ଗୁରୁବେଡା ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା: ତଦନ୍ତ କଲେ ଆଡିସନାଲ ପିସିସିଏଫ

କେନ୍ଦୁଝର, ଯୋଡା ୧୫।୬(ସ୍ବ.ପ୍ର.)/(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡା ସେକ୍ସନର ଗୁରୁବେଡା ଗ୍ରାମ ପାଖ ବୈତରଣୀ (ଖ) ସଂରକ୍ଷିତ ଜଙ୍ଗଲରେ ରବିବାର ୨ହାତୀଙ୍କ ମୃତଦେହ ଠାବ କରାଯାଇଥିଲା। ସୋମବାର ପୂର୍ବାହ୍ନରେ ବନବିଭାଗର ଆଡିସନାଲ ପିସିସିଏଫ (ଓଇଲ୍ଡ ଲାଇଫ ) ଶଶୀ ପଲ, ରାଉରକେଲା ଆରସିସିଏଫ ଭଞ୍ଜ କିଶୋର ସ୍ବାଇଁ, କେନ୍ଦୁଝର ଡିଏଫଓ ସନ୍ତୋଷ ଯୋଶୀ ଘଟଣାସ୍ଥଳ ପରିଦର୍ଶନ କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି। ଶିକାରୀଙ୍କ ଦ୍ୱାରା ବିଛାଇଥିବା ୧୧ କେ.ଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଉଭୟ ହାତୀଙ୍କ ମୃତ୍ୟୁ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ସେହିପରି ହାତୀର ମୃତଦେହ ନିକଟରୁ କିଛି ରଡ, ବାଇଣ୍ଡିଂ ତାର ଓ ଇଂସୁଲେଟର ମିଳିଥିବା ବନବିଭାଗ କହିଛି। ହାତୀ ମୃତଦେହ ପଡିଥିବା ସ୍ଥାନଠାରୁ ୫୦ ମିଟର ଦୂର ରାସ୍ତା କଡରେ ଯାଇଥିବା ୧୧ କେ.ଭି ବିଦ୍ୟୁତ୍‌ ଖୁଣ୍ଟର ତାର ସହ ବାଇଣ୍ଡିଂ ତାରକୁ ସଂଯୋଗ କରିଥିଲେ। ଫଳରେ ହାତୀ ସେହି ବାଟଦେଇ ଯିବାବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ପ୍ରାଣ ହରାଇଥିବା ବନବିଭାଗ ଅନୁମାନ କରୁଛି। ଖୁବଶୀଘ୍ର ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ ବୋଲି ଆଡିସନାଲ ପିସିସିଏଫ ଶଶୀ ପଲ କହିଛନ୍ତି। ଅନ୍ୟପଟେ ପ୍ରାଣୀ ଚିକିତ୍ସକ ମୃତହାତୀଙ୍କ ବ୍ୟବଚ୍ଛେଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୬ ଘଣ୍ଟା ଜାତୀୟ ରାଜପଥ…

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri