ଗୋଇନ୍ଦା ବ୍ୟୁରୋ କାର୍ଯ୍ୟାଳୟ, ସତ୍ୟନଗର ପ୍ଲଟ୍‌ ନଂ.୧୧/ଏ ସିଲ୍‌

ଭୁବନେଶ୍ୱର, ୮ା୪(ବ୍ୟୁରୋ): ଭୁବନେଶ୍ବର ବିଦ୍ୟୁତ୍‌ ମାର୍ଗରେ ଅବସ୍ଥିତ କେନ୍ଦ୍ର ସରକାରଙ୍କ ଗୋଇନ୍ଦା ବ୍ୟୁରୋ (ଆଇବି) କାର୍ଯ୍ୟାଳୟ, ଷ୍ଟାଫ୍‌ କଲୋନୀ ଓ ଜନପଥ ପାର୍ଶ୍ୱ ତଥା ସତ୍ୟନଗରସ୍ଥିତ ଏକ ବିଲ୍ଡିଂ (ପ୍ଲଟ୍‌ ନଂ.୧୧/ଏ)କୁ ମଙ୍ଗଳବାର ସିଲ୍‌ କରିଦିଆଯାଇଛି। ଆଇବି କାର୍ଯ୍ୟାଳୟର ଜଣେ କର୍ମଚାରୀ ସୂର୍ଯ୍ୟନଗର କରୋନା ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡିବା ପରେ ବିଏମ୍‌ସି ପକ୍ଷରୁ ଉକ୍ତ କୋଠା ଓ ଷ୍ଟାଫ୍‌ କଲୋନୀକୁ ୧୯ ତାରିଖ ପର୍ଯ୍ୟନ୍ତ ସିଲ୍‌ କରାଯାଇଛି। ସତର୍କତାମୂଳକ ପଦକ୍ଷେପ ସ୍ବରୂପ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଚିହ୍ନଟ ଜଣେ କରୋନା ଆକ୍ରାନ୍ତ ରହୁଥିବା ସତ୍ୟନଗରସ୍ଥିତ ଉକ୍ତ କୋଠାକୁ ମଧ୍ୟ ସିଲ୍‌ କରାଯାଇ ସମସ୍ତ ବାସିନ୍ଦାଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ ପାଇଁ କୁହାଯାଇଛି।
ମିଳିଥିବା ସୂଚନାନୁସାରେ, ଆଇବି କାର୍ଯ୍ୟାଳୟରେ ୫୫ କର୍ମଚାରୀ କାର୍ଯ୍ୟ କରନ୍ତି। କିନ୍ତୁ କରୋନା କଟକଣା ପରଠାରୁ କମ୍‌ ସଂଖ୍ୟକ କର୍ମଚାରୀ କାର୍ଯ୍ୟରତ ଥିଲେ। ସେହିଭଳି ଆଇବି ଷ୍ଟାଫ୍‌ କଲୋନୀରେ ୧୫୦ରୁ ଅଧିକ ଲୋକ ରହୁଥିବାବେଳେ ସତ୍ୟନଗରସ୍ଥିତ ଉକ୍ତ କୋଠାରେ ୪୮ଜଣ ଥିବା ଜଣାପଡିଛି। ଏମାନଙ୍କ ସଂସ୍ପର୍ଶରେ ଆସିଥିବା ଲୋକେ ମଧ୍ୟ ଭୟ ଓ ଆଶଙ୍କାରେ ରହିଛନ୍ତି। ଏନେଇ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି, କରୋନା ମୁକାବିଲା ଓ କୋଭିଡ୍‌-୧୯ ସଂକ୍ରମଣ ରୋକିବା ପାଇଁ ବିଏମ୍‌ସି ଏହି ସିଲ୍‌ ପ୍ରକ୍ରିୟା ଜାରି ରଖିଛି। ସିଲ୍‌ କରାଯିବା ପରେ ସମ୍ପୃକ୍ତ ଅଞ୍ଚଳକୁ ବିଷୋଧନ କରାଯାଉଛି ଓ ଉକ୍ତ ଅଞ୍ଚଳରେ ରହୁଥିବା ଲୋକଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ କୁହାଯାଇଛି। ସତ୍ୟନଗରସ୍ଥିତ ବିଲ୍ଡିଂ ଓ ଗୋଇନ୍ଦା ବ୍ୟୁରୋ କାର୍ଯ୍ୟାଳୟକୁ ସିଲ୍‌ କରାଯାଇଛି। ସେଠାରେ ରହୁଥିବା ସମସ୍ତଙ୍କର ନମୁନା ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଆବଶ୍ୟକ ସମସ୍ତ କାର୍ଯ୍ୟ କରାଯିବା ସହ ଅତ୍ୟାବଶ୍ୟକ ସେବା ଯୋଗାଇ ଦିଆଯିବ ବୋଲି କମିଶନର ଚୌଧାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍‌ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?