ଗୁଳିକାଣ୍ଡରେ ଯୁବକଙ୍କ ମୃତ୍ୟୁ ଘଟଣା, ୨ ଗିରଫ

ବୁଗୁଡ଼ା,୨୬ା୪(ଡି.ଏନ.ଏ.)-ବୁଗୁଡ଼ା ଥାନା ଅନ୍ତର୍ଗତ କଇମ ନିକଟସ୍ଥ କୁବେରେଶ୍ୱର ମନ୍ଦିରରେ ଏପ୍ରିଲ୍‌ ୪ରେ ଗୁଳିମାଡରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା। ବୁଗୁଡ଼ା ପୋଲିସ ଶନିବାର ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଦୁଇଜଣ ହେଲେ ବୁଗୁଡ଼ାର ଧନୁ ସାହୁ ଓ ଭଗବାନ ସାହୁ। ତେବେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଜଗତପାଟଣା ଗ୍ରାମର ଅର୍ଜୁନ କର ଏବେବି ଫେରାର ଅଛନ୍ତି। ଏନେଇ ବୁଗୁଡ଼ା ଥାନାରେ ନଂ.୮୪/୨୦ରେ ଏକ ମାମଲା ରୁଜୁ ହୋଇଥିଲା। ପ୍ରକାଶ ଯେ ଏପ୍ରିଲ ୨ରୁ ନୟାଗଡ଼ ଜିଲା କଳାପଥର ଅନ୍ତର୍ଗତ ମାଣିକଗଡ଼ର ରଞ୍ଜନ କୁମାର ଦଳେଇ ଓ ତାଙ୍କ ଦୁଇଜଣ ସହଯୋଗୀ ଅର୍ଜୁନ କରଙ୍କ ଘରେ ରହୁଥିଲେ। ଅର୍ଜୁନଙ୍କ ଭଣଜା ଡ୍ରଗ୍ସ କାରବାରରେ ଗିରଫ ହୋଇ ଜେଲରେ ଥିବାବେଳେ ପୋଲିସକୁ ରଞ୍ଜନ ଭଣଜାକୁ ଧରାଇବାରେ ହାତ ଥିବା ସନ୍ଦେହ କରି ଅର୍ଜୁନ ଯୋଜନା ମୁତାବକ ବାଇକରେ ରଞ୍ଜନଙ୍କୁ କୁବେରେଶ୍ୱର ମନ୍ଦିର ନିକଟକୁ ନେଇଥିଲେ। ସେଠାକୁ ଫୋନ କଲ ପାଇ ଧନୁ ଓ ଭଗବାନ ମଧ୍ୟ ଯାଇଥିଲେ। ମନ୍ଦିରରେ ପ୍ରମାଣ କରିବାକୁ ନେଇ ରଞ୍ଜନ ଓ ଅର୍ଜୁନଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଶେଷରେ ରାଗିଯାଇ ଅର୍ଜୁନ ପିସ୍ତଲ ବାହାର କରି ରଞ୍ଜନଙ୍କୁ ଗୁଳି କରି ଫେରାର ହୋଇଯାଇଥିଲେ। କଟକ ବଡ ମେଡିକାଲରେ ଚିକିତ୍ସା ଚାଲିଥିବାବେଳେ ରଞ୍ଜନଙ୍କ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri