ଗୁରୁଦେବ ହସ୍‌ପିଟାଲ ସିଲ୍‌ କଲା ପ୍ରଶାସନ

ବ୍ରହ୍ମପୁର ଅଫିସ, ୨୨ା୨-ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବ୍ରହ୍ମନଗରରରେ ଥିବା ଗୁରୁଦେବ ହସ୍‌ପିଟାଲକୁ ଶୁକ୍ରବାର ସନ୍ଧ୍ୟାରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ସିଲ୍‌ କରାଯାଇଛି ।
ହସ୍‌ପିଟାଲ ମାଲିକ କ୍ଲିନିକାଲ ଏଷ୍ଟାବ୍ଲିସ୍‌ମେଣ୍ଟ ସମ୍ପର୍ର୍କିତ କାଗଜପତ୍ର ଦେଇ ନ ପାରି ନ ଥିବାରୁ ମାଜିଷ୍ଟ୍ରେଟ ଭାବେ ବ୍ରହ୍ମପୁର ତହସିଲଦାର ଶିପକ କୁମାର ପାତ୍ରଙ୍କ ଉପସ୍ଥିତିରେ ହସ୍‌ପିଟାଲକୁ ସିଲ୍‌ କରାଯାଇଛି। ଜିଲାପାଳଙ୍କ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ହସ୍‌ପିଟାଲ ବନ୍ଦ ରହିବ ବୋଲି ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ସୂଚନା ଦେଇଛନ୍ତି । ଅନ୍ୟପକ୍ଷରେ ଏଠାରେ ଚିକିତ୍ସିତ ହେଉଥିବା ୧୬ ମହିଳାଙ୍କ ମଧ୍ୟରୁ ଜଣଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟ ୧୫ଜଣଙ୍କ ଅସ୍ତ୍ରୋପଚାର ହୋଇଥିବାରୁ ସପ୍ତାହେ ପର୍ଯ୍ୟନ୍ତ ଗୁରୁଦେବ ହସ୍‌ପିଟାଲରେ ହିଁ ଚିକିତ୍ସା ଚାଲିବ ବୋଲି ଡିଏମଓ ରାଜେନ୍ଦ୍ର କୁମାର ସାହୁ ସୂଚନା ଦେଇଛନ୍ତି ।
୧୫ ଜଣଙ୍କ ମଧ୍ୟରେ ୧୩ ପ୍ରସୂତି ଅଛନ୍ତି। ସପ୍ତାହେ ଧରି ସମ୍ପୃକ୍ତ ଡାକ୍ତର ସେମାନଙ୍କ ଚିକିତ୍ସା କରିବେ ବୋଲି ପ୍ରଶାସନ ତରଫରୁ ସୂଚନା ମିଳିଛି । ଶୁକ୍ରବାର ସିଟି ହସ୍‌ପିଟାଲର ସ୍ତ୍ରୀ ଓ ପ୍ରସୂତି ବିଭାଗ ଡାକ୍ତର ଗୀତାଞ୍ଜଳି ଦାଶ ଓ ମେଡ଼ିକାଲ ଟିମ ରୋଗୀମାନଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ।
ଚିକିତ୍ସା ଅବହେଳାରୁ ଗୁରୁଦେବ ହସ୍‌ପିଟାଲରେ ସୋମବାର ରାତିରେ ଐଶ୍ୱର୍ଯ୍ୟା ସିଂଦେଓଙ୍କ ମୃତ୍ୟୁ ହୋଇଥିବା ଜିଲା ପ୍ରଶାସନ ନିକଟରେ ଅଭିଯୋଗ ହୋଇଥିଲା । ଉକ୍ତ ହସ୍‌ପିଟାଲଟି କ୍ଲିନିକାଲି ଏଷ୍ଟାବ୍ଲିସ୍‌ମେଣ୍ଟ ଆକ୍ଟ ଅନୁସାରେ ସମସ୍ତ ସର୍ତ୍ତାବଳୀ ପୂରଣ କରିଛି କି ନାହିଁ, ନିୟମ ଅନୁସାରେ ପଞ୍ଜୀକରଣ, ବର୍ଜ୍ୟବସ୍ତୁ ପରିଚାଳନା ଓ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଠିକ ଭାବେ ପାଳନ କରାଯାଉଛି କି ନାହିଁ ତାହାର ପ୍ରଶାସନିକ ତଦନ୍ତ କରିବାକୁ ଜିଲାପାଳ ଗତ ୧୯ ତାରିଖରେ ନିର୍ଦ୍ଦେଶ ଦେଇଥିଲେ ା ପ୍ରଶାସନର ମିଳିତ ଟିମ ଯାଞ୍ଚ କରି ଜବତ କରିଥିବା କାଗଜପତ୍ରଗୁଡ଼ିକ ଜିଲାପାଳଙ୍କ ନିକଟକୁ ପଠାଇଥିଲା। ଗୁରୁଦେବ ହସପିଟାଲ କଳ୍ପନା ବରାଳଙ୍କ ନାମରେ ପଞ୍ଜୀକୃତ ହୋଇଛି, ହେଲେ ତାହା ଅନ୍ୟମାନଙ୍କ ଦ୍ୱାରା ପରିଚାଳିତ ହେଉଥିବା ଜଣାପଡିିଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri