ଗୁରୁଦିବସରେ ଶିକ୍ଷୟିତ୍ରୀ,ଶିକ୍ଷକ ସମ୍ବର୍ଦ୍ଧିତ

ଆନନ୍ଦପୁର,୫।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ଫକୀରପୁର ଗୟାଧର ସାହୁ ସ୍ମୃତି ସଂସଦ ଆନୁକୂଲ୍ୟରେ ପବିତ୍ର ଗୁରୁଦିବସ ଅବସରରେ ଆୟୋଜିତ ସମ୍ବର୍ଦ୍ଧନା ଉତ୍ସବରେ ୭ ଜଣ ଶିକ୍ଷୟିତ୍ରୀ/ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ସଂସଦର ସଭାପତି ପୂର୍ଣ୍ଣଚନ୍ଦ୍ର ମଲ୍ଲିକଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ମୁଖ୍ୟବକ୍ତା ଭାବେ ସମାଜ ସଂସ୍କାରକ ଓ ପ୍ରବକ୍ତା ସ୍ବାମୀ ସୁଧାନନ୍ଦ ସରସ୍ବତୀ ଏବଂ ମୁଖ୍ୟ ଅତିଥି ଭାବେ ସମାଜ ସଂସ୍କାରକ ଓ ପ୍ରବକ୍ତା ବୀରେନ୍ଦ୍ର ପଣ୍ଡା ଉପସ୍ଥିତ ଥିଲେ। ସଂସଦ ପକ୍ଷରୁ ଆଧ୍ୟାତ୍ମିକ ପୁସ୍ତକ ରଚୟିତା ଶିକ୍ଷାବିତ୍‌ ସରୋଜ ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ। ସଂସଦର ସମ୍ପାଦକ ଶୈଳେନ୍ଦ୍ର ନାରାୟଣ ସାହୁ ବିବରଣୀ ପାଠ କରିଥିବାବେଳେ କବି ଅନୀଲ ସାହୁ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ସଂସଦ ପକ୍ଷରୁ ବରିଷ୍ଠ ଶିକ୍ଷୟିତ୍ରୀ ଜାନକୀ ମିଶ୍ର, ଶିକ୍ଷକ ନୀଳମଣି ଦାସ, ନୃସିଂହ ଚରଣ ପଟ୍ଟନାୟକ, ଭକ୍ତ ଶେଖର ସା, ନରହରି ରାଉତ, କୃଷ୍ଣଚନ୍ଦ୍ର ମାଝୀ, ଏକାଦଶୀ ନାଥ ପ୍ରମୁଖଙ୍କୁ ଶିକ୍ଷାକ୍ଷେତ୍ରରେ ଅନନ୍ୟ ଅବଦାନ ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା। ସମ୍ବର୍ଦ୍ଧିତ ଶିକ୍ଷୟିତ୍ରୀ ଜାନକୀ ମିଶ୍ର, ଶିକ୍ଷକ ଗୟାଧର ସାହୁ ପ୍ରତିଭା ସମ୍ପର୍କରେ ନିଜସ୍ବ ମତ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?