ଗୁହାଳ ନିର୍ମାଣ ବିଲ୍‌ ପାଉନାହାନ୍ତି ହିତାଧିକାରୀ

ଯାଜପୁର ଅଫିସ,୧୬ା୯:ମହାମତ୍ା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମଜିଏନ୍‌ଆରଇଜିଏସ୍‌)ରେ ହିତାଧିକାରୀଙ୍କୁ ବର୍ଷକୁ ୧୦୦ଦିନର କାମ ଯୋଗାଇ ଦେବାକୁ ନିର୍ଦ୍ଧାରଣ କରାଯାଇଛି। କିନ୍ତୁ କେତେକ କ୍ଷେତ୍ରରେ ସରକାରୀ ଅଧିକାରୀଙ୍କ ଆନ୍ତରିକତାର ଅଭାବ ଯୋଗୁଁ ହିତାଧିକାରୀମାନେ ନାନା ସମସ୍ୟାରେ ସମ୍ମୁଖିନ ହେବା ସହିତ ମାନସିକ ଚାପରେ ରହୁଛନ୍ତି ା ଯାହାର ଏକ ନିଚ୍ଛକ ଉଦାହରଣ ଦେଖିବାକୁ ମିଳୁଛି ଦଶରଥପୁର ବ୍ଲକ ଅଧୀନ ଚମ୍ପେଇପାଳ ପଞ୍ଚାୟତ ତରାଙ୍ଗ ସାଗରପୁର ଗ୍ରାମରେ। ଅଭିଯୋଗ ଅନୁଯାୟୀ, ଏହି ଗ୍ରାମର ଦଳିତ ବିଧବା ମହିଳା ସ୍ମିତା ଦାସ ୧୬ା୭ା୨୦୨୦ ରେ ଏମ୍‌ଜିଏନଆରଇଜିଏସ୍‌ ଯୋଜନାରେ ଗୁହାଳ ନିର୍ମାଣ ନିମନ୍ତେ କାର୍ଯ୍ୟାଦେଶ ପାଇଥିଲେ। ସେ ନିର୍ଦ୍ଧାରିତ ସମୟ ମଧ୍ୟରେ ଧାରକରଜ କରି ୧୮ା୮ା୨୦୨୦ରେ କାମ ଶେଷ କରିଥିଲେ। ଏହି କାର୍ଯ୍ୟରେ ୧ ଲକ୍ଷ ୧୩ ହଜାର ଟଙ୍କାର ବ୍ୟୟ ବରାଦ ହୋଇଥିବାବେଳେ ସେ ମାତ୍ର ୪୮ ହଜାର ଟଙ୍କା ଏକାଧିକ କିସ୍ତିରେ ପାଇଛନ୍ତି। ବଳକା ଟଙ୍କା ପାଇଁ ସରପଞ୍ଚଙ୍କ ଠାରୁ ଆରମ୍ଭ କରି ଯନ୍ତ୍ରୀ ଓ ବିଡିିଓଙ୍କ ନିକଟକୁ ବାରମ୍ବାର ଧାଇଁଥିଲେ ମଧ୍ୟ ବଳକା ଅର୍ଥ ପାଇବାକୁ ସକ୍ଷମ ହୋଇପାରି ନାହାନ୍ତି। ତେଣୁ ବାରମ୍ବାର ଧାରା ଆଣିଥିବା ଲୋକଙ୍କ ତାଗିଦା ଓ ଚାପରେ ସମ୍ମୁଖୀନ ହୋଇ ସ୍ମିତା ଗୁରୁବାର ଏ ସମ୍ପର୍କରେ ଦଶରଥପୁର ବିଡିଓଙ୍କୁ ନିଜର ଅଭିଯୋଗ ଜଣାଇବାକୁ ଆସିଥିଲେ। ପ୍ରସାଶନ ତୁରନ୍ତ ତାଙ୍କର ପ୍ରାପ୍ୟ ନ ଦେଲେ ସେ ବାଧ୍ୟହୋଇ ଆମତ୍ହୂତି ଦେବେ ବୋଲି ସେ ବିଡିଓଙ୍କୁ ଲିଖିତ ଭାବରେ ଜଣାଇଛନ୍ତି। ଫାଇନାଲ ବିଲ କରିବାକୁ ସେ ଲାଞ୍ଚ ଦେବାରେ ଅକ୍ଷମ ହୋଇଥିବାରୁ ଏଭଳି ଦୁର୍ଦ୍ଦଶାର ସମ୍ମୁଖୀନ ହେଉଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri