ଗୁରୁଦ୍ୱାରା ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା:ହତ୍ୟା ମାମଲା ରୁଜୁ, ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ଖାରବେଳନଗର ଥାନା ନିକଟ ଗୁରୁଦ୍ୱାରା ପରିସରରୁ ଗୁରୁବାର ସୁବାସ ନାୟକ ନାମକ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା। ମୃତଦେହ ଉଦ୍ଧାର ସମୟରେ ତାଙ୍କ ଗୁପ୍ତାଙ୍ଗରୁ ରକ୍ତ ବାହାରୁଥିଲା, ଯାହାକୁ ନେଇ ସୁବାସଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଥିଲେ। ଏହି ଘଟଣା ପରେ ଗୁରୁଦ୍ୱାରା ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ଥାନୀୟ ବସ୍ତିବାସିନ୍ଦା କ୍ଷତିପୂରଣ ଦାବିରେ ଗୁରୁଦ୍ୱାରାରେ ଭଙ୍ଗାରୁଜା କରିବା ସହ ରାସ୍ତାରୋକୋ କରିଥିଲେ। ଏହି ଘଟଣାକୁ ନେଇ ପୋଲିସ ପ୍ରଥମେ ଅପମୃତ୍ୟୁ ମାମଲା ରୁଜୁ କରିଥିଲା। ତେବେ ଶୁକ୍ରବାର ପୋଲିସ ଉପରେ ଚାପ ବଢିବାରୁ ଶେଷରେ ହତ୍ୟା ମାମଲା (ନଂ-୧୪୮/୧୯) ରୁଜୁ କରି ତଦନ୍ତ ଚଳାଇଛି। ତେବେ ସୁବାସଙ୍କ ଦେହ କିମ୍ବା ଗୁପ୍ତାଙ୍ଗରେ କୌଣସି କ୍ଷତଚିହ୍ନ ନାହିଁ, ତେଣୁ ରକ୍ତ କେଉଁଠୁ ବାହାରିଲା ତାହାକୁ ନେଇ ପୋଲିସ ତଦନ୍ତ କରୁଛି। ଆତ୍ମହତ୍ୟା ପରେ ମଳଦ୍ୱାରରୁ ରକ୍ତ ବାହାରିଥାଏ। ଏହି ମାମଲାରେ ସେଭଳି ହୋଇଥାଇପାରେ ବୋଲି ପୋଲିସ ଅନୁମାନ କରୁଛି। ମାତ୍ର ବ୍ୟବଚ୍ଛେଦ ରିପୋର୍ଟ ଉପରେ ତଦନ୍ତ ପ୍ରକ୍ର୍ରିୟା ଆଗେଇବ। ତେଣୁ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରିଛି ପୋଲିସ।
ଶୁକ୍ରବାର ସକାଳେ ପୋଲିସ ଗୁରୁଦ୍ୱାରାକୁ ଯାଇ ସେଠାରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ପଚରାଉଚରା କରିଛି। ସୁବାସଙ୍କର ଅନ୍ୟ କାହା ସହିତ ଶତ୍ରୁତା କିମ୍ବା କୌଣସି ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ରହିଥିଲା କି ନାହିଁ ଆଦି ବିଭିନ୍ନ ଦିଗକୁ ନେଇ ଗୁରୁଦ୍ୱାରା କର୍ମଚାରୀଙ୍କୁ ଜେରା କରାଯାଇଛି। ହେଲେ ସେଭଳି କିଛି ସୂଚନା ମିଳି ନ ଥିବା ପୋଲିସ କହିଛି। ଅନ୍ୟପଟେ କ୍ୟାପିଟାଲ ହସ୍ପିଟାଲରେ ସୁବାସଙ୍କ ମୃତଦେହକୁ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ସୁବାସଙ୍କ ପରିବାରବର୍ଗଙ୍କ ଦାବି ମୁତାବକ କ୍ଷତିପୂରଣ ଦେବାକୁ ଗୁରୁଦ୍ୱାରା କର୍ତ୍ତୃପକ୍ଷ ରାଜି ହୋଇଛନ୍ତି। ତାଙ୍କ ପରିବାର ଲୋକଙ୍କୁ ୫ଲକ୍ଷ ଟଙ୍କା ପ୍ରଦାନ ନିମନ୍ତେ ପ୍ରତିଶ୍ରୁତି ଦିଆଯାଇଛି।
ସୂଚନାଯୋଗ୍ୟ, ସୁବାସଙ୍କ ବାପା ୧୨ବର୍ଷ ହେବ ଉକ୍ତ ଗୁରୁଦ୍ୱାରାରେ କାମ କରନ୍ତି। ସେ ସୁବାସଙ୍କୁ ଆଣି ସେଠାରେ କାମରେ ରଖାଇଥିଲେ। ସୁବାସ ଅନେକ ସମୟରେ ଘରକୁ ନ ଆସି ସେଠାରେ ରାତିରେ ରହିଯାଆନ୍ତି। ସବୁଦିନ ପରି ଗୁରୁବାର ସେ କାମ କରିବାକୁ ଗୁରୁଦ୍ୱାରା ଯାଇଥିଲେ। ହେଲେ ଅପରାହ୍ନରେ ଘରକୁ ଫେରି ନ ଥିଲେ। ପରିବାର ଲୋକଙ୍କ ସନ୍ଦେହ ହେବାରୁ ସେମାନେ ଗୁରୁଦ୍ୱାରା ଯାଇ ଖୋଜାଖୋଜି କରିଥିଲେ। ଗୁରୁଦ୍ୱାରା ପରିସରରେ ଥିବା ହୋମିଓପାଥିକ କ୍ଲିନିକ୍‌ର ପ୍ରଥମ ମହଲାରୁ ସୁବାସଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଥିଲା। ବେକରେ କପଡ଼ା ବାନ୍ଧି ଫ୍ୟାନରେ ଝୁଲୁଥିବାବେଳେ ଗୁପ୍ତାଙ୍ଗରୁ ପ୍ରବଳ ରକ୍ତସ୍ରାବ ହୋଇଥିଲା। ତେଣୁ ଏହା ହତ୍ୟା ବୋଲି ପରିବାର ଲୋକେ ଅଭିିଯୋଗ ଆଣି ତଦନ୍ତ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri