ଗେଷ୍ଟ ହାଉସରେ ସେକ୍ସ ର଼୍ୟାକେଟ, ୨ ଗିରଫ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ବରମୁଣ୍ଡା ବସ୍‌ଷ୍ଟାଣ୍ଡ୍‌ ନିକଟ ଏକ ଗେଷ୍ଟ ହାଉସରେ ସେକ୍ସ କାରବାର ଚାଲିଥିଲା। ଏ ସମ୍ପର୍କରେ ସୂଚନା ମିଳିବା ପରେ ମଙ୍ଗଳବାର ଖଣ୍ଡଗିରି ଥାନା ପୋଲିସ ଅଚାନକ ଚଢ଼ାଉ କରି ୨ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏହାସହ ୩ ବଙ୍ଗୀୟ ଯୁବତୀଙ୍କୁ ଉଦ୍ଧାର କରିଛି। ଗିରଫ ଦୁଇଜଣ ହେଲେ ଗେଷ୍ଟ ହାଉସ ମାଲିକ ପୁରୀ ଜିଲା କାକଟପୁର ଅଞ୍ଚଳର ସଞ୍ଜୟ କୁମାର ବେହେରା ଓ ପଶ୍ଚିମବଙ୍ଗ ମେଦିନାପୁର ଅଞ୍ଚଳର ଗ୍ରାହକ ରଞ୍ଜନ କୁମାର ଜେନା। ଉଦ୍ଧାର ୩ ଯୁବତୀଙ୍କୁ ଡାକ୍ତରୀ ମାଇନା କରାଯିବା ପରେ ଶର୍ଟ ଷ୍ଟେ’ ହୋମ୍‌କୁ ପଠାଇ ଦିଆଯାଇଛି।
ସୂଚନା ମୁତାବକ, ଉକ୍ତ ଗେଷ୍ଟ ହାଉସର ମାଲିକ ସମେତ ଏକ ଦଲାଲ ଦୀର୍ଘଦିନ ହେବ ଯୁବତୀଙ୍କୁ ଆଣି ଦେହ ବେପାର କରୁଥିଲେ। ବିଶେଷ ସୂତ୍ରରୁ ପୋଲିସ ଖବରପାଇ ଗେଷ୍ଟ ହାଉସ୍‌ ଉପରେ ଚଢ଼ାଉ କରି ଅସଂଯତ ଅବସ୍ଥାରେ ରଞ୍ଜନଙ୍କୁ ଧରିଥିଲା। ପୋଲିସ ଗାଡି ଦେଖିବା କ୍ଷଣି କେତେକ ଗ୍ରାହକ ଖସି ପଳାଇଥିଲେ। ପୋଲିସ ଗେଷ୍ଟ ହାଉସରେ ତନଖି କରିବାବେଳେ ରୁମ୍‌ ଭିତରୁ କିଛି ଆପତ୍ତିଜନକ ସାମଗ୍ରୀ, ମୋବାଇଲ ଓ ଟଙ୍କା ପାଇଥିଲା। ଏ ନେଇ ପୋଲିସ ୪୪୩/୧୯ରେ ମାମଲା ରୁଜୁ କରି ଘଟଣାର ତଦନ୍ତ କରିଛି। ଏହି ମାମଲାରେ ୫ଜଣଙ୍କୁ ଥାନାରେ ଅଟକ ରଖି ପୋଲିସ ପଚରାଉଚରା ଜାରି ରଖିଛି। ଅଭିଯୁକ୍ତଦ୍ୱୟଙ୍କ ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri