ଗୁରୁ ଦକ୍ଷିଣା ପାଇଁ ନିଜ ଆଙ୍ଗୁଠି କାଟିଥିଲେ ଏକଲବ୍ୟ

ସମଗ୍ର ଦେଶରେ ଗୁରୁବାର ଗୁରୁ ଦିବସ ବହୁ ଧୁମ୍‌ଧାମ୍‌ରେ ପାଳନ କରାଯାଇଛି। ସ୍କୁଲ, କଲେଜର ଛାତ୍ରୀଛାତ୍ରମାନେ ଏହି ଉପଲକ୍ଷେ ନିଜ ଗୁରୁଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ସେପ୍ଟେମ୍ବର ୫ ଜନ୍ମଦିନ ଅବସରରେ ପ୍ରତିବର୍ଷ ଗୁରୁ ଦିବସ ପାଳନ କରାଯାଏ। ଭାରତ ବର୍ଷରେ କାହିଁ କେତେ କାଳରୁ ଗୁରୁ ଶିଷ୍ୟ ପରମ୍ପରା ରହିଆସିଛି। ଆମ ଜୀବନରେ ଗୁରୁଙ୍କ କେତେ ମହତ୍ତ୍ୱ ରହିଛି ତାହା ବେଶ୍‌ ସମସ୍ତଙ୍କୁ ଜଣା। ଜନ୍ମଦାତ୍ରୀ ମା’ ପ୍ରତ୍ୟେକ ପିଲାର ପ୍ରଥମ ଗୁରୁ ହୋଇଥିବା ବେଳେ ଅଜ୍ଞାନର ଅନ୍ଧକାରକୁ ଦୂର କରି ଆଲୋକ ଦେଇଥାନ୍ତି ଶିକ୍ଷୟିତ୍ରୀ ଓ ଶିକ୍ଷକ। ପ୍ରତି ମୁହୂର୍ତ୍ତରେ ଜୀବନରେ ଆସୁଥିବା ଝଡ଼ଝଞ୍ଜାକୁ କିଭଳି ମୁକାବିଲା କରାଯାଇ ପାରିବ ସେନେଇ ଆମକୁ ସେମାନେ ପ୍ରସ୍ତୁତ କରିଥାନ୍ତି। ଯେତେବେଳେ ଗୁରୁ ଶିଷ୍ୟଙ୍କ କଥା ଆଲୋଚନା ହୁଏ ସେତେବେଳେ ଗୁରୁ ଦ୍ରୋଣାଚାର୍ଯ୍ୟ ଓ ଏକଲବ୍ୟଙ୍କ କଥା ମନକୁ ଆସେ। ସେମାନଙ୍କର କାହାଣୀ ଏକ ରୋଚକ ହୋଇ ରହିଛି। କିପରି ସେ ଗୁରୁ ଦ୍ରୋଣଙ୍କୁ ଗୁରୁ ଦକ୍ଷିଣାରେ ନିଜ ଆଙ୍ଗୁଠିକୁ କାଟି ଦେଇଥିଲେ ସେ କାହାଣୀ ଆଜି ବି ସମସ୍ତଙ୍କ ମନେ ରହିଛି। ପ୍ରାଚୀନ କାଳରେ ବିଦ୍ୟାର୍ଥୀଙ୍କୁ ଶିକ୍ଷା ଗ୍ରହଣ କରିବା ପାଇଁ ଗୁରୁଙ୍କ ସହ ଆଶ୍ରମରେ ରହିବାକୁ ପଡ଼ୁଥିଲା। ସେହି ସମୟରେ ବ୍ରାହ୍ମଣ ଓ କ୍ଷତ୍ରିୟଙ୍କ ଛଡ଼ା ଆଉ କାହାକୁ ଶିକ୍ଷା ଦିଆଯାଉ ନ ଥିଲା। ଏକଦା ଶୃଙ୍ଗବେରପୁରରେ ନିଷାଦରାଜ ହିରଣ୍ୟଧନୁଙ୍କ ରାଣୀ ସୁଲେଖା ଏକ ପୁତ୍ର ସନ୍ତାନକୁ ଜନ୍ମଦେଇଥିଲେ। ଏହାପରେ ତାଙ୍କର ନାମକରଣ କରାଯାଇ ଅଭିଦ୍ୟୁମ୍ନ ନାମିତ କରାଯାଇଥିଲା। ଛୋଟବେଳେ ତାଙ୍କୁ ଅଭୟ ବୋଲି ସମସ୍ତେ ଡାକୁଥିଲେ। ଯେତେବେଳେ ସେ ଶିକ୍ଷା ଲାଭ କରିବା ପାଇଁ ଗୁରୁକୁଳ ଆସିଥିଲେ ସେତେବେଳେ ଅସ୍ତ୍ରଶସ୍ତ୍ର ବିଦ୍ୟାରେ ତାଙ୍କର ନିଷ୍ଠା ଓ ଏକାଗ୍ରତାକୁ ଦେଖି ଗୁରୁ ଏକଲବ୍ୟ ନାମରେ ସମ୍ବୋଧିତ କରିଥିଲେ। ଏହାପରେ ଧନୁର୍ବିଦ୍ୟାରେ ଉଚ୍ଚଶିକ୍ଷା ପାଇଁ ଏକଲବ୍ୟ ଗୁରୁ ଦ୍ରୋଣଙ୍କ ପାଖକୁ ଯିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସେ କେବଳ ବ୍ରାହ୍ମଣ ଓ କ୍ଷତ୍ରିୟଙ୍କୁ ଶିକ୍ଷାଦାନ କରୁଥିଲେ। କିନ୍ତୁ ଏକଲବ୍ୟ ଏହା ଜାଣି ମଧ୍ୟ ଧନୁର୍ବିଦ୍ୟା ଶିକ୍ଷା ଲାଭ କରିବା ପାଇଁ ଗୁରୁ ଦ୍ରୋଣଙ୍କୁ ନିଜ କଳାରେ ପ୍ରଭାବିତ କରିବାକୁ ଯାଇଥିଲେ। ହେଲେ ଏଭଳି କିଛି ହୋଇ ନ ଥିଲା ବରଂ ଦ୍ରୋଣ ତାଙ୍କୁ ଅପମାନିତ କରି ଆଶ୍ରମରୁ ବାହାର କରିଦେଇଥିଲେ। ଏହାପରେ ଜଙ୍ଗଲରେ ସେ ଦ୍ରୋଣଙ୍କ ପ୍ରତିମା ରଖି ଧନୁର୍ବିଦ୍ୟା ଅଭ୍ୟାସ କରି ନିଜ ଲକ୍ଷ୍ୟସ୍ଥଳରେ ପହଞ୍ଚିଥିଲେ। ଦିନେ ଦ୍ରୋଣାଚାର୍ଯ୍ୟ ଜଙ୍ଗଲରେ ବୁଲୁଥିବା ସମୟରେ ଏକଲବ୍ୟଙ୍କ ଧନୁର୍ବିଦ୍ୟାରେ ପାରଙ୍ଗମ ଦେଖି ତାଙ୍କ ଗୁରୁଙ୍କ ବିଷୟରେ ଜାଣିବାକୁ ଜିଜ୍ଞାସା କରିଥିଲେ। ହେଲେ ପ୍ରତିମାରେ ନିଜ ଛବିକୁ ଦେଖି ଏକଲବ୍ୟଙ୍କୁ ସେ ଗୁରୁ ଦକ୍ଷିଣା ମାଗିଥିଲେ। ତାଙ୍କୁ ଦେବା ପାଇଁ ଏକଲବ୍ୟଙ୍କ ପାଖରେ କିଛି ନ ଥିବାରୁ ଦ୍ରୋଣ ତାଙ୍କର ଆଙ୍ଗୁଠି ଦେବାକୁ କହିଥିଲେ। କାରଣ ପୂର୍ବରୁ ଅର୍ଜୁନଙ୍କୁ ସର୍ବଶ୍ରେଷ୍ଠ ଧନୁର୍ଦ୍ଧର କରିବାକୁ ଦେଇଥିବା ପ୍ରତିଶ୍ରୁତି ତାଙ୍କର ମିଥ୍ୟାରେ ପାଲଟି ଯାଇଥାନ୍ତା। ତେବେ ଏକଲବ୍ୟ ମଧ୍ୟ ନିଜ ଆଙ୍ଗୁଠି କାଟି ଗୁରୁଙ୍କୁ ସମର୍ପି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ

ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ

ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍‌ ବୋଲି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri