀ ସଂଘ ଭଞ୍ଜନଗର ଶାଖା ପକ୍ଷରୁ ଗୁରୁବାର ଗୁରୁ ଦିବସକୁ କଳା ଦିବସ ଭାବେ ପାଳନ କରାଯାଇଥିଲା। ଏଥିସହ ସଂଘର ସଭ୍ୟାସଭ୍ୟମାନେ ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ କଲେଜ ମୁଖ୍ୟ ଫାଟକ ସମ୍ମୁଖରେ କଳାବ୍ୟାଜ ପରିଧାନ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସଂଘର ଦାବି ହେଲା ତୁରନ୍ତ ସମସ୍ତ ଅଧ୍ୟାପକ କର୍ମଚାରୀଙ୍କୁ ଜିଆଇ ସହ ଅନ୍ୟାନ୍ୟ ସୁବିଧା ସୁଯୋଗ ଦିଆଯାଉ। ବିକ୍ଷୋଭ ସମୟରେ ସଂଘର ଜିଲା ସଂଯୋଜିକା ଅଧ୍ୟାପିକା ସସ୍ମିତା ଦାସ, ଅଧ୍ୟାପିକା ସ୍ମରଣିକା ପାଢ଼ୀ, ଅଧ୍ୟାପକ ବୁଦ୍ଧିନାଥ ବେହେରା, କର୍ମଚାରୀ ନିଶାନ୍ତ ଆଦେନୀ, ଅଜିତ ସାହୁ, ବିକ୍ରମ ବେହେରା, କୈଳାସ ଜେନା, ଅଜୟ ମିଶ୍ର, ସୀତାରାମ ପଣ୍ଡା ପ୍ରମୁଖ ଆନ୍ଦୋଳନରେ ସାମିଲ ଥିଲେ। ଏନେଇ ଜିଲା ସଂଯୋଜିକା ଶ୍ରୀମତୀ ଦାସ ଏଠାରେ କହିଛନ୍ତି ଯେ, ସରକାର କଲେଜ ଗୁଡ଼ିକରେ ଖାଲିଥିବା ପଦବୀ ଗୁଡ଼ିକରେ ନୂଆ ନିଯୁକ୍ତି ଦେଉଛନ୍ତି। ଉଚ୍ଚ ଦରମା ମଧ୍ୟ ସେମାନଙ୍କୁ ପ୍ରଦାନ କରୁଛନ୍ତି। କିନ୍ତୁ ପରିଚାଳନା କମିଟି ଅଧୀନରେ ବହୁବର୍ଷ ଧରି କାର୍ଯ୍ୟ କରୁଥିବା ଅଧ୍ୟାପକ ଓ କର୍ମଚାରୀଙ୍କ କଥା ସରକାର ବିଚାରକୁ ନେଉନାହାନ୍ତି। ଏନେଇ ବିଭିନ୍ନ ସମୟରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇ କେବଳ ପ୍ରତିଶ୍ରୁତି ମିଳିଛି। ଯାହାକୁ ନେଇ କର୍ମଚାରୀମାନଙ୍କ ମଧ୍ୟରେ ଅସନ୍ତୋଷ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେଣୁ କର୍ମଚାରୀମାନେ ବାଧ୍ୟ ହୋଇ ଗୁରୁଦିବସକୁ କଳାଦିବସ ଭାବେ ପାଳନ କରିବା ସହ କଳାବ୍ୟାଜ ପରିଧାନ କରିଥିଲେ। ଆଗାମୀ ଦିନରେ ସରକାର ଏନେଇ କୌଣସି ବିଚାର ନକଲେ ସଂଘ ପକ୍ଷରୁ ଆନ୍ଦୋଳନ କରାଯିବ ବୋଲି ଶ୍ରୀମତୀ ଦାସ ସୂଚନା ଦେଇଛନ୍ତି। ସେହିଭଳି ବିଡ଼ିପୁର କଲେଜରେ ମଧ୍ୟ ଆନ୍ଦୋଳନ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା

ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍‌ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…

ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ...

ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଭୂର୍ଷିପଡ଼ା: ଅନ୍ଧାର ଘେରରେ ୩୦ ଆଦିବାସୀ ପରିବାର

ନୂଆପଡ଼ା,୨ା୧ (ମକାରୁ ବେମାଲ):ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri