ଗୁରୁ ଶିଷ୍ୟ ସମ୍ପର୍କ ନିବିଡ଼ ହେଉ

ବଇଣ୍ଡା,୨୦।୭(ଡି.ଏନ.ଏ.): ଶିଶୁଙ୍କୁ ଭଲ ମଣିଷ କରିବା ପାଇଁ ଶିକ୍ଷକ ସମାଜର ଭୂମିକା ଅଧିକ ଗୁରୁତ୍ୱପୂର୍ଣ୍ଣ। ସବୁବେଳେ ଗୁରୁଙ୍କୁ ସମ୍ମାନ ଦିଆଯାଉ। ଗୁରୁ-ଶିଷ୍ୟ ସମ୍ପର୍କ ନିବିଡ଼ ହେଲେ ଶିଶୁର ଭବିଷ୍ୟତ ଉକଳ ହେବ ବୋଲି ଶନିବାର କିଶୋରନଗର ବ୍ଲକ କିଶୋରନଗର ହାଇସ୍କୁଲର ୬୨ ତମ ପ୍ରତିଷ୍ଠା ଦିବସରେ ଯୋଗଦେଇଥିବା ଅତିଥିମାନେ ଏହା କହିଛନ୍ତି। ପୁରାତନ ଛାତ୍ର ସଂସଦ ସଭାପତି ପ୍ରଫେସର ଅନିଲ କୁମାର ପ୍ରଧାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଦିବସରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ ଗଣିତଜ୍ଞ ପ୍ରଫେସର ଚନ୍ଦ୍ର କିଶୋର ମହାପତ୍ର, ସମ୍ମାନିତ ଅତିଥି ଭାବେ ଶିକ୍ଷାବିତ୍‌ ପିତାମ୍ବର ବିଶ୍ୱାଳ, ଡଃ ନନ୍ଦ କିଶୋର ମହାକୁଡ଼, କିଶୋରନଗର ବ୍ଲକ ଅଧ୍ୟକ୍ଷା ବବିତା ପ୍ରଧାନ, ଜିଲା ପରିଷଦ ସଦସ୍ୟ ଅର୍ଜୁନ ପାଣ୍ଡେ, ପ୍ରଧାନ ଶିକ୍ଷକ ସତ୍ୟନାରାୟଣ ମିଶ୍ର, ଡ. ଅଲେଖ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ। ପ୍ରିୟରଞ୍ଜନ ବିଶ୍ୱାଳ ଅତିଥି ପରିଚୟ ପ୍ରଦାନ କରିଥିଲେ। ଦେବରାଜ ପ୍ରଧାନ ବୀବରଣୀ ପାଠ କରିଥିଲେ। ସଂଗ୍ରାମ କେଶର ପୃଷ୍ଟି କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ସୁଧୀରଞ୍ଜନ ପ୍ରଧାନଙ୍କ ତତ୍ୱାବଧାନରେ ପୁରସ୍କାର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପୂର୍ବରୁ ବିଭିନ୍ନ ପ୍ରତିଯୋଗିତାରେ କୃତୀତ୍ୱ ଅର୍ଜନ କରିଥିବା ଛାତ୍ରୀଛାତ୍ରଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଛାତ୍ରୀ ସ୍ମୃତିଶିଖା ସାହଙ୍କୁ ବିଜୟ ଦେହୁରୀ ସ୍ମୃତି ସମ୍ମାନ ଓ ଡାକ୍ତର ଛାତ୍ର ଲିଙ୍କନ ସାହୁଙ୍କୁ ପ୍ରତିଭା ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଛି। ରଞ୍ଜିତ ସାହୁ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର…

NEET ପେପର ଲିକ୍ ନେଇ NTAରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ, ୪୭ ଅଧିକାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ଏବଂ ଦେଶବ୍ୟାପୀ ପ୍ରଦର୍ଶନ ମଧ୍ୟରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରେ ବ୍ୟାପକ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଏକ…

ଜାତୀୟ ରାଜନୀତିରେ ହଲଚଲ: ଆଜି ରାତି ୮ଟାରେ ବଡ଼ ଘୋଷଣା କରିବେ ସରକାର…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ପରେ କକରୋଚ ଜନତା ପାର୍ଟି (CJP) ର ପ୍ରତିବାଦ ଏବଂ ଜେନ୍-ଜି (Gen-Z) ଙ୍କ ଆନ୍ଦୋଳନ ପରେ କେନ୍ଦ୍ର ସରକାର ଆଲର୍ଟ…

CJPକୁ ସମର୍ଥନ କରି ଚାକିରି ଛାଡିଲେ ଉତ୍ତରାଖଣ୍ଡ ପୋଲିସ! ଆନ୍ଦୋଳନକୁ ନେଇ କଲେ ବଡ଼ ଖୁଲାସା,ଦେଶରେ ଚହଳ…

ନୂଆଦିଲ୍ଲୀ,୨୪।୭: CJP ମଞ୍ଚ ଏହାର ଚାଲିଥିବା ପ୍ରତିବାଦ ଯୋଗୁଁ ଦେଶବ୍ୟାପୀ ଦୃଷ୍ଟି ଆକର୍ଷଣ କରିଛି। ଏବେ, ସେଠାରେ ଏକ ଘଟଣା ଘଟିଛି ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ…

ମନ୍ତ୍ରୀଙ୍କୁ ପରାମର୍ଶ ଦେଲେ ମୋଦି, Gen-Z ଙ୍କ ସହ ମିଶିବା ପାଇଁ Insta ଖୋଲନ୍ତୁ…

ନୂଆଦିଲ୍ଲୀ,୨୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ମନ୍ତ୍ରୀମାନଙ୍କୁ ଜେନ୍-ଜି (Gen-Z) ବା ଆଜିକାଲିର ଯୁବବର୍ଗଙ୍କ ସହ ଯୋଡ଼ିହେବା ପାଇଁ ଇନ୍‌ଷ୍ଟାଗ୍ରାମ୍ (Instagram) ବ୍ୟବହାର କରିବାକୁ ପରାମର୍ଶ ଦେଇଛନ୍ତି।…

କ୍ୟାବିନେଟ ମିଟିଂ ପରେ ଧର୍ମେନ୍ଦ୍ରଙ୍କୁ ନେଇ ଆସିଲା ବଡ଼ ଖବର, ଇସ୍ତଫା…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ।…

କ୍ୟାବିନେଟ ବୈଠକ ପରେ ଅଶ୍ୱିନୀ ବୈଷ୍ଣବଙ୍କ ସାମ୍ବାଦିକ ସମ୍ମିଳନୀ: କହିଲେ ଠକ ମାଫିଆଙ୍କ ବିରୋଧରେ କଠୋର ଆଇନ ପ୍ରଣୟନ କରାଯିବ

ନୂଆଦିଲ୍ଲୀ,୨୪।୭: କ୍ୟାବିନେଟ ବୈଠକ ପରେ, କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପେପର ଲିକ ପ୍ରସଙ୍ଗରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ଯେ ଏହି ବିପଦର ମୁକାବିଲା ପାଇଁ…

ବାଂଲାଦେଶକୁ ବଡ଼ ଝଟକା, ଇସ୍ତଫା ଦେଲେ ରାଷ୍ଟ୍ରପତି

ଢାକା,୨୪।୭: ବାଂଲାଦେଶ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ୨୪ ଜୁଲାଇ, ୨୦୨୬ରେ ସମ୍ବିଧାନର ଧାରା ୫୦(୩) ଅନୁଯାୟୀ ସଂସଦର ବାଚସ୍ପତିଙ୍କୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri